No Result
View All Result
୧୧ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ଼ :- ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ବିଂଶତମ ବାର୍ଷିକ ଉତ୍ସବ ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସକାଳ ୧୦ଟା ସମୟରେ ଆୟୋଜିତ ରକ୍ତଦାନ ଶିବିରକୁ ବ୍ଳକ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ ଓ ପ୍ରାକ୍ତନ ଉପବନ ସଂରକ୍ଷକ ସୁରେଶ ଚନ୍ଦ୍ର ହୋତା ଉଦଘାଟନ କରିଥିଲେ।ରକ୍ତଦାନ ଶିବିରରେ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ଅପରାହ୍ନ ୦୧ଟା ସମୟରେ ବିଦ୍ଯାଳୟର ଉପଦେଷ୍ଟା ହରିହର ପାତ୍ରଙ୍କ ଅଧ୍ଯକ୍ଷତାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା ।
ଏହି ଉତ୍ସବରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ମୂଲ୍ଯବୋଧ ଭିତ୍ତିକ ଶିକ୍ଷା ଉପରେ ବକ୍ତବ୍ଯ ଦେଇ ଅଭିଭାବକ ମାନେ ଏକ ସୁସ୍ଥ ସମାଜ ଗଠନ କରିବା ପାଇଁ ଯତ୍ନବାନ୍ ହେବାକୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ପୌରପରିଷଦ ଅଧ୍ଯକ୍ଷା ନିରୁପମା ଖଟେଇ, ବ୍ଳକ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ ଓ ପ୍ରାକ୍ତନ ଉପବନ ସଂରକ୍ଷକ ସୁରେଶ ଚନ୍ଦ୍ର ହୋତା ମଞ୍ଚାସୀନ ହୋଇ ଉତ୍ତମ ନାଗରିକ ଗଠନରେ ପିତାମାତାଙ୍କ ଭୂମିକା ବିଷୟରେ ଆଲୋଚନା କରିଥିଲେ ।
ବିଦ୍ଯାଳୟ ତରଫରୁ ଆୟୋଜିତ କ୍ରୀଡା, ଶ୍ରୀନିବାସ ରାମାନୁଜନ୍ ଗଣିତ ପ୍ରତିଭା ପରୀକ୍ଷା ଓ କୌତୁକ ପୋଷାକ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯିବା ସହିତ ପଣ୍ଡିତ ଭଗବାନ ଆଚାର୍ଯ୍ୟ ଙ୍କୁ ସମ୍ବର୍ଦ୍ଧନା ପତ୍ର ପ୍ରଦାନ କରାଯାଇ ଥିଲା । ବିଦ୍ଯାଳୟର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲା ବେଳେ ଷଷ୍ଠ ଶ୍ରେଣୀର ଛାତ୍ରୀ ବିଶ୍ବବିଜିତା ମହାନ୍ତି ମଞ୍ଚ ସଂଯୋଜନା କରିଥିଲେ । ରକ୍ତ ଦାନ ଶିବିରକୁ ନୟାଗଡ଼ ବ୍ଳଡ୍ ବ୍ଯାଙ୍କର କର୍ମଚାରୀମାନେ ସଂଚାଳନ କରିଥିଲେ। ବିଦ୍ଯାଳୟର ଯୁଗ୍ମ ସଂପାଦକ ସନ୍ତୋଷ କୁମାର ନାୟକ ଧନ୍ଯବାଦ ଅର୍ପଣ କରିଥିଲେ ।

No Result
View All Result