No Result
View All Result
୧୧ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ର ନୂଆସାହି ପ୍ରାଥମିକ ବିଦ୍ୟାଳୟ ତରଫରୁ ଭାରତୀୟ ଭାଷା ଉତ୍ସବ ଦିବସ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଙ୍କ ନେତୃତ୍ୱରେ ଆୟୋଜିତ ଏକ ସଭାରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରମୋଦ ପୂଜାରୀ,
ସମ୍ମାନିତ ଅତିଥି ଭାବେ ମିଡିଆକିଆ ସରପଞ୍ଚ ଅଶୋକ ମଲିକ ଉପସ୍ଥିତ ରହି ମହାକବି ସୁବ୍ରମାନିଆ ଭାରତୀଙ୍କ ଫୋଟୋ ଚିତ୍ରରେ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ତାଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ l
ଏଥିରେ ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ଙ୍କ ସମେତ ସହକାରୀ ଶିକ୍ଷୟତ୍ରୀ କିମନ୍ତି ମଳିକ ଓ ସରୋଜିନୀ ମଳିକ ଓ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ଓ ଗ୍ରାମବାସୀ ଉପସ୍ଥିତ ଥିଲେ l ଶେଷରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ମିଷ୍ଟାନ ବଣ୍ଟନ କରାଯଇଥିଲା l
No Result
View All Result