No Result
View All Result
୨୪ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :-> ସ୍ଥାନୀୟ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ଶତବାର୍ଷିକୀ କକ୍ଷରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ ସମାରୋହ ଆୟୋଜିତ ହୋଇଯାଇଛି। ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ସମଗ୍ର ଶିକ୍ଷା କଳାହାଣ୍ଡିର ଜିଲ୍ଲା ପ୍ରକଳ୍ପ ସଂଯୋଜକ ସୁଶାନ୍ତ କୁମାର ଚୋପଦାର ସଭାପତିତ୍ବ କରିଥିବା ବେଳେ ଉଦଘାଟକ ଭାବେ ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ, ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ,
ସମ୍ମାନିତ ଅତିଥି ରୂପେ ଯୋଗଦେଇ କଳାହାଣ୍ଡି ସାଂସଦ ମାଳବିକା ଦେବୀଙ୍କ ପ୍ରତିନିଧି ଅନୀଲ କୁମାର ନନ୍ଦ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ କଳାହାଣ୍ଡିର ଅଧ୍ୟକ୍ଷ ଡ. ଦେଶବନ୍ଧୁ ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ, ସମଗ୍ର ଶିକ୍ଷା କଳାହାଣ୍ଡିର ଶୈକ୍ଷିକ ସଂଯୋଜିକା ଶ୍ରଦ୍ଧାଞ୍ଜଳି ଦାଶ ଓ ବ୍ରଜମୋହନ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଷଷ୍ଠୀ ଝାଙ୍କର ମଞ୍ଚାସୀନ ଥିଲେ। ମଞ୍ଚ ପରିଚାଳନା କରିଥିଲେ ପଲମ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଡିଲେଶ୍ୱର ରଣା। ଏହି ଅବସରରେ ନିପୁଣ ଓଡ଼ିଶା ଲୋଗୋ ଉନ୍ମୋଚନ ଓ ସଂଗୀତ ପରିବେଷଣ କରାଯାଇଥିଲା l
ବରିଷ୍ଠ ଶିକ୍ଷୟିତ୍ରୀ ମିନତି କୁମାରୀ ପ୍ରଧାନଙ୍କ ରଚନା ଓ ନିର୍ଦ୍ଦେଶନାରେ ଆରଇଓ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ କ୍ଷୁଦ୍ର ନାଟିକା ‘ଛୁ ମନ୍ତର୍’ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାର ୧୩ଗୋଟି ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗ ଦେଇଥିବା ବେଳେ ସମଗ୍ର ଶିକ୍ଷା କାର୍ଯ୍ୟାଳୟର କର୍ମଚାରୀମାନେ ସହଯୋଗ କରିଥିଲେ।
No Result
View All Result