୧୯ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ବିଜେଡି ମଇଦାନକୁ ଓହ୍ଲାଇବ। ଜନସାଧାରଣଙ୍କୁ ଏ ବିଷୟରେ ସଚେତନ କରିବେ ଦଳୀୟ କର୍ମକର୍ତ୍ତା। ଆସନ୍ତା ଅକ୍ଟୋବର ମାସ ୩୦ ତାରିଖ ବୁଧବାର ଦିନ ଓଡ଼ଗାଁ ବିଜୁ ଜନତା ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ଏ ନେଇ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଓଡ଼ଗାଁ ବ୍ଲକ ରୋଡ଼ ସ୍ଥିତ କଲ୍ୟାଣମଣ୍ଡପ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ବି ଶେଷ କରି ଉକ୍ତ ପଦଯାତ୍ରା ରଘୁନାଥ ମନ୍ଦିର ପରିସରରୁ ବାହାରି ଖେଳପଡିଆ ସାହି ଦେଇ ଆମ୍ବତୋଟାଠାରେ ପହଞ୍ଚିବ ଓ ସେଠାରେ ଦଳୀୟ କର୍ମକର୍ତ୍ତାଙ୍କ ସମାବେଶ ଅନୁଷ୍ଠିତ ହେବ ବୋଲି ବୈଠକରେ ସ୍ଥିରୀକୃତ ହୋଇଛି। ଏହି ଅବସରରେ ବିଧାୟକ ସାହୁ ସାମାଜିକ ଗଣମାଧ୍ୟମକୁ ଅଧିକ ସକ୍ରିୟ କରିବା ସହିତ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନର ବିପୁଳ ସଫଳତା ଦିଗରେ ନିଷ୍ଠାପର ଭାବରେ କାର୍ୟ୍ୟ କରିବାକୁ ଦଳୀୟ ନେତୃବୃନ୍ଦ ଓ କର୍ମୀଙ୍କୁ ପରାମର୍ଶ ଦେଇଥିଲେ ।