No Result
View All Result
0୨ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ଆସନ୍ତା ଜାନୁଆରୀ ୫ତା ରୁ ପ୍ରଦର୍ଶନୀ ପଡ଼ିଆଠାରେ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫ଅନୁଷ୍ଠିତ ହେବ । ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏହା ଆୟୋଜିତ ହେଉଛି । ଜାନୁଆରୀ ୫ ତାରିଖରୁ ଜାନୁଆରୀ ୧୬ ତାରିଖ ଯାଏଁ ୧୨ଦିନ ଧରି ଚାଲିବ ।
ଚଳିତ ବର୍ଷର ମୁଖ୍ୟ ଆକର୍ଷଣ ହେବ ଆଦିବାସୀ ଗ୍ରାମ, ଆଦିବାସୀ ହାଟ, କଳା ଓ ହସ୍ତଶିଳ୍ପ ଗ୍ରାମ, ଜନଜାତି ଖାଦ୍ୟ ଫୁଡ୍ କୋର୍ଟ, ଲାଇଭ୍ ଡେମନଷ୍ଟ୍ରେସନ୍, ଭଗବାନ ବିର୍ସା ମୁଣ୍ଡା ପାଭିଲିୟନ୍ । ଚଳିତ ବର୍ଷ ୨୦ଟି ଆଦିବାସୀ କୁଟିର ନିର୍ମାଣ କରାଯାଉଥିବା ବେଳେ ୧୪୭ ଟି ଷ୍ଟଲ୍ ରେ ଆଦିବାସୀ ସାମଗ୍ରୀ ବିକ୍ରିବଟା ହେବ ।
ଏଥିସହ କଳା ଓ ହସ୍ତଶିଳ୍ପ ଗ୍ରାମ ପାଇଁ ୪୦ଟି ଷ୍ଟଲ୍ ପ୍ରସ୍ତୁତ କରାଯାଉଥିବା ବେଳେ ୧୫ଟି ଷ୍ଟଲ୍ ରେ ଲାଇଭ୍ ଡେମନଷ୍ଟ୍ରେସନ୍ ର ସୁବିଧା ରହିବ । ଏଥିସହ ଭଗବାନ ବିର୍ସା ମୁଣ୍ଡା ପାଭିଲିୟନ୍ ର ୫ ଟି ଗ୍ୟାଲେରୀରେ ବିର୍ସାମୁଣ୍ଡାଙ୍କ ଜୀବନୀ, ରାଜ୍ୟ ତଥା ଦେଶର ସ୍ବାଧୀନତା ସଂଗ୍ରାମୀଙ୍କ ଅବଦାନ ସମ୍ପର୍କିତ ଗ୍ୟାଲେରୀ, ଚିତ୍ରାଙ୍କନ ପ୍ରଦର୍ଶନୀ, ମିନି ଥିଏଟର୍ ଓ ଫଟୋଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯିବ ।
ପ୍ରତି ସନ୍ଧ୍ୟାରେ ଆଦିବାସୀ ନୃତ୍ୟସଙ୍ଗୀତର ପରିବେଷଣ କରାଯିବା ସହ ଭଗବାନ ବିର୍ସା ମୁଣ୍ଡାଙ୍କ ଜୀବନୀ ଆଧାରିତ ଲେଜର୍ ଶୋ, ଓଡ଼ିଶାର ଜନଜାତି ସମ୍ପ୍ରଦାୟଭିତ୍ତିକ ଡ୍ରୋନ୍ ଶୋ, ଓଡ଼ିଶାର ଜନଜାତି ସ୍ବାଧୀନତା ସଂଗ୍ରାମୀଙ୍କ ଉପରେ ପର୍ୟ୍ୟବେଶିତ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ, ଫ୍ୟାସନ୍ ଶୋ ଏବଂ ଫାୟର୍ ୱାର୍କ ଶୋର ମଧ୍ୟ ଆୟୋଜନ କରାଯିବ ।
No Result
View All Result