• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

 ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲିଲା ରାଜଭବନ : ଉଦ୍ୟାନ – ଜନସାଧାରଣଙ୍କ ସହ ମିଶିଲେ ରାଜ୍ୟପାଳ

Proprietor Abhimanyu Maharana by Proprietor Abhimanyu Maharana
January 13, 2025
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ମହାନଗର, ହୋମ୍
0
 ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲିଲା ରାଜଭବନ : ଉଦ୍ୟାନ – ଜନସାଧାରଣଙ୍କ ସହ ମିଶିଲେ ରାଜ୍ୟପାଳ
Share on FacebookShare on TwitterWhatsapp

୧୩ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଭୁବନେଶ୍ୱର ରାଜଭବନ ଉଦ୍ୟାନ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଆଜିଠାରୁ ଖୋଲାଯାଇଛି । ପ୍ରଥମ ଦିନରେ ଶୀତୁଆ ଅପରାହ୍ନସତ୍ତ୍ୱେ ତିନି ହଜାରରୁ ଉର୍ଦ୍ଧ୍ୱ ଜନସାଧାରଣ ରାଜଭବନର ମନୋରମ ଉଦ୍ୟାନ ପରିଦର୍ଶନ କରିଥିଲେ । ଏହି ଅବସରରେ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମ୍‌ପାଟି ଏବଂ ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମ୍‌ପାଟି ଜନସାଧାରଣଙ୍କ ସହ ମିଶି ବାର୍ତ୍ତାଳାପ କରିଥିଲେ ।

ନିଜର ପିତାମାତା / ଅଭିଭାବକଙ୍କ ସହ ଆସିଥିବା ଛୋଟ ଛୋଟ ଶିଶୁମାନଙ୍କ ସହ ମିଶିବା ସହିତ ସେମାନଙ୍କୁ ଚକୋଲେଟ୍ ଏବଂ ପେନ୍‌ ପ୍ରଦାନ କରିଥିଲେ । ଏତଦ୍‌ବ୍ୟତୀତ ଉଦ୍ୟାନ ପରିଦର୍ଶନ କରୁଥିବା ଭିନ୍ନକ୍ଷମମାନଙ୍କ ସହ ମିଶି ବାର୍ତ୍ତାଳାପ କରିଥିଲେ । ସୂଚନାଯୋଗ୍ୟଯେ ଦର୍ଶକମାନେ ରାଜଭବନ ଉଦ୍ୟାନର ନୈସର୍ଗିକ ଶୋଭାରାଜି, ବିଭିନ୍ନ କିସମର ବୃକ୍ଷ ଲତା, ପୁଷ୍ପରାଜି, ମ୍ୟୁଜିକ୍ ଫାଉଂଟେନ୍‌, ହରିଣ ଉଦ୍ୟାନ,

ମୟୁର ତଥା ଅନ୍ୟାନ୍ୟ ପକ୍ଷୀ, ମୁକ୍ତ ଆକ୍ୱାରିୟମ୍ ପରିଦର୍ଶନ କରି ସୌନ୍ଦର୍ଯ୍ୟ ଉପଭୋଗ କରିଥିଲେ । ସୂଚନାଯୋଗ୍ୟଯେ, ଚଳିତ ଜାନୁଆରୀ ମାସ ୨୨ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ରାଜ ଭବନ ଉଦ୍ୟାନ ଖୋଲା ରହିବ ବୋଲି ନିଷ୍ପତି ନିଆଯାଇଛି । କେବଳ ମୋବାଇଲ୍ ଆପ୍ ପଂଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ ଏବଂ ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ ।

ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍ ଆପ୍ ଡାଉନ୍‌ଲୋଡ଼ କରିବାକୁ ପଡ଼ିବ । ଓଡ଼ିଶାର ରାଜଭବନ ୱେବ୍‌ସାଇଟରେ ଉପଲବ୍ଧ ଥିବା କ୍ୟୁ-ଆର୍‌ କୋଡ଼ ମାଧ୍ୟମରେ ମୋବାଇଲ୍ ଆପ୍ ମଧ୍ୟ ଡାଉନ୍‌ଲୋଡ କରାଯାଇପାରିବ । ଉପରୋକ୍ତ ଧାର୍ଯ୍ୟ ତାରିଖ ଅବଧି ମଧ୍ୟରେ ଅପରାହ୍ନ ଘ ୨.୩୦ମି. ରୁ ୫ ଘଟିକା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ରାଜଭବନ ଉଦ୍ୟାନ ପରିଦର୍ଶନ ସମୟ ଧାର୍ଯ୍ୟ କରାଯାଇଛି ।

ସେହିପରି ସ୍କୁଲ୍ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି । ଏସଂପର୍କରେ ଏ.ଡ଼ି.ସି / ଚିଫ୍ ସିକ୍ୟୁରିଟି ଅଫିସରଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ନିମନ୍ତେ ଅନୁରୋଧ ପତ୍ର ପଠାଇବା ଆବଶ୍ୟକ ବୋଲି ସୂଚନା ଦିଆଯାଇଛି । ସ୍କୁଲ ପିଲାମାନଙ୍କ ପାଇଁ ଉଦ୍ୟାନ ପରିଦର୍ଶନ ସମୟ ପ୍ରତିଦିନ (ରବିବାର ବ୍ୟତୀତ) ସକାଳ ଘ ୮.୩୦ମି. ରୁ ୧୦ ଘଟିକା ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି ।

ଏ ସଂପର୍କରେ ଅଧିକ ବିବରଣୀ ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷ ୱେବ୍‌ସାଇଟ୍ www.rajbhavanodisha.gov.in ପରିଦର୍ଶନ କରିପାରିବେ । ସ୍କୁଲ ଛାତ୍ରଛାତ୍ରୀମାନେ ସ୍କୁଲ ୟୁନିଫର୍ମ ଓ ପରିଚୟ କାର୍ଡ଼ ପରିଧାନ ପୂର୍ବକ ଶିକ୍ଷକ / ଶିକ୍ଷୟିତ୍ରୀ / ସ୍କୁଲ କର୍ମଚାରୀଙ୍କ ତତ୍ତ୍ୱାବଧାନରେ ଆସିବାକୁ ସୂଚନା ଦିଆଯାଇଛି । ଉଲ୍ଲେଖଯୋଗ୍ୟଯେ ସମସ୍ତ ଉଦ୍ୟାନ ଦର୍ଶନାର୍ଥୀମାନଙ୍କ ପାଇଁ ନ୍ୟୁ ଅଭିଷେକ ହଲ୍ ନିକଟସ୍ଥ ୩ ନମ୍ବର ଗେଟ୍‌ରେ ପ୍ରବେଶ ଏବଂ ସିକ୍ୟୁରିଟି ବାରାକ ନିକଟସ୍ଥ ଗେଟ୍‌ରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version