• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଓଡ଼ିଆ ବିଭାଗର ଜାତୀୟ ଆଲୋଚନାଚକ୍ର ଉଦ୍‌ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
January 4, 2025
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଓଡ଼ିଆ ବିଭାଗର ଜାତୀୟ ଆଲୋଚନାଚକ୍ର ଉଦ୍‌ଘାଟିତ
Share on FacebookShare on TwitterWhatsapp

୦୩ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :->  ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ଓଡ଼ିଆ ବିଭାଗ ଦ୍ୱାରା ଆୟୋଜିତ ଏକ ଦୁଇଦିବସୀୟ ଜାତୀୟ ଆଲୋଚନାଚକ୍ର ଉଦ୍‌ଘାଟିତ ହୋଇଯାଇଛି । ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ‘ସାମାଜିକ ଦାୟବଦ୍ଧତା ଓ ଆଧୁନିକ ଓଡ଼ିଆ ସାହିତ୍ୟ’ ଶୀର୍ଷକ ଏହି ଆଲୋଚନା ଚକ୍ରରେ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜ ବକ୍ତବ୍ୟରେ ସାହିତ୍ୟରେ ସାମାଜିକ ଦାୟବଦ୍ଧତା ଏକ ଅନୁଭୂତି ଲବ୍‌ଧ ବାସ୍ତବତା ବୋଲି ଅଭିହିତ କରିଥିଲେ ।

ସମାଜକୁ ଅତି ନିକଟରୁ ବାସ୍ତବବାଦୀ ଦୃଷ୍ଟିକୋଣରୁ ଦେଖିବାର ଯେଉଁ ସାହିତ୍ୟିକ ମାନଙ୍କର ଦକ୍ଷତା ଅଛି ସେମାନେ ତାକୁ କଳାତ୍ମକ ଶୈଳୀରେ ପ୍ରକାଶ କଲେ ତାହା କାଳଜୟୀ ହୋଇଥାଏ ବୋଲି ସେ କହିଥିଲେ । ମୁଖ୍ୟ ବକ୍ତା ଭାବେ ସୁନାମଧନ୍ୟ ଗବେଷକ ତଥା ସାହିତ୍ୟିକ ପ୍ରଫେସର ଆଦିକନ୍ଦ ସାହୁ ଯୋଗଦାନ କରି ସାହିତ୍ୟର ସମାଜ ପ୍ରତି ଅଙ୍ଗୀକାରବଦ୍ଧତା ସମ୍ବନ୍ଧରେ ଏକ ସାରଗର୍ଭକ ବକ୍ତବ୍ୟ ରଖିଥିଲେ । ବାସ୍ତବତାର ସ୍ୱରୁପ ସମ୍ବନ୍ଧରେ ବିଶ୍ଲେଷଣ କରିବାକୁ ଯାଇ ସେ କିର୍କେଗାର୍ଡ୍‌ଙ୍କ ଜୀବନ ଓ ସାହିତ୍ୟ ସମ୍ବନ୍ଧରେ ଆଲୋକପାତ କରିଥିଲେ । ଓଡ଼ିଆ ସାହିତ୍ୟରେ ସାମାଜିକ ଅଙ୍ଗୀକାରବଦ୍ଧତାର ମାପକାଠିରେ ସେ ଗୋପୀନାଥ ମହାନ୍ତିଙ୍କୁ ଶ୍ରେଷ୍ଠ ସାହିତ୍ୟିକ ବୋଲି ବିବେଚନା କରିବା ସହ ଆଜିର ସାହିତ୍ୟ ବହେମିଆନ୍‌ ମାନଙ୍କର ଚରାଭୂଇଁ ପାଲଟି ଯାଇଛି ବୋଲି କ୍ଷୋଭ ପ୍ରକାଶ କରିଥିଲେ ।

ବିଶ୍ୱବିଦ୍ୟାଳୟ ଗବେଷଣା ଓ ବିକାଶ ପରିଷଦର ସଦସ୍ୟ ପ୍ରଫେସର ରାଜେଶ କୁମାର ସିଂ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏଭଳି ଏକ ଆଲୋଚନାଚକ୍ରରେ ଯୋଗଦାନ କରିଥିବାରୁ ଆନନ୍ଦ ବ୍ୟକ୍ତ କରିଥିଲେ । ଆଲୋଚନାଚକ୍ରର ଆବାହକ ସ୍ନାତକୋତ୍ତର ଓଡ଼ିଆ ବିଭାଗ ମୁଖ୍ୟ ପ୍ରଫେସର ବବ୍ରୁବାହନ ମହାପାତ୍ର ଆଲୋଚନାଚକ୍ରର ଆଭିମୁଖ୍ୟ ପ୍ରଦାନ ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ବିଭାଗୀୟ ସହକାରୀ ପ୍ରଫେସର ଡ. ବିଚିତ୍ରନାଥ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସହକାରୀ ପ୍ରଫେସର ଡ. ଶିଶିର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଉଦ୍‌ଘାଟନୀ ସମାରୋହରେ ପଦ୍ମଶ୍ରୀ ଡ. ଦମୟନ୍ତୀ ବେଶ୍ରା, ବିଶ୍ୱବିଦ୍ୟାଳୟ ବିତ୍ତ ନିୟନ୍ତ୍ରକ ଶ୍ରୀ ଶୁକଦେବ ତରେଇ,

ପରୀକ୍ଷା ନିୟନ୍ତ୍ରକ ଡ. ସୁବ୍ରତ କୁମାର ରଣା, ବିଶ୍ୱବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ଏହି ଦୁଇଦିବସୀୟ ଜାତୀୟ ସଂପାନରେ ପ୍ରଥମ ଦିବସର ବିଷୟ ଭିତ୍ତିକ ଆଲୋଚନା କାର୍ଯ୍ୟକ୍ରମରେ ରେଭେନ୍‌ସା ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ନଟବର ଶତପଥୀଙ୍କ ସଭାପତିତ୍ୱରେ ବିଶ୍ୱଭାରତୀ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଶାନ୍ତିନିକେତନର ସହକାରୀ ପ୍ରଫେସର ଡ. ଇନ୍ଦ୍ରମଣି ସାହୁ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ସମ୍ବଲପୁରର ସହକାରୀ ପ୍ରଫେସର ଲକ୍ଷ୍ମୀପ୍ରିୟା ବେହେରା, ଝାଡ଼ଖଣ୍ଡ କୋହ୍ଲଣ ବିଶ୍ୱବିଦ୍ୟାଳୟର ସହଯୋଗୀ ପ୍ରଫେସର ଡ. ମନୋଜ ମହାପାତ୍ର, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସହଯୋଗୀ ପ୍ରଫେସର ଡ. ସମୀର ଭୋଇ, ଫକୀର ମୋହନ ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର ଜୟନ୍ତ ଦାସ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ସେହିଭଳି ଅପରାହ୍ନର ଆଲୋଚନାଚକ୍ରରେ ଉତ୍କଳ ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ନାରାୟଣ ସାହୁଙ୍କ ସଭାପତିତ୍ୱରେ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର ଡ. ରଞ୍ଜନ କୁମାର ସେଠୀ, କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟର ସହକାରୀ ପ୍ରଫେସର ଡ. ସୁମନ୍ତ୍ର ନାୟକ, ଓ ଲକ୍ଷ୍ମୀକାନ୍ତ ମହାବିଦ୍ୟାଳୟ ବାଙ୍ଗିରିପୋଷିର ପ୍ରାଧ୍ୟାପକ ଡ. ନିର୍ମଳ ଚନ୍ଦ୍ର ସାହୁ, ବହରାଗୋଡ଼ା ମହାବିଦ୍ୟାଳୟ ଝାଡ଼ଖଣ୍ଡର ସହକାରୀ ପ୍ରଫେସର ଡ. ବାଳକୃଷ୍ଣ ବେହେରା ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଦ୍ୱିତୀୟ ଦିବସର ପ୍ରଥମାର୍ଦ୍ଧ ଆଲୋଚନାଚକ୍ରରେ ଫକୀର ମୋହନ ବିଶ୍ୱବିଦ୍ୟାଳୟର ପରିଦର୍ଶୀ ପ୍ରଫେସର ପ୍ର. କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଆଗତ ଗବେଷକ ଓ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରବନ୍ଧ ପାଠର କାର୍ଯ୍ୟକ୍ରମ ରହିଛି ।

ଏହାର ସମୀକ୍ଷକ ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ଜଗତ୍‌ବନ୍ଧୁ ଆଚାର୍ଯ୍ୟ ଓ ଡ. ଅବନୀ କୁମାର କୁଣ୍ଡୁ ରହିଛନ୍ତି । ସେହିଭଳି ଅପରାହ୍ନର ଆଲୋଚନାଚକ୍ରରେ ସଭାମୁଖ୍ୟ ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ପ୍ର. ବିଜୟ କୁମାର ଶତପଥୀଙ୍କ ସଭାପତିତ୍ୱରେ ପ୍ରବନ୍ଧ ପାଠର କାର୍ଯ୍ୟକ୍ରମ ରହିଛି । ଏହାକୁ ମହାରାଜା ପୂର୍ଣ୍ଣଚନ୍ଦ୍ର ସ୍ୱୟଂଶାସିତ ମହାବିଦ୍ୟାଳୟର ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ସୁଶାନ୍ତ କୁମାର ବଶା ଓ ଫକୀରମୋହନ ବିଶ୍ୱବିଦ୍ୟାଳୟର ପ୍ରଫେସର ପ୍ର. ଦେବାଶିଷ ପାତ୍ର ସମୀକ୍ଷା କରିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

“କଳାକ୍ଷେତ୍ର”ର ରାଜ୍ୟମୁଖ୍ୟ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲ୍ଲାରେ “କଳାକ୍ଷେତ୍ର ଗାଁ” ପ୍ରତିଷ୍ଠା ଲାଗି ପ୍ରସ୍ତାବିତ କାର୍ଯ୍ୟକ୍ରମ

March 6, 2026
ନିଆଳି ମହାବିଦ୍ୟାଳୟରେ ପ୍ରାଣୀବିଜ୍ଞାନ ବିଭାଗର ବାର୍ଷିକ ସେମିନାର ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ପ୍ରାଣୀବିଜ୍ଞାନ ବିଭାଗର ବାର୍ଷିକ ସେମିନାର ଅନୁଷ୍ଠିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version