• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନବ ବର୍ଷର ଶୁଭେଚ୍ଛା ଜଣାଇବା ସହ ୬ଟି ପ୍ରସ୍ତାବ ରଖିଲେ ଅପରାଜିତା

Proprietor Abhimanyu Maharana by Proprietor Abhimanyu Maharana
January 4, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନବ ବର୍ଷର ଶୁଭେଚ୍ଛା ଜଣାଇବା ସହ ୬ଟି ପ୍ରସ୍ତାବ ରଖିଲେ ଅପରାଜିତା
Share on FacebookShare on TwitterWhatsapp

୦୩ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-> ଆଜି ମାନନୀୟ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ନବବର୍ଷ ଶୁଭେଚ୍ଛା ଜଣାଇବା ସହିତ ଭୁବନେଶ୍ୱର ର ଉନ୍ନତି କଳ୍ପେ ୬ଟି ପ୍ରସ୍ତାବ ପ୍ରଦାନ କରିଛନ୍ତି । ଏହି ଅବସରରେ ଭୁବନେଶ୍ବର ସଂସଦୀୟ କ୍ଷେତ୍ରର ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ଗତ ୧୪-୯-୨୦୨୪ରେ ମୁଖ୍ୟମନ୍ତ୍ରୀଙ୍କୁ ଦେଖାକରି ଭୁବନେଶ୍ବର ସଂସଦୀୟ କ୍ଷେତ୍ର ଅଂଚଳ ଲୋକଙ୍କ ପାଇଁ ସାଂସଦ ମହୋଦୟା, ୪ଟି ପ୍ରସ୍ତାବ ଦେଇଥିଲେ ।

ଏହି ପ୍ରସ୍ତାବ ଗୁଡ଼ିକ ଉପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଶୀଘ୍ର କାର୍ଯ୍ୟ ହାତକୁ ନେଇ ଆଗ୍ରହ ଦେଖାଇଥିଲେ । ଯାହାକୁ ନେଇ ୨୦୨୫ ବର୍ଷ ଆରମ୍ଭରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ବତନ୍ତ୍ର ଭାବରେ ଧନ୍ୟବାଦ ଜଣାଇଛନ୍ତି ଭୁବନେଶ୍ବର ସାଂସଦ । ଭୁବନେଶ୍ବର ସଂସଦୀୟ କ୍ଷେତ୍ରର ବିକାଶ ନେଇ ସଦା ଚେଷ୍ଟିତ ଥିବା ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜିର ସାକ୍ଷାତ ଅବସରରେ ଭୁବନେଶ୍ବରବାସୀଙ୍କ ପାଇଁ ଆଉ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି। ଏହି ୬ଟି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ବିଶେଷ ଭାବରେ ଭୁବନେଶ୍ବର ବାସିନ୍ଦା ବେଶ୍ ଉପକୃତ ହେବେ ବୋଲି ସାଂସଦ ଅପରାଜିତା ଷଡ଼ଙ୍ଗୀ ମତବ୍ୟକ୍ତ କରିଛନ୍ତି ।

ଭୁବନେଶ୍ଵର ସଂସଦୀୟ କ୍ଷେତ୍ର ର ୪ଟି ପ୍ରସଙ୍ଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲି , କାମ ଆରମ୍ଭ ହେଇସାରିଛି। ଗୋଟେ ସାରିଯାଉଛି। ଆଜି ଆଉ ୬ଟି ବିଷୟ ନେଇ ମୁଁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛି। ଖୋର୍ଦ୍ଧା ଜଟଣୀ , ବେଗୁନିଆ, ଦେଲାଙ୍ଗ ଲୋକଙ୍କ ROR ରହିଛି। ୧୫୬ଟି ଗାଁକୁ ଜଗନ୍ନାଥ ଜମି ଦିଆ ଯାଇଥିଲା। ୩୬ଟି ଗାଁଁର ପାଖାପାଖି ୧ଲକ୍ଷ ୨୦ ହଜାର ଲୋକେ ଜମି ପାଇବାରୁ ବଞ୍ଚିତ ଅଛନ୍ତି। ୨୦୧୪ ମସିହାରେ କୋର୍ଟ ନିର୍ଦ୍ଦେଶ ଦେଇଥିଲା ଜମି ଦେବା ପାଇଁ । ଏହି ଜମି ତାଙ୍କୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଜଟଣୀ ରେ ନିର୍ମାଣ ହେବ ୫୬୮ ଭେଣ୍ଡିଙ୍ଗ ଜୋନ । ୧୬ କୋଟି ୫୮ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି ।

ମୁଖ୍ୟମନ୍ତ୍ରୀଙ୍କୁ ଭୁବନେଶ୍ବର ସାଂସଦଙ୍କ ୬ଟି ପ୍ରସ୍ତାବ ମଧ୍ୟରେ ଏହା ରହିଛି :

୧-ନନ୍ଦନକାନନ ରାସ୍ତାର ପ୍ରଶସ୍ତିକରଣ ହେଉ. ୨୦୦ ଫୁଟିଆ କରାଯାଉ ରାସ୍ତା

୨- କଳ୍ପନାରୁ ରବି ଟକିଜକୁ ଫ୍ଲାଏ ଓଭର, ଶିଶୁ ଭବନ ଛକରୁ ମ୍ୟୁଜିୟମ ଛକ ଯାଏ ଫ୍ଲାଏ ଓଭର ହେଉ. ଏହି ପ୍ରକଳ୍ପ ଗୁଡି଼କର ଡିପିଆର ପ୍ରସ୍ତୁତ ହୋଇ ଜିଲ୍ଲାପାଳ, ବିଡିଏ ଓ ବିଏମସି ନିକଟକୁ ଯାଇ ସାରିଛି । କେବଳ ଆଗାମୀ ପଦକ୍ଷେପକୁ ଅପେକ୍ଷା ।

୩- ଭୁବନେଶ୍ବର ବାହାରେ ଏକ ରିଙ୍ଗ ରୋଡ୍ ପ୍ରକଳ୍ପ କରାଯାଉ । ୧୪୮ କିମି ଲମ୍ବ ବିଶିଷ୍ଟ ପ୍ରସ୍ତାବିତ ରିଙ୍ଗ ରୋଡ୍ ପାଇଁ ଦାବି ହୋଇଛି। ଏହି ରିଂ ରୋଡ ,ରାଜଧାନୀ ଉପକଣ୍ଠ ଅଂଚଳକୁ ସଂଯୋଗ କରିବ, ରାଜଧାନୀରେ ଟ୍ରାଫିକ ସମସ୍ୟା ଦୂର କରିବା ସହ ଯୋଗାଯୋଗକୁ ଅତି ସୁଦୃଢ କରିବ ।

୪- ଦୟା ପଶ୍ଚିମ କେନାଲ ଓ ସଂଯୋଗ କରୁଥିବା ରାସ୍ତାର ଉନ୍ନତି କରଣ

୫- ସହିଦନଗର ହାଟର ଜମି ଅଧିଗ୍ରହଣ ପାଇଁ ସୁପାରିଶ ଓ ହାଟର ଉନ୍ନତିକରଣ ପାଇଁ ଯୋଜନା 

୬- ନୟାପଲ୍ଲୀରେ ବରିଷ୍ଠ ନାଗରିକଙ୍କ ପାଇଁ କମ୍ୟୁନିଟି ହଲର ନିର୍ମାଣ

ରାଜଧାନୀ ଭୁବନେଶ୍ବରର ବିକାଶ ହେଲେ, ଏହା ରାଜ୍ୟର ବିକାଶକୁ ତ୍ବରାନ୍ବିତ କରିବ ବୋଲି କହିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାର, କ୍ଷମତାକୁ ଆସିବା ପରଠାରୁ ଆକ୍ସନ ମୋଡରେ ବିଭିନ୍ନ ଉନ୍ନତିକରଣ କାର୍ଯ୍ୟକୁ ହାତକୁ ନେଇଛନ୍ତି । ସାଧାରଣ ଲୋକଙ୍କ ସରକାର, ବିଜେପି ସରକାର ବୋଲି ସାଧାରଣରେ ମତ ପ୍ରକାଶ ପାଇଛି । ଏହି ଅବସରରେ ଭୁବନେଶ୍ବରର ବର୍ଷ ବର୍ଷ ଧରି ସାଧାରଣ ଜନତାଙ୍କ ବିଭିନ୍ନ ଦାବିକୁ ପ୍ରସ୍ତାବ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଁଚାଇବାରେ, ଭୁବନେଶ୍ବର ସାଂସଦ ବଡ଼ ଭୂମିକା ଗ୍ରହଣ କରିଛନ୍ତି । ବିଶେଷ କରି ଏହି ୬ଟି ପ୍ରସ୍ତାବ କାର୍ଯ୍ୟକ୍ଷମ ହେଲେ, ରାଜଧାନୀ ଭୁବନେଶ୍ବରରେ ବହୁ ଗୁଣରେ ଟ୍ରାଫିକ ସମସ୍ୟା ଦୂର ହେବା ସହିତ, ଯୋଗାଯୋଗ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆସିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version