No Result
View All Result
୨୭ ନଭେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> କାର୍ଯ୍ୟରେ ଯୋଗ ଦେଇଛନ୍ତି ଆଇଏଏସ୍ ସୁଜାତା କାର୍ତ୍ତିକେୟନ । ୬ ମାସ ଛୁଟିରୁ ଫେରିବା ପରେ ଆଜି ସେ କାର୍ଯ୍ୟରେ ଯୋଗ ଦେଇଛନ୍ତି । କାଲି ସୁଜାତାଙ୍କ ସାନି ଛୁଟି ଆବେଦନ ଅଗ୍ରାହ୍ୟ କରିଥିଲେ ସରକାର । ଆଉ ୬ ମାସ ଛୁଟିରେ ରହିବାକୁ ଆବେଦନ କରିଥିଲେ ସୁଜାତା । ସୁଜାତାଙ୍କ ଆବେଦନ ଅଗ୍ରାହ୍ୟ ସହ ଯୋଗ ଦେବାକୁ ପରାମର୍ଶ ଦିଆଯାଇଥିଲା । ମେ’ ୩୧ରୁ ୬ ମାସ ଛୁଟିରେ ପଳାଇଥିଲେ ସୁଜାତା । ପୁଣିଥରେ ନିଜର ଛୁଟିକୁ ଆଉ ୬ ମାସ ବୃଦ୍ଧି ପାଇଁ ଆବେଦନ କରିଥିଲେ । ହେଲେ ରାଜ୍ୟ ସରକାର ସୁଜାତା କରିଥିବା ଆବେଦନକୁ ଖାରଜ କରିଥିଲେ । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଥିବା ଅବଗତ କରିଥିଲେ ।
ଏହା ସହିତ ଆଜି ଚାକିରିରେ ଯୋଗ ଦେବା ପାଇଁ ପରାମର୍ଶ ଦେଇଥିଲେ । ୨୦୨୪ ଜୁନ୍ ୬ ତାରିଖରେ ସାଧାରଣ ପ୍ରଶାସନ ବିଭାଗର ଚିଠିରୁ ଜଣାପଡ଼ିଥିଲା । ସୁଜାତାଙ୍କୁ ପିଛିଲା ଭାବେ ମେ’ ୩୧ ତାରିଖରୁ ନଭେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ୧୮୦ ଦିନର ଛୁଟି (ସନ୍ତାନର ଯତ୍ନ ପାଇଁ) ଅନୁମତି ଦିଆଯାଇଥିଲା । ଏହି ଛୁଟି ଅବଧି ମଧ୍ୟରେ ସୁଜାତାଙ୍କୁ ସମ୍ପୂର୍ଣ୍ଣ ଦରମା ମଧ୍ୟ ମିଳୁଥିଲା । ସର୍ବ ଭାରତୀୟ ସେବା ରୁଲସ-୧୯୫୫ର ରୁଲ-୧୮(ଘ)ରେ ଥିବା ପ୍ରାବଧାନ ଆଧାରରେ ସେ ତାଙ୍କ ଝିଅର ଦଶମ ପରୀକ୍ଷା ପାଇଁ ରାଜ୍ୟ ସରକାରଙ୍କୁ ଛୁଟି ଆବେଦନ କରିଥିଲେ । ଯାହାକୁ ତତକାଳୀନ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଅନୁମୋଦନ କରିଥିଲେ । ସାଧାରଣ ନିର୍ବାଚନବେଳେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ସୁଜାତାଙ୍କୁ ମିଶନ ଶକ୍ତି ସଚିବ ପଦରୁ ହଟାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିଲା । ଆଜି ସେ ଏହି ନୂତନ ପଦବୀରେ ଯୋଗ ଦେଇଛନ୍ତି ।
No Result
View All Result