• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତୁଷ୍ଟିକରଣ ନୀତିକୁ ଦୃଢ଼ ବିରୋଧ : କୋରମ ଅଭାବ ସତ୍ତ୍ୱେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 31, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ତୁଷ୍ଟିକରଣ ନୀତିକୁ ଦୃଢ଼ ବିରୋଧ : କୋରମ ଅଭାବ ସତ୍ତ୍ୱେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୩୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ଦୀପାବଳୀ ଉତ୍ସବ ପାଳନ ଅବ୍ୟହତି ପୂର୍ବରୁ ହିଞ୍ଜିଳିକାଟୁ ପଞ୍ଚାୟତ ସମିତି ପକ୍ଷରୁ ବୁଧବାର ୯ମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ହିଞ୍ଜିଳିକାଟୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟଜ୍ୟୋତି ସ୍ମୁତି ରଞ୍ଜନ ଦେଓଙ୍କ ସଂଯୋଜନାରେ ସମିତି ସଭାକକ୍ଷ ପରିସରରେ ଆୟୋଜିତ ବୈଠକରେ ଅଧ୍ୟକ୍ଷା ସରସ୍ଵତୀ ସେଠୀ ସଭାପତିତ୍ବ କରିଥିଲେ। ସମ୍ମାନିତ ଅତିଥି ଭାବେ ହିଞ୍ଜିଳି ବିଧାୟକଙ୍କ ମନୋନୀତ ପ୍ରତିନିଧି ଦେବାନନ୍ଦ ମହାପାତ୍ର, ତହସିଲଦାର ଭିକାରୀ ସାହୁ ଓ ଉପାଧ୍ୟକ୍ଷ ସୁନୀଲ ଗନ୍ତାୟତ ପ୍ରମୁଖ ମଞ୍ଚସିନ ଥିଲେ। ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅରୁଣ କୁମାର ପ୍ରଧାନ ସ୍ୱାଗତ ସମ୍ଭାଷଣ ପରେ ଗ୍ରାମ ପଞ୍ଚାୟତ ଅଧିକାରୀ ପୂର୍ବ ବୈଠକର ବିବରଣୀ ପ୍ରଦାନ କରିଥିଲେ। ବ୍ଲକ ପ୍ରଶାସନ ତରଫରୁ ଜନ ପ୍ରତିନିଧି ମାନଙ୍କୁ ପୂର୍ବ ସୂଚନା ଓ ନିର୍ଘଣ୍ଟ ଅନୁସାରେ ବୈଠକରେ ଉପସ୍ଥିତ ରହିବା ପାଇଁ ପତ୍ର ପ୍ରେରଣ କରା ଯାଇଥିଲା।

କିନ୍ତୁ ୪୧ ଜଣ ଜନ ପ୍ରତିନିଧିଙ୍କ ମଧ୍ୟରୁ ବ୍ଲକ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷଙ୍କୁ ମିଶାଇ ମାତ୍ର ୧୦ ଜଣ ଜନ ପ୍ରତିନିଧି ବୈଠକରେ ଉପସ୍ଥିତ ଥିଲେ। ବୈଠକରେ ଏକ ତୃତୀୟାଂଶ ଜନପ୍ରତିନିଧିଙ୍କ ଉପସ୍ଥିତି ରହିବା ବିଧେୟ ରହିଛି । କିନ୍ତୁ ବୈଠକରେ ଆବଶ୍ୟକତା ଠାରୁ ସ୍ୱଳ୍ପ ପ୍ରତିନିଧି ଯୋଗ ଦେଇଥିଲେ। ଫଳରେ କୋରମ ସକାଶେ ଅଭାବ ଜନିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ତଥାପି ଉପସ୍ଥିତ ଥିବା ପ୍ରତିନିଧିଙ୍କୁ ନେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମିତି ବୈଠକ ଆହୁତ କରିଥିଲେ। ବୈଠକରେ ପଞ୍ଚାୟତ ଗୁଡ଼ିକ ପାଇଁ ପୁର୍ବରୁ ସ୍ଥିରୀକୃତ ହୋଇଥିବା ବିଭିନ୍ନ ବିଭାଗର ଉନ୍ନୟନ ମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା ଓ ଆବଶ୍ୟକତା ସଂମ୍ପର୍କରେ ଆଲୋଚନା ହୋଇ ପଦକ୍ଷେପ ନେବାକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପରାମର୍ଶ ଦେଇଥିଲେ। ଅନ୍ୟ ପକ୍ଷରେ ଆସିକା ଲୋକସଭା ସାଂସଦଙ୍କୁ ସମିତି ବୈଠକରେ ଯୋଗ ଦେବା ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଅନୁରୋଧ କରା ଯାଇଥିଲା ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା।

ପ୍ରଶାସନର ଏଭଳି ତୁଷ୍ଟିକରଣ ନୀତିକୁ ନାପସନ୍ଦ କରି ସଂଖ୍ୟାଧିକ ବିଜେଡ଼ି ସମର୍ଥିତ ଜନ ପ୍ରତିନିଧି ବୈଠକରେ ଯୋଗ ଦେବା ପାଇଁ ଅନିଚ୍ଛା ପ୍ରକାଶ କରିଥିବା ଶୁଣିବାକୁ ମିଳିଛି। ଫଳରେ ୨ ଜଣ ଜିଲ୍ଲା ପରିଷଦ ପ୍ରତିନିଧିଙ୍କ ସମେତ ୩୧ ଜଣ ଜନ ପ୍ରତିନିଧି ବୈଠକରୁ ଦୁରେଇ ରହିଥିବା ଦେଖିବାକୁ ମିଳିଛି। କେବଳ ଜଣେ ଜିଲ୍ଲା ପରିଷଦ ସଭ୍ୟାଙ୍କ ସମେତ ଶିକିରି,ଦାରୁଭଦ୍ରା, ବୁରୁପଡ଼ା ଓ ବେଲଗାଁ ସରପଞ୍ଚ ଓ ଶାସନ ଆମ୍ବଗାଁ,ଦୂର୍ବନ୍ଧ, ବେଲଗାଁ ଓ ଗଣ୍ଡଳା ସମିତି ସଭ୍ୟ ଉପସ୍ଥିତ ଥିବା ବେଳେ ବିଜେପିର କିଛି ସଭ୍ୟ ଯୋଗ ଦେଇ ଥିବା ବୈଠକରେ ଯୋଗ ଦେଇ ଥିବା ସୂଚନା ମିଳିଛି। କ୍ଷମତା କନ୍ଦଳ ସହ ରାଜନୈତିକ ତିକ୍ତତାର କିଛି ଗୋଳିଆ ଚିତ୍ର ସମିତି ବୈଠକରୁ ସ୍ପଷ୍ଟ ସଙ୍କେତ ଦେଉଛି।

ବୈଠକରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଅର୍ପଣ କୁମାର ପୂଜାରୀ,ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ, ଯୋଗାଣ ନୀରିକ୍ଷକ ପୁରଞ୍ଜୟ ସାହୁ,ସିଡିପିଓ ଗାଙ୍ଗୀ ସୁବୁଦ୍ଧି, ଡାକ୍ତର ସନ୍ତୋଷ କୁମାର ଷଡ଼ଙ୍ଗୀ, ଡାକ୍ତର ସୁବ୍ରତ ବେହେରା, ବିପିଏମ୍ ଶଶାଙ୍କ ଶେଖର ପଣ୍ଡା, କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ ବିନ୍ଦୁ ସାଗର ପଣ୍ଡା,କନିଷ୍ଠ ଯନ୍ତ୍ରୀ ଆଲୋକ ନାଥ ସେଠୀ, କନିଷ୍ଠ ଯନ୍ତ୍ରୀ ଡି.ଅଶୋକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ଆଜିର ଅନୁଷ୍ଠିତ ପଞ୍ଚାୟତ ସମିତି ବୈଠକରେ କିଛି ବିଜେପି ସଦସ୍ୟମାନେ ଅନାଧିକାର ଭାବେ ପ୍ରବେଶ କରିବା ସହ ଉପସ୍ଥିତ ରହିଥିବାରୁ ଉପସ୍ଥିତ କିଛି ଜନପ୍ରତିନିଧି ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଆଗାମୀ ଦିନରେ ହିଞ୍ଜିଳି ରାଜନୀତିରେ ବିଷମ ପରିସ୍ଥିତି ସୃଷ୍ଟି ହେବା ଜଳ ଜଳ ଦେଖା ଯାଉଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026
ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

ଷ୍ଟେସନ ଓ ଜିଲ୍ଲା ସ୍ଲୁଲ ଛକ ରାସ୍ତା ହେଉନାହିଁ ଓସାର ମହାନଗର ନିଗମ ଅଧିକାରୀ ନିରବଦ୍ରଷ୍ଟା

April 28, 2026
ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଲବଣ ସତ୍ୟାଗ୍ରହ ସ୍ମାରକୀ ସମାରୋହ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version