• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକାମ୍ରକ୍ଷେତ୍ର ଯୋଜନା ଦୁଇ ଲକ୍ଷ ଲୋକ ସମବେତ ହୋଇ ଦେଖିପାରିବେ ଶିବରାତ୍ରି ମହାଦୀପ ଲିଙ୍ଗରାଜ ମନ୍ଦିର ସହ ସିଧା ଦେଖିହେବ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
August 17, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକାମ୍ରକ୍ଷେତ୍ର ଯୋଜନା ଦୁଇ ଲକ୍ଷ ଲୋକ ସମବେତ ହୋଇ ଦେଖିପାରିବେ ଶିବରାତ୍ରି ମହାଦୀପ ଲିଙ୍ଗରାଜ ମନ୍ଦିର ସହ ସିଧା ଦେଖିହେବ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୭ ଅଗଷ୍ଟ ସୋମବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଆଜି ଏକାମ୍ରକ୍ଷେତ୍ର ଯୋଜନା ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା । ଶ୍ରୀ ଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ ଏକ ପରିମିତ ଜମି ଉପରେ ଏହି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି । ଲିଙ୍ଗରାଜ ମନ୍ଦିର ଚତୁପାର୍ଶ୍ବର ଭବ୍ୟ ବିକାଶ କରାଯାଇ ଏଠାରେ ଏକ ଅଧ୍ୟାତ୍ମିକ, ଶାନ୍ତ ତଥା ଭକ୍ତି ପରିବେଶ ସୃଷ୍ଟି କରାଯାଉଛି । ପୂର୍ବରୁ ୧୦ ରୁ ୧୫ ହଜାର ଲୋକ ମନ୍ଦିର ସମ୍ମୁଖରେ ସମବେତ ହେବାରେ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଏହି ନୂଆ ଯୋଜନା ପରେ ଦୁଇ ଲକ୍ଷରୁ ଅଧିକ ଲୋକ ମନ୍ଦିର ସମ୍ମୁଖରେ ସମବେତ ହୋଇ ମହାପ୍ରଭୁଙ୍କର ଶିବରାତ୍ରି ଉତ୍ସବରେ ସାମିଲ ହୋଇ ମହାଦୀପ ଦର୍ଶନର ଆଧ୍ୟାତ୍ମିକ ଅନୁଭବ ଲାଭ କରିପାରିବେ ।

ଶିବରାତ୍ରି ସହିତ ଅଶୋକାଷ୍ଟମୀ ରଥଯାତ୍ରା ଏବଂ ମହାପ୍ରଭୁଙ୍କର ଅନ୍ୟ ଯାନିଯାତ୍ରା ସମୟରେ ତୀର୍ଥଯାତ୍ରୀ ପରିଚାଳନାରେ ମଧ୍ୟ ଏହା ବିଶେଷ ସହାୟକ ହେବ। ଶ୍ରାବଣ ମାସରେ ଲକ୍ଷ ଲକ୍ଷ ଲୋକ କାଉଡିଆ ଶ୍ରୀ ଲିଙ୍ଗରାଜ ମନ୍ଦିର ଆସିଥାନ୍ତି । ସେମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମନ୍ଦିର ଯାଇ ପାଣି ଲାଗି ଓ ପୂଜା କରିପାରିବେ ସେଥିପାଇଁ ଏହି ଯୋଜନାରେ ଦୃଷ୍ଟି ଦିଆଯାଇଛି । ବିନ୍ଦୁସାଗର ସହିତ ରହିଛି ମହାପ୍ରଭୁଙ୍କର ଅନନ୍ୟ ସଂପର୍କ ଏବଂ ଏହା ଶ୍ରୀଲିଙ୍ଗରାଜ ମନ୍ଦିର ପରେ ଏକାମ୍ରକ୍ଷେତ୍ରର ଦ୍ବିତୀୟ ଆକର୍ଷଣ କେନ୍ଦ୍ର । ବିନ୍ଦୁ ବିନ୍ଦୁ ତୀର୍ଥରୁ ସୃଷ୍ଟି ହୋଇଥିବା ଏହି ପବିତ୍ର ପୁଷ୍କରିଣୀ ଏକାମ୍ରକ୍ଷେତ୍ରର ଆଧ୍ୟାତ୍ମିକ ଜୀବନର ଅନନ୍ୟ ଅଙ୍ଗ । ମହାପ୍ରଭୁଙ୍କ ବିଭିନ୍ନ ଯାନିଯାତ୍ରା ସହିତ ଏହାର ମଧ୍ୟ ସଂପର୍କ ରହିଛି ।

ଏକାମ୍ରକ୍ଷେତ୍ର ଯୋଜନାରେ ବିନ୍ଦୁସାଗରୁ ଲିଙ୍ଗରାଜ ମନ୍ଦିର ଓ ରଥଗଡା ଠାରୁ ଚଦନ ଯାତ୍ରା ତୀର୍ଥଯାତ୍ରୀ ମାନେ ସିଧା ଦେଖିପାରିବେ । ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗର ମଧ୍ୟରେ ଥିବା ବିନ୍ଧ୍ୟବାସିନୀ, ଭବାନୀଶଙ୍କର, ଶୁକଶାରୀ ଏବଂ ମୋହିନୀ ଆଦି ମନ୍ଦିର ମଧ୍ୟ ଯାତ୍ରୀମାନେ ଦେଖି ପାରିବେ । ଐତିହାସିକ ଦଲିଲରୁ ଜଣାଯାଏ ଯେ ୩୫୦ ବର୍ଷ ପୂର୍ବେ ଲିଙ୍ଗରାଜ ମନ୍ଦିର ରଥଗଡାଠାରୁ ବିନ୍ଦୁସାଗର ପର୍ଯ୍ୟନ୍ତ କେବଳ ମନ୍ଦିର ହିଁ ଥିଲା । ଅନ୍ୟ କୌଣସି ସ୍ଥାୟୀ ନିର୍ମାଣ ନ ଥିଲା । ୩୫୦ ବର୍ଷ ପରେ ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗର ନୂଆ ରୂପ ନେବାକୁ ଯାଉଛି ।
ଏକାମ୍ର ଯୋଜନାରେ ପର୍ଯ୍ୟଟକ ଓ ତୀର୍ଥଯାତ୍ରୀ ମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ, Orientation Centre, Parking, Food Plaza, ଭଜନ ମଣ୍ଡପ ସହିତ ଐତିହ୍ୟ ପୁଷ୍କରିଣୀର ପୁନରୁଦ୍ଧାର, କେଦାରଗୌରୀ ପୁଷ୍କରିଣୀର ଜଳନିଷ୍କାସନ ବ୍ୟବସ୍ଥା, ଏକାମ୍ରବାସୀଙ୍କର ସୁବିଧା, ପରିବହନ ବ୍ୟବସ୍ଥା, ଜଳ ନଷ୍କାସନ, ବର୍ଜ୍ୟବସ୍ତୁ ନିଷ୍କାସନ ଆଦି ବିଭିନ୍ନ ବିଷୟ ଉପରେ ଧ୍ୟାନ ଦିଆଯାଇ ପ୍ରସ୍ତୁତ କରାଯାଇଛି ।

ଅନନ୍ୟ କାରୁକାର୍ଯ୍ୟ ସୁଶୋଭିତ ମନ୍ଦିର, ଐତିହ୍ୟ ନଗରୀ ଭୁବନେଶ୍ବରର ଗରିମାକୁ ଆହୁରି ବୃଦ୍ଧି କରିବା ସହିତ UNESCOର ବିଶ୍ବ ଐତିହ୍ୟସ୍ଥଳ ତାଲିକାରେ ଭୁବନେଶ୍ବରକୁ ସ୍ଥାନିତ କରିବା ପାଇଁ ଦାବୀକୁ ଅଧିକ ମଜବୁତ କରିବ ବୋଲି ଆଶା କରାଯାଏ। ପୁରୀ ଶ୍ରୀମନ୍ଦିର ଐତିହ୍ୟ ପ୍ରକଳ୍ପ ପରେ ଏକାମ୍ରକ୍ଷେତ୍ର ଯୋଜନା ହେଉଛି ରାଜ୍ୟ ସରକାରଙ୍କର ୫-ଟି programme ଅନ୍ତର୍ଗତ ଅନ୍ୟତମ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ । ଏକାମ୍ରକ୍ଷେତ୍ରର ସାଂସ୍କୃତିକ ଐତିହ୍ୟର ଅନ୍ୟତମ ଆକର୍ଷଣ, ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରୀ, ଅଶୋକାଷ୍ଟମୀ ରଥଯାତ୍ରା ଓ ଶୀତଳ ଷଷ୍ଠୀକୁ National Calender of Festivalsରେ ସ୍ଥାନିତ ପାଇଁ ପଦକ୍ଷେପ ନିଆଯିବ ।

ଏହି କାର୍ଯ୍ୟ ଏକ ବର୍ଷ ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଆଲୋଚନାରେ ଅଂଶଗ୍ରହଣ କରି ସୁଚିନ୍ତିତ ମତାମତ ରଖିଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ୍ ଆଲୋଚନାକୁ ସଂଯୋଜନା କରିଥଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026
Kandhamal Gram Sabhas Strengthen Community Commitment to End Child Marriage

Kandhamal Gram Sabhas Strengthen Community Commitment to End Child Marriage

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version