• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀରେ ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
October 21, 2024
in ଓଡ଼ିଶା, ପୁରୀ, ରାଜନୀତି, ହୋମ୍
0
ପୁରୀରେ ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ ମାନଙ୍କ ପାଇଁ ବନ୍ଦୋବସ୍ତ ହବିଷ୍ୟାଳୀ ମା’ମାନଙ୍କୁ ଦଣ୍ଡବତ ହୋଇ ଆଶୀର୍ବାଦ କାମନା କଲେ ମୁଖ୍ୟମନ୍ତ୍ରୀ

ହବିଷ୍ୟାଳୀ ମା’ ମାନଙ୍କ ଅସୁବିଧାର ସମାଧାନ ପାଇଁ ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ତଥା ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି – ମୁଖ୍ୟମନ୍ତ୍ରୀ

୨୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି । ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ପ୍ରଭୃତି ରହିଛି। ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ଙ୍କ ପାଇଁ ରହିବାର ବ୍ୟବସ୍ଥା କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ହବିଷ୍ୟାଳୀ ମା’ ମାନଙ୍କୁ ଦଣ୍ଡବତ ହୋଇ ଆଶୀର୍ବାଦ କାମନା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଏସବୁ ପ୍ରଦାନ କରି ଏହା ମୋ ନିଜର ମା’ଙ୍କୁ ଦେବା ପରି ଅନୁଭବ କରୁଛି’। ସେ କହିଛନ୍ତି ଯେ, ଆପଣ ମାନେ ସମସ୍ତେ ଏହାକୁ ବ୍ରତ ପାଳନ ବେଳେ ବ୍ୟବହାର କରିବେ ।

ଏ ମାସ ସାରା ଆପଣ ମାନେ ଯେପରି ଖୁବ୍ ଭଲ ଭାବରେ ହବିଷ କରିବେ, ମହାପ୍ରଭୁଙ୍କ ଦର୍ଶନ କରିବେ, ମହାପ୍ରସାଦ ସେବନ କରିବେ, ଭଜନ କୀର୍ତ୍ତନ ଶୁଣିବେ ଓ ଖୁସି ମନରେ ଘରକୁ ଫେରିବେ, ସେଥିପ୍ରତି ଯତ୍ନବାନ ହେବାକୁ ମୁଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି ବୋଲି ସେ କହିଥିଲେ । ମା’ ମାନଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଡାକ୍ତର ବ୍ୟବସ୍ଥା ମଧ୍ୟ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନେ ଭଲରେ ରୁହନ୍ତୁ, ଆନନ୍ଦରେ ରୁହନ୍ତୁ। ନିଜ ପରିବାର ତଥା ରାଜ୍ୟର ସମୃଦ୍ଧି ଓ ବିକାଶ ପାଇଁ ମହାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତୁ । ଓଡିଶା ବାହାରେ ଥିବା ସମୟରେ କିଛି ହବିଷ୍ୟାଳୀ ମା’ ମାନଙ୍କ ଅସୁବିଧା ସମ୍ପର୍କରେ ସୂଚନା ପାଇବା ପରେ ସେ ତୁରନ୍ତ ଏହାର ସମାଧାନ କରିବାକୁ ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ତଥା ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ବୋଲି ସେ ପ୍ରକାଶ କରିଥିଲେ । ସେ ସବୁର ସମାଧାନ ହୋଇଯିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦିନକୁ ଦିନ ଜନସଂଖ୍ୟା ବୃଦ୍ଧି ଦୃଷ୍ଟିରୁ ଭକ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧିପାଉଛି। ତେଣୁ ଏହିସବୁକୁ ଦୃଷ୍ଟିରେ ରଖି ଅନେକ ସଂସ୍କାର ଆଣିବାକୁ ପଡିବ। ସବୁଠାରୁ ବଡ ସୁଧାର ହେଉଛି କିପରି ଭାବେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନର ବ୍ୟବସ୍ଥା କରିହେବ। ଏହି ସଂସ୍କାର ପାଇଁ ଆମ ସେବାୟତମାନେ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଶ୍ରୀମନ୍ଦିର ପ୍ରଶାସନ ଏ ଦିଗରେ କାର୍ଯ୍ୟରତ ଅଛନ୍ତି। କିନ୍ତୁ, ମୁଁ ଯେପରିଭାବେ କହିଛି ଜଗନ୍ନାଥ ସଂସ୍କୃତି ଓ ପରମ୍ପରା ଅନନ୍ୟ। ପୁରା ବର୍ଷରେ ବୋଧହୁଏ କାର୍ତ୍ତିକ ମାସରେ ସବୁଠାରୁ ଅଧିକ ଶ୍ରଦ୍ଧାଳୁ ମନ୍ଦିର ଭିତରେ ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଆସିଥାନ୍ତି। କାର୍ତ୍ତିକ ପୂର୍ଣ୍ଣମୀରେ ଅନୁଷ୍ଠିତ ହେଉଥିବା ସୁନା ବେଶ ଦିନ ବୋଧହୁଏ ମନ୍ଦିର ଭିତରେ ସବୁଠାରୁ ଅଧିକ ଭିଡ ହୋଇଥାଏ। ପ୍ରଭୁଙ୍କ କରୁଣାରୁ ସମସ୍ତ ଭକ୍ତ ଦର୍ଶନ କରନ୍ତି, ଏବଂ ଏଇଥର ମଧ୍ୟ ଆପଣମାନେ ସମସ୍ତେ ଶ୍ରୀ ଜୀଉଙ୍କ ଭଲଭାବେ ଦର୍ଶନ କରିବେ ବୋଲି ମୋର ଆଶା ବୋଲି ସେ କହିଥିଲେ।

ମହାପ୍ରଭୁ ଶ୍ରୀଜଗନ୍ନାଥ ଓ କାର୍ତ୍ତିକ ବ୍ରତର ମହାତ୍ମ୍ୟ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ବିଶ୍ବାସ ଅଛି, କାଳିଆର ଡୋରୀ ନ ଲାଗିଲେ ଶ୍ରୀକ୍ଷେତ୍ର ଆସିବାର ସୁଯୋଗ ମିଳେନାହିଁ । ପବିତ୍ର କାର୍ତ୍ତିକ ମାସରେ ପବିତ୍ର ଜଗନ୍ନାଥ ଧାମରେ ଆଜି ଆସିବାର ସୁଯୋଗ ମିଳିଥିବାରୁ ମୁଁ ପ୍ରଭୁଙ୍କ ପାଖରେ କୃତକୃତ୍ୟ । ଆମ ଓଡିଆ ସଂସ୍କୃତି ଓ ପରମ୍ପରାରେ କାର୍ତ୍ତିକ ମାସ ଏକ ପବିତ୍ର ଓ ଧାର୍ମିକ ମାସ ଭାବେ ଗଣା ଯାଏ । କାର୍ତ୍ତିକ ମାସ ପୂଣ୍ୟ ଅର୍ଜନର ମାସ । କାର୍ତ୍ତିକ ବ୍ରତର ମହାତ୍ମ୍ୟ ସମ୍ପର୍କରେ କୁହାଯାଇଛି ଯେ ଯେତେ ଦର୍ଶନ, ଯେତେ ତୀର୍ଥ, ଯେତେ ଯାଗ ଯଜ୍ଞ ଇତ୍ୟାଦି ଅଛି ସେସବୁର ଧର୍ମକୁ ଠୁଳ କଲେ କାର୍ତ୍ତିକ ବ୍ରତ ସହିତ ସମାନ ହେବ ନାହିଁ । ଭଗବତ୍ ଗୀତାରେ ମଧ୍ୟ ଏ ବିଷୟରେ ବର୍ଣ୍ଣନା ଅଛି । ଶ୍ରୀକ୍ଷେତ୍ରରେ ଏହାର ସ୍ବତନ୍ତ୍ର ପାଳନ ବିଧି ରହିଛି । ଏହି ମାସରେ ଆମ ମା ଓ ମାଉସୀ ମାନେ ନିଷ୍ଠାର ସହ ପ୍ରତ୍ୟୁଷରୁ ସ୍ନାନ କରି ବ୍ରତ ପାଳନ ଓ ପୂଜା କରିଥାନ୍ତି । କାର୍ତ୍ତିକ ମାସ ସାରା ସେମାନେ ରାଇ ଦାମୋଦରଙ୍କ ପୂଜା, ତୁଳସୀ ଚଉରା ପୂଜା ସହ ହବିଷ ପାଳନ କରିଥାନ୍ତି । କାର୍ତ୍ତକ ମାସରେ ବିଷ୍ଣୁଙ୍କର ପ୍ରଧାନ ଆରାଧନା ହେଉଛି ରାଇ ଦାମୋଦର ବ୍ରତ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ଭାବେ ବୃନ୍ଦାବତୀ ନିବାସ ନାମରେ ଏକ ହବିଷ୍ୟାଳୀ ଭବନ କରାଯାଇଛି । ଚଳିତ ବର୍ଷ ବୃନ୍ଦାବତୀ ଭବନ ସହିତ ଅନ୍ୟ ତିନୋଟି କେନ୍ଦ୍ର ଯଥା – ଅକ୍ଷୟ ପାତ୍ର ପାଉଣ୍ଡେସନ, ବଗଲା ଧର୍ମଶାଳା, ମୋଚି ସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀ ମା’ ମାନଙ୍କୁ ରଖାଯାଇଛି। ପୁରୀ ଜିଲ୍ଲା ପ୍ରଶାସନକୁ ମା’ ମାନଙ୍କର ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ମୁଁ ନିର୍ଦ୍ଦେଶ ଦେଇଛି । ଜଗନ୍ନାଥଙ୍କ କୃପାରୁ ଆମ ସରକାର ରାଜ୍ୟର ସମସ୍ତ ବର୍ଗର ଲୋକଙ୍କ ପାଇଁ କାର୍ଯ୍ୟକରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ବିଭିନ୍ନ ବର୍ଗର କଲ୍ୟାଣ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ମହିଳା ମାନଙ୍କ ପାଇଁ ସୁଭଦ୍ରା ଯୋଜନା, ଚାଷୀମାନଙ୍କ ପାଇଁ ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ଏବଂ ଲୋକଙ୍କ ସୁଖଦୁଃଖ ବୁଝିବା ପାଇଁ ନିୟମିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ।

ସେ କହିଥିଲେ ଯେ, ଏ ସରକାର ଲୋକଙ୍କ ସରକାର, ମୁଖ୍ୟମନ୍ତ୍ରୀ ହେଉଛନ୍ତି ଲୋକଙ୍କର ସେବକ। ଏହି ସେବା ମନୋଭାବକୁ ଆପଣମାନେ ଆଶୀର୍ବାଦ ଦେବେ ବୋଲି ସେ ଆଶା ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଯୋଗଦେଇ ପୁରୀ ସାଂସଦ ଡ. ସମ୍ବିତ ପାତ୍ର କହିଲେ ଯେ, ନାରୀର ଜୀବନ ସାଧାରଣ ନୁହେଁ । ନାରୀମାନେ ତାଙ୍କ ଜୀବନ କାଳ ମଧ୍ୟରେ ପରିବାର ପାଇଁ, ସମାଜ ପାଇଁ ଅନେକ ତ୍ୟାଗ କରିଥାନ୍ତି । ମହାପ୍ରଭୁଙ୍କ ନିକଟରେ ଆପଣମାନେ ରାଜ୍ୟବାସୀଙ୍କ କଲ୍ୟାଣ କାମନା କରନ୍ତୁ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ ପୁରୀ ବିଧାୟକ ଶ୍ରୀ ସୁନିଲ ମହାନ୍ତି ଯୋଗଦେଇଥିଲେ । ସତ୍ୟବାଦୀ ବିଧାୟକ ଶ୍ରୀ ଓମ୍‌ ପ୍ରକାଶ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଡି.ଆଇ.ଜି. ଶ୍ରୀ ଚରଣ ସିଂ ମୀନା, ପୁରୀ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ,ଏସ ପି ବିନୀତ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version