No Result
View All Result
୧ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରାଜଭବନରେ ତା ୩୧.୧୦.୨୦୨୪ରିଖ ଗୁରୁବାର ଦିନ ରାଷ୍ଟୀୟ ଏକତା ଦିବସ ପାଳିତ ହୋଇଯାଇଛି । ଭାରତର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଲୌହ ମାନବ ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଇଥାଏ । ଏହି ଉପଲକ୍ଷେ ରାଜଭବନର ଅଭିଷେକ ହଲ୍ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସର୍ଦ୍ଦାର ପଟେଲଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ।
ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ହିମାଂଶୁ ନାରାୟଣ ପଟ୍ଟନାୟକ ରାଜଭବନର ଅଧିକାରୀ ଓ କର୍ମଚାରୀମାନଙ୍କୁ ରାଷ୍ଟ୍ରୀୟ ଏକତା ଦିବସ ସଂପର୍କିତ ଶପଥ ପାଠ କରାଇଥିଲେ । ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା, ଆଭ୍ୟନ୍ତରୀଣ ସୁରକ୍ଷା ସୁନିଶ୍ଚିତ କରିବା ନିମନ୍ତେ କାର୍ଯ୍ୟକରିବାକୁ କର୍ମଚାରୀମାନେ ସଂକଳ୍ପ ନେଇଥିଲେ ।
No Result
View All Result