୧୬ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ମାଲକାନଗିରି :- ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ନେହେରୁ ଯୁବ କେନ୍ଦ୍ରର ମିଳିତ ଆନୁକୁଲ୍ୟରେ ନାୟକଗୁଡା ସ୍ଥିତ ଜିଲ୍ଲା ସ୍ୱତନ୍ତ୍ର ବିଦ୍ୟାଳୟ ଠାରେ ଜାତୀୟ ଯୁବ ସପ୍ତାହ ପାଳନ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନେହେରୁ ଯୁବ କେନ୍ଦ୍ର ଦ୍ଵାରା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜନ କରାଯାଇଛି । ମୁଖ୍ୟ ଅତିଥି ଭାବେ ଜିଲ୍ଲା ଯୁବ ଅଧିକାରୀ ହରିଶ ରୂପଲ୍ ଯୋଗ ଦେଇଥିବା ବେଳେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନିର୍ମଳ ଧରୁଆ, ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ମନସ୍ଵୀ ସେଠୀ,

ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ଓ ଜିଲ୍ଲା ମୁଖ୍ୟାଳୟ ସାମାଜିକ ସୁରକ୍ଷା ଅଧିକାରୀ ରାଜୀବ ପୂଜାରୀ ଉପସ୍ଥିତ ଥିଲେ । ଜିଲ୍ଲା ସ୍ବତନ୍ତ୍ର ବିଦ୍ୟାଳୟର ସୁପରିଟେଣ୍ଡେଣ୍ଟ ତଥା ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସସ୍ମିତା ସ୍ବାଇଁଙ୍କ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ନିଜ ଭିତରେ ଥିବା ଅନ୍ତର୍ନିହିତ ଗୁଣାବଳୀର ବିକାଶ କରିବା ପାଇଁ ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ଗୋଟିଏ ବୃକ୍ଷ ମା ଙ୍କ ପାଇଁ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନେ ବୃକ୍ଷ ରୋପଣ କରିଥିଲେ ।















