• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
November 23, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ଉଦଯାପିତ
Share on FacebookShare on TwitterWhatsapp

୨୩ ନଭେମ୍ବର ୨୦୨୪ ( ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡ଼ା   :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ସ୍ଥାନୀୟ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଦୁଇ ଦିନ ଧରି ଚାଲିବା ପରେ ଉଦଯାପିତ ହୋଇଯାଇଛି। ପ୍ରଥମ ଦିବସର ଉଦଘାଟନୀ ସମାରୋହରେ ବାଲିଗୁଡ଼ା ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ କ୍ରୀଡ଼ାର ଶୁଭାରମ୍ଭ କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡ଼ାର ମହତ୍ୱ ବିଷୟରେ ଆଲୋକପାତ କରାଇଥିଲେ ।

ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ସୁଧାଂଶୁ ମୋହନ ପତି, ସମ୍ପାଦକ ତୀର୍ଥବାସୀ ଘଡାଇଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁପରିଚାଳନା ପାଇଁଁ ମାର୍ଗଦର୍ଶନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶିଶିର କୁମାର ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଆଚାର୍ଯ୍ୟା ମମତା ମହାରଣା କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ । ଏଥିରେ ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ , ଆଚାର୍ଯ୍ୟା ଓ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ । ଦୁଇଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିଥିବା ବେଳେ ଦ୍ବିତୀୟ ଦିନ ଅପରାହ୍ନରେ ଉଦଯାପିତ ହୋଇଥିଲା ।

ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ଉପଖଣ୍ଡର ଡେପୁଟି କଲେକ୍ଟର ଧିରଜ କୁମାର ପାତ୍ର ଯୋଗଦେଇଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୁଧାଂଶୁ ମୋହନ ପତି,ସମ୍ପାଦକ ତୀର୍ଥବାସୀ ଘଡ଼ାଇ ,ଯୁଗ୍ମ ସମ୍ପାଦକ ପ୍ରକାଶ ଚନ୍ଦ୍ର ନାୟକ, ଉପସଭାପତି ଦଣ୍ଡପାଣି ଭୂୟାଁ, କୋଷାଧ୍ୟକ୍ଷ ସୁବାଷ ଚନ୍ଦ୍ର ଦିଗାଳ ଓ ସଦସ୍ୟା ସୋନିଆ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସଭାକାର୍ଯ୍ୟ ପରେ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରାୟ ୧୨୦ ଟି ପ୍ରତିଯୋଗିତାରେ ୫୦୦ ଶିଶୁ ଭାଗନେଇଥିଲେ । ସେଥିରେ କୃତିତ୍ୱ ଅର୍ଜନ କରିଥିବା ଶିଶୁମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ଶେଷରେ କ୍ରୀଡ଼ା ମହୋତ୍ସବର ମଶାଲ ଜ୍ୟୋତି ନିର୍ବାପିତ କରାଯାଇ ରାଷ୍ଟ୍ରଗୀତ ବନ୍ଦେ ମାତରଂ ଗାନ କରି ମହୋତ୍ସବ ସମାପ୍ତ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆପ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି

ଆପ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି

June 12, 2026
ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚିକା ସଂଘ ଓ ସିଆଇଟିୟୁ : ପୁରୀଜିଲ୍ଲା ପକ୍ଷରୁ ବିକ୍ଷୋଭ ଓ ୯ଦଫା ଦାବିପତ୍ର ପ୍ରଦାନ

ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚିକା ସଂଘ ଓ ସିଆଇଟିୟୁ : ପୁରୀଜିଲ୍ଲା ପକ୍ଷରୁ ବିକ୍ଷୋଭ ଓ ୯ଦଫା ଦାବିପତ୍ର ପ୍ରଦାନ

June 12, 2026
ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ଷ୍ଟେଟ ବ୍ୟାଙ୍କ ଓ ଦ ବେଲ୍ ତତଫରୁ ବିନ୍ଦୁଏ ରକ୍ତ ସିନ୍ଧୁଏ ଜୀବନ କାର୍ଯ୍ୟକ୍ରମ

June 12, 2026
ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

ପାଇଖାନା ଘେରା ଲଜିଂ ପରିସରରେ ବିଷ୍ଣୁଙ୍କ ନାମଯଜ୍ଞ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆପ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି

ଆପ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି

June 12, 2026
ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚିକା ସଂଘ ଓ ସିଆଇଟିୟୁ : ପୁରୀଜିଲ୍ଲା ପକ୍ଷରୁ ବିକ୍ଷୋଭ ଓ ୯ଦଫା ଦାବିପତ୍ର ପ୍ରଦାନ

ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚିକା ସଂଘ ଓ ସିଆଇଟିୟୁ : ପୁରୀଜିଲ୍ଲା ପକ୍ଷରୁ ବିକ୍ଷୋଭ ଓ ୯ଦଫା ଦାବିପତ୍ର ପ୍ରଦାନ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version