No Result
View All Result
୨୯ ଜାନୁଆରୀ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ସିନ୍ଦ୍ରିଗାଁ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ବାଲିଗୁଡ଼ା ଥାନା ଅଧିକାରୀ ସମ୍ବିତ ସ୍ୱାଇଁ ଯୋଗ ଦେଇ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ସମ୍ମାନିତ ଅତିଥି ଭାବେ ବାଲିଗୁଡା ବ୍ଲକ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ, ଏନ୍ ଏସି ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ନଗର ବିଜେପି ସଭାପତି ମନୋଜ କୁମାର ରଥ,
ବାଲିଗୁଡ଼ା ଥାନା ଏସ ଆଇ ଯୁଗଳ କିଶୋର ନାୟକ ପ୍ରମୁଖ ଯୋଗ ଦେଇ ଗୁରୁ ଶିଷ୍ୟ ସମ୍ପର୍କରେ ସମ୍ୟକ ଭାଷଣ ପ୍ରଦାନ କରିଥିଲେ l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ହରିଶ୍ଚନ୍ଦ୍ର ପ୍ରଧାନ ବାର୍ଷିକ ବିବରଣୀ ପଠନ ସହ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ l ଉତ୍ସବରେ କୁନି କୁନି ଛାତ୍ର ଛାତ୍ରୀଙ୍କ ଦ୍ବାରା ଉଦଘାଟନ ଓ ଉଦଯାପନୀ ସଙ୍ଗୀତ, ନୃତ୍ୟ ପରିବେଷଣ କରାଯାଇଥିଲା । ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ଙ୍କ ଦ୍ଵାରା ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା । ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ,ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ, ଅଭିଭାବକ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ଉପଭୋଗ କରିବା ସହ ପରିଚାଳନାରେ ସହଯୋଗ କରିଥିଲେ ।

No Result
View All Result