• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

Proprietor Abhimanyu Maharana by Proprietor Abhimanyu Maharana
December 17, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
Share on FacebookShare on TwitterWhatsapp

‘ଓଡ଼ିଶାର ଭିତ୍ତିଭୂମି ବିକାଶ ଦିଗରେ ମହାରାଜାଙ୍କ ଅବଦାନ ଅତୁଳନୀୟ’

୧୭ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମହାରାଜା ଶ୍ରୀରାମଚନ୍ଦ୍ର ଥିଲେ ଜଣେ ଅତ୍ୟନ୍ତ ସରଳ, ପ୍ରଜାବତ୍ସଳ ଓ ଦେଶପ୍ରେମୀ ସୁଶାସକ । ଶ୍ରୀରାମଚନ୍ଦ୍ର ଭଞ୍ଜ ଖାଲି ମୟୂରଭଞ୍ଜର ନୁହନ୍ତି, ସମଗ୍ର ଓଡ଼ିଆ ଜାତିର ଉନ୍ନତି ନିମିତ୍ତ ତାଙ୍କର ବହୁବିଧ ଉଦ୍ୟମ ଅବିସ୍ମରଣୀୟ । ଶ୍ରୀରାମଚନ୍ଦ୍ର ଭଞ୍ଜଙ୍କର ଆଦର୍ଶ ଚରିତ୍ରବତ୍ତା, ସରଳତା, ନମ୍ରତା, ସ୍ୱଭାବ ଓ ବ୍ୟକ୍ତିତ୍ୱ ସର୍ବାଧିକ ପ୍ରଶଂସନୀୟ । ଉତ୍କଳ ଜନନୀର ଏହି ଯୋଗଜନ୍ମା ସୁଯୋଗ୍ୟ ସନ୍ତାନ ଆଜି ସମଗ୍ର ଓଡ଼ିଆ ଜାତିର ଚିରନମସ୍ୟ ବୋଲି ଅତିଥିମାନେ ଉଲ୍ଲେଖ କରିଛନ୍ତି ।

ଆଜି ସନ୍ଧ୍ୟାରେ ସ୍ଥାନୀୟ ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ମୟୂରଭଞ୍ଜ ସାଂସ୍କୃତିକ ସଂସଦର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୃହନିର୍ମାଣ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ର କହିଲେ ଯେ ମହାରାଜା ଶ୍ରୀ ଭଞ୍ଜଦେଓ ଓଡିଶା ଓ ଓଡ଼ିଆ ଜାତିର ଉନ୍ନତି ପାଇଁ ନିଜକୁ ସମର୍ପିତ କରିଥିଲେ । ଆମେ ଆଜି ଯେଉଁ ବିକଶିତ ଓଡିଶାର କଥା କହୁଛୁ ତାହାର ମୂଳଦୁଆ ମାହାରାଜାଙ୍କ ରାଜତ୍ୱ କାଳରେ ପଡିଥିଲା ।

ମୟୂରଭଞ୍ଜର ରାଜା ହେଲେ ମଧ୍ୟ ସମଗ୍ର ଓଡ଼ିଶାର ସାମାଜିକ-ରାଜନୈତିକ ସଂସ୍କାର ଦିଗରେ ତାଙ୍କର ଅବଦାନ ଅତୁଳନୀୟ । ଓଡ଼ିଆ ଭାଷାଭାଷୀ ଅଞ୍ଚଳର ଏକତ୍ରିକରଣ ଦିଗରେ ତାଙ୍କର ଉଦ୍ୟମ ଚିରସ୍ମରଣୀୟ । ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ଜଳସେଚନ, ଭାଷା ଆନ୍ଦୋଳନ, ଅରଣ୍ୟ ଓ ଖଣିଜ ସଂପଦର ପୁନଃମୂଲ୍ୟାୟନ, ଶିଳ୍ପାୟନ ଆଦି ପ୍ରତି କ୍ଷେତ୍ରରେ ତାଙ୍କର ଦୂରଦର୍ଶୀ ଚିନ୍ତାଧାରା ଓ ଆଧୁନିକ ଜ୍ଞାନକୌଶଳର ପ୍ରୟୋଗ ସ୍ପଷ୍ଟ ଭାବରେ ପ୍ରତିଫଳିତ । ମହାରାଜାଙ୍କ ଜୀବନୀ ଓ ତ୍ୟାଗପୂତ ଅନାଲୋଚିତ ଦିଗ ଗୁଡ଼ିକ ଉପରେ ଆଲୋକପାତ କରି ବାସ୍ତବରେ ସେ ଜଣେ ଯୁଗଜନ୍ମା ପୁରୁଷ ବୋଲି ସେ ପ୍ରକାଶ କରିବା ସହିତ ସେ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବେ ବୋଲି ତାଙ୍କ ବକ୍ତବ୍ୟରେ କହିଥିଲେ ।

ବିଶିଷ୍ଟ ଅତିଥି ଭାବେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗର ମାନ୍ୟବର ମନ୍ତ୍ରୀ, ଶ୍ରୀଯୁକ୍ତ ଗଣେଶ ରାମ ସିଂ ଖୁଣ୍ଟିଆ କହିଲେ ଯେ ମୟୂରଭଞ୍ଜ ତଥା ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ତାଙ୍କ ଅବଦାନ ଅବିସ୍ମରଣୀୟ । ଓଡ଼ିଶାର ବହୁ ଲୋକହିତକର ଅନୁଷ୍ଠାନ ତାଙ୍କ ଅମୂଲ୍ୟ ଅବଦାନରେ ସୁପ୍ରତିଷ୍ଠିତ ଓ ପବିତ୍ର ସୂତିରେ ମହିମାମଣ୍ଡିତ । ତାଙ୍କ ରାଜତ୍ୱ କାଳରେ ମୟୂରଭଞ୍ଜ ଏକ ଆଦର୍ଶ ରାଜ୍ୟ ପାଲଟିଥିଲା ବୋଲି ସେ ମତବ୍ୟକ୍ତ କରିଥିଲେ । ମୁଖ୍ୟବକ୍ତା ଭାବେ ବିଶିଷ୍ଟ ଶିକ୍ଷାବିତ ତଥା ଲେଖକ ଶ୍ରୀଯୁକ୍ତ ଭାଗବତ ଶୁକ୍ଳ ଯୋଗଦେଇ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୀବନଦର୍ଶନ ଓ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ ।

ଭାଷାଭିତ୍ତିକ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ଥିଲେ ଉତ୍କଳ ଆକାଶର ଉଜ୍ଜ୍ୱଳ ତାରକା । ଉତ୍କଳ ସମ୍ମିଳନୀର ପ୍ରଥମ ଅଧିବେଶନରେ ମହାରାଜା ଶ୍ରୀ ଭଞ୍ଜଦେଓ ସଭାପତିତ୍ୱ କରିଥିଲେ । ତାଙ୍କର ବ୍ୟକ୍ତିତ୍ୱ ଓ ଚରିତ୍ର ଓ ସୁଶାସନ ଓ ପ୍ରଜାବତ୍ସଳ ରାଜା ଭାବେ ବ୍ରିଟିଶ୍‌ମାନେ ପ୍ରଭାବିତ ହୋଇ ତାଙ୍କୁ ମହାରାଜା ଉପାଧିରେ ଭୁଷିତ କରିଥିଲେ । ତାଙ୍କ ଜ୍ଞାନାଲୋକରେ କେବଳ ମୟୂରଭଞ୍ଜ ନୁହେଁ ବରଂ ସମଗ୍ର ଓଡ଼ିଶା ଆଲୋକିତ ହୋଇଥିଲା । ଓଡ଼ିଶାରେ ପନିତତ୍ତ୍ୱ ବିଭାଗର ଭିତ୍ତିଭୂମୀ ତୋଳି ଓଡିଶା ଇତିହାସକୁ ପୁର୍ନଜୀବିତ କରିବା ସହିତ ଓଡିଶାର ବିକାଶ ପାଇଁ ତାଙ୍କର ବହୁବିଧ ଉଦ୍ୟମର ତୁଳନା ନାହିଁ ବୋଲି ସେ ପ୍ରକାଶ କରିଥିଲେ ।

ସଭା ଆରମ୍ଭରେ ଅତିଥିମାନେ ଓଡ଼ିଶାର ବରପୁତ୍ର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ସ୍ୱାଗତ ଭାଷଣ ପ୍ରଦାନ କରି ମହାରାଜା ଶ୍ରୀରାମଚନ୍ଦ୍ରଙ୍କୁ କେବଳ ଓଡିଶାର ନୁହେଁ ସମଗ୍ର ଭାରତ ମାଟିର ଜଣେ ଜାତୀୟତାବାଦୀ ଜନନାୟକ ବୋଲି ଅଭିହିତ କରିଥିଲେ । ମାତ୍ର ୨୦ ବର୍ଷ ଶାସନକାଳରେ ବହୁ ଯୁଗାନ୍ତକାରୀ ପଦକ୍ଷେପ ନେଇ ଭାରତ ମାନଚିତ୍ରରେ ଓଡିଶାକୁ ଏକ ସ୍ୱତନ୍ତ୍ର ସ୍ଥାନ ଦେଇଥିଲେ । ଆଜିର ଯୁବପିଢ଼ିି ତାଙ୍କ ମହାନ ଆଦର୍ଶରେ ଅନୁପ୍ରାଣିତ ହେଲେ ଆଜିର ବିକଶିତ ଓଡିଶାର ସ୍ୱପ୍ନ ଓ ରାଜ୍ୟର ସୁନାମ ବହୁଗୁଣିତ ହେବ ବୋଲି ଶ୍ରୀ ସାମଲ କହିଥିଲେ ।

ମୟୂରଭଞ୍ଜ ସାଂସ୍କୃତିକ ସଂସଦର ସାଧାରଣ ସଂପାଦକ ଡ. ରଜନୀକାନ୍ତ ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିବାବେଳେ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ, ୟୁନିଟ୍‌ -୨, ଭୁବନେଶ୍ୱରର ଛାତ୍ରୀମାନଙ୍କ ଦ୍ୱାରା ଜନଜାତି ନୃତ୍ୟ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ସହକାରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ ଏବଂ ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଓ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version