ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ।
୦୯ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋଣାର୍କ :-> ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ । ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି । ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ମୁହାଣ ନିକଟରେ ଆଉ ଦିନ କେଇଟା ପରେ କୋଣାର୍କ ଇକୋ ରିଟ୍ରିଟ ଷଷ୍ଠ ସଂସ୍କରଣ ଆରମ୍ଭ ହେବ । ଏଥି ନିମନ୍ତେ ବେଳାଭୂମିରେ ବଡ଼ ତୋରଣ, ସେଲ୍ଫି ପଏଣ୍ଟ,କନଫରେନ୍ସ ଓ ରିସେପସନ ପାଇଁ ଦୁଇଟି ବଡ଼ ହଲ ନିର୍ମାଣ, ପାନୀୟ ଜଳ ବ୍ୟବସ୍ତା, ବିଦ୍ୟୁତ ସଂଯୋଗ ଆଦି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି ।
ବେଳାଭୂମିରେ ୭୦ ତମ୍ବୁଘର ଓ ଦୁଇଟି ଓପନ ବାର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ପର୍ଯ୍ୟଟକ ମାନଙ୍କ ପାଇଁ ତମ୍ବୁ ଘରେ ତାରକା ହୋଟେଲ ଭଳି ସମସ୍ତ ସୁବିଧା ରହିବ । ଏହା ସହିତ ସୁରକ୍ଷା ପ୍ରତି ଅଧିକ ଦୃଷ୍ଟି ଦିଆଯିବ। ପର୍ଯ୍ୟଟକମାନେ ବେଳାଭୂମିରେ ରହି ପ୍ରାକୃତିକ ପରିବେଶକୁ ମନଭରି ଉପଭୋଗ କରିବେ ।