No Result
View All Result
୩୦ ସେପ୍ଟେମ୍ବର,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ଚଳିତ ବର୍ଷ କାର୍ତ୍ତିକ ହବିଷ୍ୟାଳୀ ବ୍ରତ ବା ରାଇଦାମୋଦର ବ୍ରତ ପାଇଁ ଆବେଦନ ପ୍ରକ୍ରିୟା କେବଳ ଅନଲାଇନ ମାଧ୍ୟମରେ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି।ଚଳିତ ବର୍ଷ ର ହବିଷ୍ୟାଳୀ ବ୍ରତ ପାଇଁ ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ନେଇ ଏକ ବୈଠକ ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା। ହବିଷ୍ୟାଳୀ ମା ମାନେ ମାସେ ଧରି ବିଭିନ୍ନ ହବିଷ୍ୟାଳୀ କେନ୍ଦ୍ର ମାନଙ୍କ ରେ ରହିବାକୁ ଥିବାରୁ ସେମାନଙ୍କ ସୁସ୍ଥ ଓ ସୁରକ୍ଷିତ ରହଣି ବ୍ୟବସ୍ଥା,ସ୍ନାନ, ପ୍ରାତଃ ରୁ ମହାପ୍ରଭୁଙ୍କ ଦର୍ଶନ,ମହାପ୍ରସାଦ ସେବନ, ସଂଧ୍ୟାରେ ଭଜନ, କୀର୍ତ୍ତନ ବ୍ୟବସ୍ଥା କୁ ସୁ ନିୟନ୍ତ୍ରିତ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।
ସେହିପରି ସ୍ୱାସ୍ଥ୍ୟ ସେବା, ସ୍ବେଚ୍ଛାସେବୀ ନିୟୋଜନ, ମହାପ୍ରଭୁଙ୍କ ଦର୍ଶନ ପାଇଁ ଗାଡ଼ି ବ୍ୟବସ୍ଥା, ଶୃଙ୍ଖଳା ରକ୍ଷା, ପରିମଳ ବ୍ୟବସ୍ଥା, ବିଦ୍ୟୁତ ଯୋଗାଣ,ଅଗ୍ନିଶମ ବ୍ୟବସ୍ଥା,ପାନୀୟ ଜଳ ବ୍ୟବସ୍ଥା ଇତ୍ୟାଦି ଅଗ୍ରାଧିକାର ଭିତ୍ତିରେ କରାଯିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଚଳିତ ବର୍ଷ ପ୍ରାୟ ୨୫୦୦ ସଂଖ୍ୟକ ହବିଷ୍ୟାଳୀ ମା ମାନଙ୍କ ରହଣି ବ୍ୟବସ୍ଥା କରାଯିବ।ସମସ୍ତ ଆବେଦନ ଅନଲାଇନ ମାଧ୍ୟମରେ ଗ୍ରହଣ କରାଯିବ। ଏ ସମ୍ପର୍କିତ ବିଜ୍ଞାପନ ଖବରକାଗଜ ମାନଙ୍କ ରେ ଖୁବ ଶୀଘ୍ର ପ୍ରକାଶିତ ହେବ ବୋଲି ଜିଲ୍ଲାପାଳ ଶ୍ରୀ ସ୍ୱାଇଁ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇଥିଲେ।
ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ପୁରୀ ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଉପ ଜିଲ୍ଲାପାଳ ଗୋପୀନାଥ କୁଅଁର, ସିଡିଏମଓ ଡା ରୂପଭାନୁ ମିଶ୍ର, ସହକାରୀ ପର୍ଯ୍ୟଟନ ଅଧିକାରୀ ସରୋଜ କାନ୍ତ ପ୍ରଧାନ, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ,ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
No Result
View All Result