୦୮ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ଜନସଂଖ୍ୟା ସ୍ଥିରତା ପକ୍ଷ -୨୦୨୪ ଅବସରରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକର ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ଓ ବେଲଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମିଳିତ ଭାବେ ୨ଟି ବର୍ଗରେ ଜିଲ୍ଲା ସ୍ତରରେ ଦ୍ୱିତୀୟ ସ୍ଥାନ ବଜାୟ ରଖି ସଫଳତା ହାସଲ କରିଛି। ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ ଏବଂ ବେଲଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ମହିଳା ଓ ପୁରୁଷ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରି ଦ୍ୱିତୀୟ ସ୍ଥାନ ବଜାୟ ରଖିଛି।