• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 22, 2024
in ଓଡ଼ିଶା, ପୁରୀ, ହୋମ୍
0
ସାମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୨୧ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ସାମ୍ଭାବ୍ୟ ବାତ୍ୟା ର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।ଏହି ବାତ୍ୟା ଦ୍ବାରା ଯେପରି ଧନ ଜୀବନ ହାନୀକୁ ରୋକାଯାଇ ପାରିବ ସେଥି ପ୍ରତି ପ୍ରତ୍ୟେକ ସତର୍କ ରହିବାକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସମସ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଆଜି ଅପରାହ୍ନ ରେ ଓସୱ୍ବାନ ପ୍ଲାଟଫର୍ମ ରେ ଆଭାସୀ ମାଧ୍ୟମରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ ସ୍ବାଇଁ ଏହି ବାତ୍ୟା ଓଡିଶା ଉପକୂଳ ରେ ଲ୍ୟାଣ୍ଡ ଫଲ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଆମକୁ ଅଧିକ ସତର୍କ ଓ ସଚେତନ ହେବାର ଆବଶ୍ୟକତା ରହିଛି ବୋଲି କହିଥିଲେ।ସମସ୍ତ ବିଭାଗ ସେମାନଙ୍କ ଦାୟିତ୍ୱ କୁ ସୁଚାରୁ ରୁପେ ପରିଚାଳନା କରି ଧନ ଜୀବନ ହାନୀକୁ ରୋକିବାରେ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଥିଲେ।ସମସ୍ତ ବିଡ଼ିଓ ଓ ତହସିଲଦାର ସେମାନଙ୍କ ଅଞ୍ଚଳର ଖାଲୁଆ ଓ ତଳିଆ ଅଞ୍ଚଳକୁ ଚିହ୍ନଟ କରି ଆବଶ୍ୟକ ସ୍ଥଳେ ସମ୍ପୃକ୍ତ ଅଞ୍ଚଳର ଲୋକ ଙ୍କୁ ନିରାପଦ ସ୍ଥାନ କୁ ସ୍ଥାନାନ୍ତର କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।ସେହିପରି କଚ୍ଚା ଘର,ଚାଳ ଓ ମାଟି ଘରର ଲୋକ ମାନଙ୍କୁ ମଧ୍ୟ ନିରାପଦ ସ୍ଥାନ କୁ ନେବାକୁ ସେ ପରାମର୍ଶ ଦେଇଥିଲେ ।

ଅପରପକ୍ଷରେ ଜିଲ୍ଲା ପ୍ରଶାସନ ସମସ୍ତ କାର୍ଯ୍ୟ କୁ ଅତି ଗୁରୁତ୍ୱ ର ସହ ପରିଚାଳନା କରୁଛନ୍ତି।ଜନ ସାଧାରଣ ସତର୍କ ଓ ସଚେତନ ରହିବା ସହ ଅଯଥା ଭୟଭୀତ ନ ହେବାକୁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି।ବାତ୍ୟା ପାଇଁ ସମସ୍ତ ଅଧିକାରୀ ଓ କର୍ମଚାରୀ ଙ୍କ ଛୁଟି ବାତିଲ କରାଯାଇଛି।ପଲିଥିନ, ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ,ଔଷଧ, ଗୋ ଖାଦ୍ୟ ଇତ୍ୟାଦି ମହଯୁଦ ରଖିବାକୁ ବିଭାଗୀୟ ଅଧିକାରୀ ମାନ ଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ବାତ୍ୟା ରେ ଗଛ ଭାଙ୍ଗି ରାସ୍ତା ଅବରୋଧ କଲେ ତୁରନ୍ତ ତାହାକୁ ଅପସାରଣ କରିବା,ବନ୍ୟା ହେଲେ ଲୋକ ଙ୍କୁ ସହାୟତା କରିବା ପାଇଁ ଅଗ୍ନିଶମ,ଓଡ୍ରାଫ ଓ ଏନଡିଆରଏଫ ଟିମ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।ଜନ ପ୍ରତିନିଧି, ସ୍ବେଚ୍ଛାସେବୀ ଅନୁଷ୍ଠାନ, ସରକାରୀ କର୍ମଚାରୀ ପରସ୍ପର ସମନ୍ୱୟ ରଖି କାର୍ଯ୍ୟ କରିବାକୁ ପରାମର୍ଶ ଦିଆଯାଇଛି ।

ସମସ୍ତ ୧୧ଗୋଟି ବ୍ଲକ ମଧ୍ୟରୁ ଉପକୂଳ ବର୍ତ୍ତୀ ଅସ୍ତରଙ୍ଗ, କାକଟପୁର, ଗୋପ,ପୁରୀ ସଦର, ବ୍ରହ୍ମଗିରି ଓ କୃଷ୍ଣ ପ୍ରସାଦ ବ୍ଲକକୁ ଅତ୍ୟଧିକ ବାତ୍ୟା ପ୍ରବଣ ଅଞ୍ଚଳ ଭାବେ ଚିହ୍ନଟ କରାଯାଇଛି। ଜିଲ୍ଲାରେ ୧୭୯ ଟି ବାତ୍ୟା ଆଶ୍ରୟ ସ୍ଥଳ ରହିଛି।ନିକଟରେ ପ୍ରସବ ଥିବା ୮୫୬ ଗର୍ଭବତୀ ମା ମାନଙ୍କୁ ଚିହ୍ନଟ କରାଯାଇଛି ଓ ସେମାନ ଙ୍କୁ ଚିକିତ୍ସାଳୟ କୁ ଅଣାଯିବ। ବୈଠକରେ ଏସ ପି ବିନୀତ ଅଗ୍ରୱାଲ,ଡିଏଫଓ ବିବେକ କୁମାର,ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଉପ ଜିଲ୍ଲାପାଳ ଗୋପୀନାଥ କୁଅଁର, ପୌର ନିର୍ବାହୀ ଅଭିମନ୍ୟୁ ବେହେରା,ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା,ଜରୁରୀ ବିଭାଗ ଅଧିକାରୀ ମନୀଷା ଷଡ଼ଙ୍ଗୀ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ

June 18, 2026
ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 18, 2026
କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version