• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୫୦ ଲକ୍ଷ କୋଭିଡ ଯୋଦ୍ଧାଙ୍କୁ ତାଲିମ କୋଭିଡ ଯୁଦ୍ଧକୁ ମଜବୁତ କରିଛି – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
August 18, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
୫୦ ଲକ୍ଷ କୋଭିଡ ଯୋଦ୍ଧାଙ୍କୁ ତାଲିମ କୋଭିଡ ଯୁଦ୍ଧକୁ ମଜବୁତ କରିଛି – ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କୋଭିଡ ମୁକାବିଲା ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାରେ ସ୍ବତନ୍ତ୍ର ରଣନୀତି ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଆସନ୍ତା ସପ୍ତାହରେ କୋରାପୁଟରେ ପ୍ଲାଜମା ବ୍ୟାଙ୍କ
୫୦ ଲକ୍ଷ କୋଭିଡ ଯୋଦ୍ଧାଙ୍କୁ ତାଲିମ କୋଭିଡ
ଯୁଦ୍ଧକୁ ମଜବୁତ କରିଛି – ଭୁବନେଶ୍ବର, ୧୮.8.୨୦

ଓଡିଶା ତାଜା ନ୍ୟୁଜ୍ (୧୮ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :– ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ ପରିସ୍ଥିତି ଓ ରଣନୀତି ସଂପର୍କରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରି ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାରେ  ଅଞ୍ଚଳଭିତ୍ତିକ ରଣକୌଶଳ (Location Specific Strategy) ଅବଲମ୍ବନ କରିବାପାଇଁ ପରାମର୍ଶ ଦେଇଛନ୍ତି, ଯାହାଫଳରେ ଆସନ୍ତା ସପ୍ତାହ ମଧ୍ୟରେ ଏହିସବୁ ଜିଲ୍ଲାରେ positivity rate ହ୍ରାସ କରିବା ଦିଗରେ ଆମେ ଅଗ୍ରଗତି କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।
    ସୂଚନାଯୋଗ୍ୟ ଯେ ଆଜି ପ୍ରତି ୧୦ ଲକ୍ଷ ସଂଖ୍ୟାରେ ୧୦୯୬ ଟେଷ୍ଟ କରି ଓଡିଶା ଆଜି ଜାତୀୟ ସ୍ତରରେ ଦୈନିକ ସର୍ବାଧିକ ଟେଷ୍ଟ କରୁଥିବା ରାଜ୍ୟରେ ପରିଗଣିତ ହୋଇଛି । ଏହାସହିତ ସପ୍ତାହ ମଧ୍ୟରେ ଦୈନିକ ଟେଷ୍ଟ ସଂଖ୍ୟା ୫୦ ହଜାରକୁ ବୃଦ୍ଧି ପାଇଛି । ଏହା ଉପରେ  ସନ୍ତୋଷ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗ, ସମସ୍ତ ଜିଲ୍ଲାପାଳ ଓ ସେମାନଙ୍କ ଟିମ୍‌ ତଥା ସମସ୍ତ ଡାକ୍ତର ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ଓ ଏହା ଜାରି ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ ।
     ରାଜ୍ୟରେ କୋଭିଡରେ ମୁକାବିଲା ପାଇଁ ୫୦ ଲକ୍ଷରୁ ଅଧିକ ଲୋକ ଟ୍ରେନିଂ ପାଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିରେ ପଞ୍ଚାୟତିରାଜ ପ୍ରତିନିଧି, ସ୍ବୟଂ ସହାୟକ ଗୋଷ୍ଠୀ, କୋଭିଡ କମିଟି ସଦସ୍ୟ ଏବଂ ଆହୁରି ଅନେକ ଅନ୍ତର୍ଭୁକ୍ତ ଅଛନ୍ତି। ଏହା ବାସ୍ତବରେ ଏକ ବଡ ସଫଳତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି କାର୍ଯ୍ୟକେ ନିୟୋଜିତ ଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।
ରାଜ୍ୟରେ ଲକ୍ଷଣବିହୀନ ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ଗୃହ ସଂଗରୋଧକୁ ଉତ୍ସାହିତ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି। ଏଥିପାଇଁ ସ୍ବତନ୍ତ୍ର ପ୍ରଚାର ଅଭିଯାନ ସହିତ ପଞ୍ଚାୟତିରାଜ ପ୍ରତିନିଧି ଓ କୋଭିଡ କେୟାର କମିଟି ଗୁଡିକର ସହାୟତା ନେବା ପାଇଁ ମଧ୍ୟ ସେ କହିଛନ୍ତି। ଲୋକଙ୍କ ମନରେ ଗୃହ ସଂଗରୋଧ ସଂପର୍କରେ ଯଦି କୌଣସି ସନ୍ଦେହ ଥାଏ, ତାକୁ ଦୂର କରିବା ଦିଗରେ ଏହା ସହାୟକ ହେବ। ଏ କ୍ଷେତ୍ରରେ ଜିଲ୍ଲା ପର୍ଯ୍ୟବେକ୍ଷକମାନେ ସ୍ବତନ୍ତ୍ର ଗୁରୁତ୍ବ ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି।
ସେହିପରି ରାଜ୍ୟରେ ଦୈନିକ test ସଂଖ୍ୟା ୫୦ ହଜାରରେ ପହଞ୍ଚି ଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରି ଏହି ଧାରା ବଜାୟ ରଖିବା ପାଇଁ କହିଥିଲେ। ଏଥିପାଇଁ test kit supply chainକୁ ଉତ୍ତମ ରୂପେ ପରିଚାଳନା କରିବା ପାଇଁ ସେ ପରାମର୍ଶ ଦେଇଥିଲେ।  
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ। ରାଜ୍ୟରେ କୋଭିଡ ମୃତ୍ୟୁ ହାର କମ୍‌ ରହିଛି । ଏହାକୁ ଆହୁରି କମ୍‌ କରିବା ଦିଗରେ ନିରନ୍ତର ଉଦ୍ୟମ ଜାରି ରହିବା ଆବଶ୍ୟକ ବୋଲି ସେ କହିଥିଲେ। ବିଭିନ୍ନ କର୍ପୋରେଟ୍‌ କ୍ଷେତ୍ର ଓ ଅନ୍ୟାନ୍ୟ ସଂସ୍ଥା ଦ୍ବାରା ସ୍ଥାପନ କରାଯାଉଥିବା Covid Care Centre ଆହୁରି ଅଧିକ ସଂଖ୍ୟାରେ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ।
ପ୍ଲାଜମାଦାତା ମାନଙ୍କର ମହାନ କାର୍ଯ୍ୟକୁ ସ୍ବୀକୃତି ଦେଇ ସେମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରିବାପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ଲାଜମା ସଂଗ୍ରହ ଓ ପ୍ରୟୋଗ ପ୍ରଣାଳୀରେ ଆହୁରି ଉନ୍ନତି ଆଣିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । କୋଭିଡ ହସ୍‌ପିଟାଲରେ କାମ କରୁଥିବା କୋଭିଡ ଯୋଦ୍ଧା ଓ ରୋଗୀ ମାନଙ୍କ ସହିତ ସିଧାସଳଖ ଫୋନ୍‌ ଯୋଗେ ଆଲୋଚନା କରି ସେମାନଙ୍କ ଠାରୁ feedback ସଂଗ୍ରହ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ବର୍ତ୍ତମାନ ସୁଦ୍ଧା ୫ଟି Plasma Therapy Unit ସ୍ଥାପିତ ହୋଇଛି। କୋଭିଡ ରୋଗର ଚିକିତ୍ସା କ୍ଷେତ୍ରରେ Plasma Therapy ଏକ ଉପାଦେୟ ପଦ୍ଧତି ଭାବରେ ପ୍ରମାଣିତ ହୋଇଛି । କୋରାପୁଟ ମେଡିକାଲ କଲେଜରେ ଆଉ ଏକ Plasma Bank  କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ଆସନ୍ତା ସପ୍ତାହ ସୁଦ୍ଧା ସ୍ଥାପନ କରାଯିବ ବୋଲି ଜଣାଯାଇଛି।
ପରିଶେଷରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ବର୍ଷାଜନିତ ପରିସ୍ଥିତି, କୃଷି କାର୍ଯ୍ୟକ୍ରମ, ଜୀବିକା ସୃଷ୍ଟି କାର୍ଯ୍ୟକ୍ରମ ଏବଂ MSME ସଂପର୍କରେ ବିଭିନ୍ନ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ। କୃଷି କ୍ଷେତ୍ରରେ ସମସ୍ତ କାର୍ଯ୍ୟ ଯେପରି ସୂଚାରୁରୂପେ ଜାରି ରହିବ ଓ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ, ସେଥିପ୍ରତି ଗୁରୁତ୍ବ ଦେବାପାଇଁ ସେ ଅଧିକାରୀମାନଙ୍କୁ ଦୃଢ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟରେ ୟୁରିଆ ସାର ସ୍ଥିତି ସଂପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଚାରି ବୁଝି ଥିଲେ କରିଥିଲେ।
ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ କୋଭିଡ ମୃତ୍ୟୁ ହାର କମ୍‌ କରିବା ପାଇଁ Medical Education & Training ନିର୍ଦ୍ଦେଶାଳୟ ଦ୍ବାରା ୭ଟି ମେଡିକାଲ କଲେଜର ପ୍ରଫେସର ମାନଙ୍କୁ ନେଇ Multi Disciplinary Technical Team ଗଠନ କରାଯାଇଛି। ସେମାନେ ଏ କ୍ଷେତ୍ରରେ ଉପଯୁକ୍ତ ପରାମର୍ଶ ଦେଇ କୋଭିଡ ଚିକିତ୍ସାକୁ ଫଳପ୍ରଦ କରିବାପାଇଁ ଉଦ୍ୟମ ଜାରି ରଖିଛନ୍ତି।
ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ମହାପାତ୍ର ରାଜ୍ୟରେ କୋଭିଡ ମୁକାବିଲା ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରିଥିଲେ।  ବାଲେଶ୍ବର, ମୟୁରଭଞ୍ଜ ଓ ଭଦ୍ରକର କୋଭିଡ ରୋଗୀମାନଙ୍କ ଚିକିତ୍ସା ପାଇଁ ବାଲେଶ୍ବରରେ ଏକ ପ୍ଲାଜମା Storage Unit ସ୍ଥାପନ କରାଯାଇଛି ବୋଲି ସେ ସୂଚନା ଦେଇଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ମଧ୍ୟ କୋଭିଡ ପରିଚାଳନା ସଂପର୍କରେ ତଥ୍ୟ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, ଗୃହ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକମାନେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଲୋଚନା ସଂଚାଳନା କରିଥିଲେ।
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ଆଜିଠୁ ହରିରାଜପୁର ପଞ୍ଚୁ୍‌ଦୋଳ ଆତସବାଜିରେ କମ୍ପିବ ମେଳଣ ପଡିଆ

March 10, 2026

March 9, 2026
୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ଆଜିଠୁ ହରିରାଜପୁର ପଞ୍ଚୁ୍‌ଦୋଳ ଆତସବାଜିରେ କମ୍ପିବ ମେଳଣ ପଡିଆ

March 10, 2026
ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version