୨୨ ଡିସେମ୍ବର ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :-> ନୟାଗଡ଼ ବ୍ଳକର ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା- ୨୦୨୩-୨୪ ର ରେଜଲ୍ଟ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପ୍ରତିବର୍ଷ ପରି ଏ ବର୍ଷ ମଧ୍ଯ ବାଜିମାତ କରି ଏକ ନୂଆ ଇତିହାସ ରଚନା କରିଛି । ବିଦ୍ଯାଳୟର ୩ୟ ଶ୍ରେଣୀରେ ମେଧାବୃତ୍ତି ପରୀକ୍ଷା ଦେଇଥିବା ସୁଶ୍ରୀ ପ୍ରିୟଦର୍ଶିନୀ, ପାୟଲ ଦାସ ଓ ଶୁଭଶ୍ରୀ ବାରିକ ମେଧାବୃତ୍ତି ପାଇ ଥିଲାବେଳେ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ଦେଇଥିବା ବିଶ୍ବବିଜିତା ମହାନ୍ତି, ଆଦ୍ଯାଂଶୀ ପ୍ରଧାନ ଓ ଶୁଭସ୍ମିତା ପଣ୍ଡା ସଫଳତା ହାସଲ କରି ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି ।

ଏହି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଅଭିନନ୍ଦନ ସମାରୋହ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ପ୍ରାକ୍ତନ ନୟାଗଡ଼ ବ୍ଳକ ଶିକ୍ଷା ଅଧିକାରୀ ନିମାଇଁ ଚରଣ ପ୍ରଧାନ ଯୋଗଦେଇ କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି ବୋଲି କହିଥିଲେ । ଅଭିଭାବକ ଓ ଗୁରୁଜୀ ଗୁରୁମା ମାନଙ୍କର ଅକ୍ଳାନ୍ତ ପରିଶ୍ରମ ପାଇଁ ସାଧୁବାଦ ଜଣାଇ ଥିଲେ । ମେଧାବୃତ୍ତି ପାଇଥିବା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଗୋଟିଏ ଗୋଟିଏ ଗୋଲାପ ଫୁଲ ଦେଇ ମୁଖ୍ଯ ଅତିଥି ମିଠା ଖୁଆଇ ଥିଲେ । ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଯୁକ୍ତ ସାହୁ କହିଥିଲେ ଯେ, ଆମ ବିଦ୍ଯାଳୟର ଶିକ୍ଷା ଦାନ ପଦ୍ଧତି ନିଆରା ।

ପ୍ରତି ୨୫ ଜଣ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଗୋଟିଏ ଗୋଟିଏ ବିଭାଗ କରାଯାଏ,ସରକାରୀ ମେଧାବୃତ୍ତି ପରୀକ୍ଷା ପାଇଁ ସ୍ବତନ୍ତ୍ର ଭାବେ ଶିକ୍ଷା ଦାନ ବ୍ଯବସ୍ଥା କରାଯିବା ସହିତ ଅଭିଭାବକ ମାନଙ୍କୁ ଶିଶୁ ମାନଙ୍କର ଦାୟିତ୍ୱ ନେବା ପାଇଁ ନିୟମିତ କାଉନସେଲିଂ କରାଯାଏ । କେବଳ ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା ନୁହେଁ ମାଟ୍ରିକ୍ ପରୀକ୍ଷା, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା, ଏନ୍ ଆର୍ ଟି ଏସ୍ ଆଦି ସମସ୍ତ ପରୀକ୍ଷାରେ ଆମ ବିଦ୍ଯାଳୟର ଛାତ୍ରଛାତ୍ରୀ ମାନେ ଶତପ୍ରତିଶତ ରେଜଲ୍ଟ କରି ଆସୁଛନ୍ତି । ପରିଶେଷରେ ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଧନ୍ଯବାଦ ଅର୍ପଣ କରିଥିଲେ ।