• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆବାସିକ ବିଦ୍ୟାଳୟ ଓ ହଷ୍ଟେଲରେ ଅନ୍ତେବାସୀଙ୍କ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ କରାଯିବା ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
October 10, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଆବାସିକ ବିଦ୍ୟାଳୟ ଓ ହଷ୍ଟେଲରେ ଅନ୍ତେବାସୀଙ୍କ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥାକୁ  ସୁଦୃଢ କରାଯିବା ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ବୈଠକ
Share on FacebookShare on TwitterWhatsapp

୦୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଆବାସିକ ବିଦ୍ୟାଳୟ ଓ ହଷ୍ଟେଲରେ ଅନ୍ତେବାସୀଙ୍କ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥାକୁ ସୁନିଶ୍ଚିତ ଓ ସୁଦୃଢ କରିବା ପ୍ରସଙ୍ଗରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଲୋକସେବା ଭବନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଏହି ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, କୃଷି ଓ କୃଷକ ସଶକ୍ତିକରଣ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢୀ, ବାଣିଜ୍ୟ ଓ ପରିବହନ ତଥା ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଊଷା ପାଢୀ,

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ରଙ୍କ ସମେତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଏବଂ ଅର୍ଥ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇ ଆବାସିକ ବିଦ୍ୟାଳୟ ଓ ହଷ୍ଟେଲରେ ଅନ୍ତେବାସୀଙ୍କ ପାଇଁ ଉପଲବ୍ଧ ସୁବିଧା, ସେମାନଙ୍କର ସମସ୍ୟା ଓ ତାହାର ସମାଧାନ ଏବଂ ସୁରକ୍ଷା ଓ ନିରାପତ୍ତା ପ୍ରସଙ୍ଗରେ ରହିଥିବା ବ୍ୟବସ୍ଥା ସଂପର୍କରେ ଆଲୋଚନାରେ ଅଂଶଗ୍ରହଣ ପୂର୍ବକ ବ୍ୟବସ୍ଥାରେ ଅଧିକ ଉନ୍ନତି ପାଇଁ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ସୂଚନା ଯୋଗ୍ୟ ଯେ, ରାଜ୍ୟରେ ଏହି ବିଭାଗ ଅଧିନରେ ୫୮୪୧ ଛାତ୍ରାବାସ ଏବଂ ଛାତ୍ରୀ ନିବାସ ରହିଥିବା ବେଳେ ଏଥିରେ ପ୍ରାୟ ୫ ଲକ୍ଷ ୪୦ ହଜାର ଅନ୍ତେବାସୀ ରହୁଛନ୍ତି ।

ତନ୍ମଧ୍ୟରୁ ପ୍ରାୟ ୩ ଲକ୍ଷ ୪୦ ହଜାର ଅନ୍ତେବାସୀ ଏଏସଡି ବିଭାଗ ଦ୍ୱାରା ପରିଚାଳିତ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ସ୍କୁଲରେ ପ୍ରାୟ ୧ ଲକ୍ଷ ୭୭ ହଜାର , ଅନ୍ୱେଷା ହଷ୍ଟେଲରେ ୨୨ ହଜାର ୩୪୦ ଓ ଆକାଂକ୍ଷା ହଷ୍ଟେଲରେ ୧୬୨୦ ଛାତ୍ରଛାତ୍ରୀ ରହି ଅଧ୍ୟୟନ କରୁଛନ୍ତି । ବିଭିନ୍ନ ହଷ୍ଟେଲରେ ପ୍ରାୟ ୫୮ ପ୍ରତିଶତ ଅନ୍ତେବାସୀ ବାଳିକା ହୋଇଥିବାରୁ ସେମାନଙ୍କର ସୁରକ୍ଷା ଓ ନିରାପତ୍ତା ପ୍ରମୁଖ ପ୍ରସଙ୍ଗ ରହିଛି । ଅନେକ ହଷ୍ଟେଲ ଦୁର୍ଗମ ସ୍ଥାନରେ ଅବସ୍ଥିତି ଦୃଷ୍ଟିରୁ ସ୍ୱାସ୍ଥ୍ୟସେବା,ଭିତ୍ତିଭୂମି ଉନ୍ନୟନ, କର୍ମଚାରୀ ଅଭାବ ପୂରଣ, ଅସୁସ୍ଥ ହେଉଥିବା ଛାତ୍ରଛାତ୍ରୀମାନଙ୍କୁ ଠିକ ସମୟରେ ଚିକିତ୍ସା, ଖାଦ୍ୟ ଯୋଗାଣ, ପୋଷଣ, ସ୍ୱାସ୍ଥ୍ୟରକ୍ଷା ଏବଂ କେତେକ ହଷ୍ଟେଲରେ ଆବଶ୍ୟକତା ଠାରୁ ଅଧିକ ଅନ୍ତେବାସୀ ରହିବାକୁ ପଡୁଥିବାରୁ ସ୍ଥାନାଭାବ ଭଳି ସମସ୍ୟା ଏବଂ ଛାତ୍ରାବାସ ପରିଚାଳନା ଭଳି ପ୍ରମୁଖ ଆହ୍ୱାନ ରହିଛି ।

ବୈଠକରେ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ତରଫରୁ ସହାୟତା ପ୍ରଦାନ କରାଯାଉଥିବା ପ୍ରି- ମାଟ୍ରିକ୍ ସ୍ଲଲାରସିପ୍ ସହିତ ଚିକିତ୍ସା ଓ ସ୍ୱାସ୍ଥ୍ୟରକ୍ଷା, ପୋଷାକ ଏବଂ ଆନୁଷଙ୍ଗିକ ଖର୍ଚ୍ଚ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା । ବିଭିନ୍ନ ବାବଦରେ ଅଦ୍ୟାବଧି ପ୍ରଦାନ କରାଯାଉଥିବା ଆର୍ଥିକ ସହାୟତାରେ ବୃଦ୍ଧି କରାଯିବାର ଆବଶ୍ୟକତା ଥିବା ବିଭାଗ ତରଫରୁ ପ୍ରସ୍ତାବ ଉପସ୍ଥାପନ କରାଯାଇଥିଲା । ଅନ୍ତେବାସୀମାନଙ୍କ ପାଇଁ ବ୍ୟାପକ ସ୍ୱାସ୍ଥ୍ୟ ଯତ୍ନ ବ୍ୟବସ୍ଥା, ସୁରକ୍ଷା ଓ ନିରାପତ୍ତା, ବିଭିନ୍ନ ଘଟଣା ସଂପର୍କରେ ଶୀଘ୍ର ସୂଚନା ପାଇବା, ଜିଲ୍ଲାସ୍ତରୀୟ ତ୍ୱରିତ ରେସପନ୍ସ ବ୍ୟବସ୍ଥା, ପରିଚ୍ଛନ୍ନତା, ପରିମଳ, ସ୍ୱାସ୍ଥ୍ୟ ରକ୍ଷା, ପାଣି ପାଇପ୍ ମରାମତି କାର୍ଯ୍ୟ,

ବୈଦ୍ୟୁତିକ ମରାମତି ଆଦି ଗୁରୁତ୍ୱପୂର୍ଣ୍ଣ ଏବଂ ଜରୁରୀ ଆବଶ୍ୟକତା ଭଳି ପ୍ରସଙ୍ଗରେ ତ୍ୱରିତ କାର୍ଯ୍ୟନୁଷ୍ଠାନ ନେବା ସହ ଏକ ଉତ୍ସର୍ଗୀକୃତ ହଷ୍ଟେଲ ମ୍ୟାନେଜମେଣ୍ଟ ବ୍ୟବସ୍ଥା ସଂପର୍କରେ ବିଭାଗର ପ୍ରମୁଖ ଶାସନ ସଚିବ ଉପସ୍ଥାପନ କରିଥିଲେ ଓ ଏ ସମସ୍ତ ପ୍ରସଙ୍ଗରେ ଅନ୍ୟ ସଚିବମାନେ ଆବଶ୍ୟକ ପରାମର୍ଶ ଓ ମତ ରଖିଥିଲେ । ଉନ୍ନୟନ କମିଶର ଶ୍ରୀମତୀ ଗର୍ଗ ବିଭିନ୍ନ ପ୍ରସଙ୍ଗରେ ନିର୍ଦ୍ଦେଶ ଓ ପରାମର୍ଶ ଦେଇ କହିଥିଲେ ଯେ, ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପ୍ରସଙ୍ଗରେ କୌଣସି ପ୍ରକାର ଅବହେଳାକୁ ପ୍ରଶୟ ଦିଆଯିବ ନାହିଁ । ସେମାନଙ୍କ ପ୍ରତି ବିଭାଗ ସମେତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ, ପ୍ରଧାନ ଶିକ୍ଷକ, ପ୍ରଧାନ ଶିକ୍ଷୟିତ୍ରୀ, ବିଦ୍ୟାଳୟସ୍ତରରେ ବିଭିନ୍ନ କମିଟି ତଥା ଅଭିଭାବକ ସମସ୍ତେ ସଚେତନ ଓ ଆନ୍ତରିକତାର ସହିତ ଯଥେଷ୍ଟ ଅଧିକ ଧ୍ୟାନ ଦେବାକୁ ଉନ୍ନୟନ କମିଶନର ପରାମର୍ଶ ଦେଇଛନ୍ତି । ଆହୁରି ମଧ୍ୟ ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆବାସିକ ବିଦ୍ୟାଳୟ ଏବଂ ହଷ୍ଟେଲମାନଙ୍କରେ ବିପର୍ଯ୍ୟୟ ସମୟରେ ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଛାତ୍ରଛାତ୍ରୀମାନଙ୍କୁ ଆବଶ୍ୟକ ପ୍ରଶିକ୍ଷଣ ଦେବାକୁ ସେ ପରାମର୍ଶ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version