No Result
View All Result
୩୦ ଅକ୍ଟୋବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :-> ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟ ସଂସ୍କୃତ ବିଭାଗ ଆନୁକୁଲ୍ୟରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଧରଣୀଧର ବିଶ୍ୱବିଦ୍ୟାଳୟ କେନ୍ଦୁଝରର ସହକାରୀ ପ୍ରଫେସର ଡକ୍ଟର ନିବେଦିତା ପତି ଯୋଗଦାନ କରି ବେଦାନ୍ତ ସାର ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଆଲୋଚନାଚକ୍ରକୁ ଅଧ୍ୟକ୍ଷ ନିରଞ୍ଜନ ମହାନ୍ତି ଶୁଭାରମ୍ଭ କରିଥିଲେ ।
କାର୍ଯ୍ୟକ୍ରମରେ ପ୍ରଶାସନିକ ଅଧିକାରୀ ଡକ୍ଟର ଶୈଳେନ୍ଦ୍ର ଚନ୍ଦ୍ର ଦେଓ ଓ ଡକ୍ଟର ଶଶିଭୂଷଣ ମହାପାତ୍ର ଯୋଗଦାନ କରିଥିଲେ । ବିଭାଗୀୟ ମୁଖ୍ୟ ଡକ୍ଟର ମହେଶ ପ୍ରସାଦ ବେହେରା ସ୍ୱାଗତ ଭାଷଣ ଦେଇଥିବା ବେଳେ ଡକ୍ଟର ଅଭିମନ୍ୟୁ ରଣା ଧନ୍ୟବାଦ ଅର୍ପଣ କରିଥିଲେ ।
No Result
View All Result