୨୩ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଆର,ଉଦୟଗିରି :- ଗଜପତି ଜିଲ୍ଲାର ଆର, ଉଦୟଗିରି ବ୍ଲକ୍ ଅଧିନସ୍ଥ ସରକାରୀ ଉଚ୍ଚ ବିଦ୍ୟାଳୟ କେ .ଏମ. ଭାଲିଆସାହି ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପ୍ରଧାନ ଶିକ୍ଷକଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଉକ୍ତ ଅବସରରେ ସୁବାଷ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କର ଫଟୋରେ ପୁଷ୍ପ ମାଲ୍ୟ ଅର୍ପଣ କରିବା ସହିତ ବିଦ୍ୟାଳୟ ପରିସରରେ ଥିବା ମହା ପୁରୁଷ ମାନଙ୍କ ପ୍ରତି ମୂର୍ତ୍ତିଗୁଡିକରେ ମଧ୍ୟ ଧୂପ ଦୀପ ଏବଂ ପୁଷ୍ପ ମାଲ୍ୟ ଅର୍ପଣ କରାଯାଇଥିଲା ।















