• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଳା କାଟି ଗାଁ ସଭାପତିଙ୍କୁ ନିର୍ମମ ହତ୍ୟା , ୨ ଗିରଫ ଛୁରୀ ଓ ୨ ବାଇକ୍ ଜବତ

Proprietor Abhimanyu Maharana by Proprietor Abhimanyu Maharana
October 8, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଗଳା କାଟି ଗାଁ ସଭାପତିଙ୍କୁ ନିର୍ମମ ହତ୍ୟା , ୨ ଗିରଫ ଛୁରୀ ଓ ୨ ବାଇକ୍ ଜବତ
Share on FacebookShare on TwitterWhatsapp

୦୭ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତୃତାକୁ କେନ୍ଦ୍ର କରି ୨ଜଣ ଯୁବକ ଛୁରୀରେ ଗାଁ ସଭାପତିଙ୍କ ଗଳାକାଟି ହତ୍ୟା କରିଛନ୍ତି । ହତ୍ୟାର ଶୀକାର ହୋଇଥିବା ବ୍ୟକ୍ତି ଜଣଙ୍କ ହେଲେ ବ୍ରହ୍ମପୁର ସଦର ଥାନା ସାତପହଣ୍ଡିଆ ଗ୍ରାମର କେ. ରାଜେନ୍ଦ୍ର ରେଡ୍ଡି ଓରଫ୍ ରାଜୁ(୫୧) । ହତ୍ୟା ମାମଲାରେ ସମ୍ପୃକ୍ତି ଥିବା ଅଭିଯୋଗରେ ହିଞ୍ଜିଳି ପୁଲିସ ୨ ଜଣ ଯୁବକଙ୍କୁ ଗିରଫ କରିଛି । ଗିରଫ ୨ଯୁବକ ହେଲେ ବ୍ରହ୍ମପୁର ସଦର ଥାନା ସାତପହଣ୍ଡିଆ ଗ୍ରାମର ବି. ସୁବ୍ରତ ରେଡ୍ଡି (୨୭) ଓ ଏସ. ଶିବରାମ ରେଡ୍ଡି (୨୮) । ହତ୍ୟା ଘଟଣା ନେଇ ମୃତକଙ୍କ ସ୍ତ୍ରୀ କେ. ସୁକାନ୍ତି ରେଡ୍ଡି ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ- ୮୩୬/୨୪ରେ ଏକ ମାମଲା ରୁଜୁ କରି ପୁଲିସ ସାତପହଣ୍ଡିଆ ଗ୍ରାମର ବି. ସୁବ୍ରତ ରେଡ୍ଡି ଓ ଏସ. ଶିବରାମ ରେଡ୍ଡିଙ୍କୁ ଗିରଫ କରିଛି । ପୁଲିସ ସେମାନଙ୍କ ଠାରୁ ହତ୍ୟାରେ ବ୍ୟବହୃତ ଧାରୁଆ ଛୁରୀ, ମୋବାଇଲ ଫୋନ୍‌, ୨ଟି ମୋଟର ସାଇକେଲ (ଓଡି୦୭ଏଭି ୨୪୬୪ ଓ ଏପି୩୯ଇଏ ୧୪୭୪) କୁ ଜବତ କରିଛି ।

ପୁଲିସ ସୂଚନା ପ୍ରକାରେ, ବ୍ରହ୍ମପୁର ସଦର ଥାନା ସାତପହଣ୍ଡିଆ ଗ୍ରାମର ୩ ପଡୋଶୀ ରାଜେନ୍ଦ୍ର, ସୁବ୍ରତ ଓ ଶିବରାମଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଶତୃତା ଲାଗି ରହିଥିଲା । ଗତ ୨୦୧୯ ଓ ୨୦୨୧ ମସିହାରେ ରାଜେନ୍ଦ୍ର ଓ ସୁବ୍ରତଙ୍କ ମଧ୍ୟରେ ଗଣ୍ଡୋଗୋଳ ଘଟିଥିଲା । ସେହି ସମୟରେ ଘଟଣା ନେଇ ବ୍ରହ୍ମପୁର ସଦର ଥାନାରେ ୨ଟି ମାମଲା ରୁଜୁ କରି ପୁଲିସ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଘଟଣା ଥମିବା ବଦଳରେ ଅସନ୍ତୋଷ ଲାଗି ରହିଥିଲା । ରବିବାର ବିଳମ୍ବିତ ରାତିରେ ସୁବ୍ରତ ଓ ଶିବରାମ ଦୁହେଁ ମିଶି ରାଜେନ୍ଦ୍ରଙ୍କୁ ସବୁଦିନ ପାଇଁ ରାସ୍ତାରୁ ହଟାଇବା ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ । ରାଜେନ୍ଦ୍ର ବ୍ରହ୍ମପୁରରୁ କାମ ସାରି ବାଇକ୍ (ଏପି୩୯ଇଏ ୧୪୭୪) ଯୋଗେ ଗାଁକୁ ଫେରୁଥିବା ବେଳେ ସୁବ୍ରତ ଓ ଶିବରାମ ହିଞ୍ଜିଳି ଥାନା ବଡଖଣ୍ଡି ଜଗନ୍ନାଥ ମନ୍ଦିର ନିକଟସ୍ଥ ଏକ ନିକାଞ୍ଚନ ଜାଗାରେ ଛକି ବସିଥିଲେ । ରାଜେନ୍ଦ୍ର ସେହି ରାସ୍ତାରେ ଆସୁଥିବା ବେଳେ ଦୁହେଁ ରାଜେନ୍ଦ୍ରଙ୍କୁ ଅଟକାଇବା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ । ଉଭୟଙ୍କ ମଧ୍ୟରେ କଥା କଟାକଟି ହେବା ପରେ ଉତକ୍ଷିପ୍ତ ହୋଇ ସୁବ୍ରତ ଧରିଥିବା ଏକ ଧାରୁଆ ଛୁରୀରେ ରାଜେନ୍ଦ୍ରଙ୍କ ଗଳାକୁ କାଟି ହତ୍ୟା କରିଥିଲେ ।

ପରେ ନିକଟସ୍ଥ ଏକ ଧାନଚାଷ ଜମିରେ ମୃତଦେହକୁ ଫୋପାଡି ଚାଲି ଯାଇଥିଲେ । କୌଣସି ସୂତ୍ରରୁ ଖବର ପାଇ ଆସିକା ଏସଡିପିଓ ସଞ୍ଜୟ କୁମାର ମହାପାତ୍ର, ହିଞ୍ଜିଳି ଥାନା ଆଇଆଇସି ଶ୍ରୀନିବାସ ସେଠି, ଶେରଗଡ ଥାନା ଆଇଆଇସି ବରେନ୍ଦ୍ର ସିଅଳ, ହିଞ୍ଜିଳି ଥାନା ଅତିରିକ୍ତ ଆଇଆଇସି ପଦ୍ମ ଚରଣ ଭଟ୍ଟ ଓ ପୋଲିସ ଫୋର୍ସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ସରଜମିନ ତଦନ୍ତ ଆରମ୍ଭ କରିଥିଲେ । ଘଟଣା ନିକଟସ୍ଥ ଚାଷ ଜମିରୁ ମୃତଦେହକୁ ଜବତ କରି ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ପୁଲିସ ଘଟଣାର ତଦନ୍ତ ଚଳାଇଥିଲା । ଶିବରାମଙ୍କୁ ଗାଁ ନିକଟରୁ ପୁଲି ଗିରଫ କରିବାକୁ ସକ୍ଷମ ହୋଇଥିବା ବେଳେ ଘଟଣାର ମୁଖ୍ୟ ଅଭିଯୁକ୍ତ ସୁବ୍ରତ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲେ । ମୁଖ୍ୟ ଅଭିଯୁକ୍ତଙ୍କୁ ୫୯ ନଂ ଜାତୀୟ ରାଜପଥ ହିଞ୍ଜିଳି ଥାନା ପୋଚିଲିମା ଛକ ନିକଟରେ ଏକ ଅଜଣା ଗାଡି ଧକ୍କା ଦେବା ପରେ ସେ ଆହତ ହୋଇ ରାସ୍ତାରେ ପଡିଥିଲେ ।

କିଛି ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ୧୦୮ ଆମ୍ବୁଲାନ୍ସ ଯୋଗେ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିବାକୁ ଉଦ୍ୟମ କରୁଥିବା ବେଳେ ସୁବ୍ରତ ଉଦ୍ଧାରକାରୀଙ୍କୁ ହତ୍ୟା କରିବା ପାଇଁ ଧମକ ଦେଇଥିଲେ । ଭୟରେ ଉଦ୍ଧାରକାରୀ ଘଟଣା ନେଇ ହିଞ୍ଜିଳି ଥାନା ଆଇଆଇସିଙ୍କୁ ଜଣାଇଥିଲେ । ଖବର ପାଇ ଆସିକା ଏସଡିପିଓ, ହିଞ୍ଜିଳି ଓ ଶେରଗଡ ଥାନା ଆଇଆଇସି ହିଞ୍ଜିଳିକାଟୁ ଡାକ୍ତରଖାନାରେ ପହଞ୍ଚି ଅଭିଯୁକ୍ତଙ୍କୁ ଚିକତ୍ସା କରାଇବା ପରେ ଗିରଫ କରିଥିଲେ । ସୋମବାର ସକାଳେ ସାଇଣ୍ଟଫିକ୍ ଟିମ୍ ଓ ସନ୍ଧାନୀ କୁକୁର ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ । ଘଟଣାରେ ଅନ୍ୟ କେହି ସଂପୃକ୍ତ ଅଛନ୍ତି କି ନାହିଁ ତହା ସ୍ୱଷ୍ଟ ହୋଇ ପାରିନାହିଁ । ତଦନ୍ତ ଶେଷ ପରେ ସବିଶେଷ ତଥ୍ୟ ଜଣାପଡିବ ବୋଲି ତଦନ୍ତକାରୀ ଅଧିକାରୀ ତଥା ହିଞ୍ଜିଳି ଥାନା ଅତିରକ୍ତ ଥାନା ଭାରପ୍ରାପ୍ତ ଅଧିକାରୀ ପଦ୍ମ ଚରଣ ଭଟ୍ଟ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version