• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ସୁରଜ୍ ମଲ୍ ସାହା ମହାବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳନ ଅବସର ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

Proprietor Abhimanyu Maharana by Proprietor Abhimanyu Maharana
February 4, 2025
in ଓଡ଼ିଶା, ପୁରୀ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ପୁରୀ ସୁରଜ୍ ମଲ୍ ସାହା ମହାବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳନ ଅବସର ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ
Share on FacebookShare on TwitterWhatsapp

ପୁରୀ ସୁରଜମଲ ସାହା ମହାବିଦ୍ୟାଳୟର ୪୫ ତମ ବାର୍ଷିକ ଉତ୍ସବରେ ଯୋଗଦାନ କଲେ ମୁଖ୍ୟମନ୍ତ୍ରୀ

ଆଜିର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ଏକମାତ୍ର ସମ୍ପତ୍ତି – ମୁଖ୍ୟମନ୍ତ୍ରୀ

ମହାବିଦ୍ୟାଳୟର ଭିତ୍ତିଭୂମି ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏକ କୋଟି ଟଙ୍କାର ସହାୟତା ରାଶି ଘୋଷଣା

୦୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-  ଜ୍ଞାନ ହେଉଛି ପ୍ରକୃତ ଶକ୍ତି। ଆଜିର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ହେଉଛି ଏକ ମାତ୍ର ସମ୍ପତ୍ତି। ଛାତ୍ର ଜୀବନ ହେଉଛି ଜଣେ ବ୍ୟକ୍ତିର ସୃଜନଶୀଳ ଏବଂ ଉତ୍ପାଦନଶୀଳ ଜୀବନ। ଛାତ୍ର ଜୀବନର କିଛି ବର୍ଷ, ବ୍ୟକ୍ତିର ସାରା ଜୀବନର ଦଶା ଓ ଦିଶାକୁ ଦିଗ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଠାରେ ସୁରଜମଲ ସାହା ମହାବିଦ୍ୟାଳୟର ୪୫ ତମ ବାର୍ଷିକ ଉତ୍ସବ ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି।

ମହାବିଦ୍ୟାଳୟର ଭିତ୍ତିଭୂମି ଉନ୍ନତି ପାଇଁ ଏକ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆଜିର ଶିକ୍ଷା ପଦ୍ଧତି ଓ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିଛି। ଏବେ ନିଯୁକ୍ତି ଓ ରୋଜଗାରର ଅମାପ ସୁଯୋଗ ରହିଛି। ଏହାର ସଦୁପଯୋଗ କରିବା ପାଇଁ ଶିକ୍ଷା ସହିତ ଉପଯୁକ୍ତ ଦକ୍ଷତା ବିକାଶ ତାଲିମ୍ ର ଆବଶ୍ୟକତା ରହିଛି।

ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚଳିତ ବଜେଟରେ ଦେଶର ଏକ କୋଟି ଯୁବଗୋଷ୍ଠୀଙ୍କୁ ପ୍ରତିଷ୍ଠିତ କମ୍ପାନୀ ମାନଙ୍କ ଜରିଆରେ ଶିଳ୍ପଉପଯୋଗୀ କରିବାପାଇଁ ଷ୍ଟାଇପେଣ୍ଡ ସହ internship ର ବ୍ୟବସ୍ଥା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଦିଗଦର୍ଶନରେ ଦେଶରେ ନୂତନ ଶିକ୍ଷା ନୀତି ୨୦୨୦ ପ୍ରଣୟନ କରାଯାଇଛି। ଯୁବପିଢିଙ୍କୁ ଏକ ସାମଗ୍ରିକ ଶିକ୍ଷା ଦ୍ଵାରା ଯୋଗ୍ୟ କରିବା ହେଉଛି ଆମର ଲକ୍ଷ୍ୟ।

ସେ ପୁଣି କହିଥିଲେ, ଓଡ଼ିଶାର ଶିକ୍ଷାକ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ଆମ ସରକାରଙ୍କ ଯୋଜନା ରହିଛି। ରାଜ୍ୟରେ ପ୍ରାଥମିକ ଶିକ୍ଷାର ଭିତ୍ତିକୁ ସୁଦୃଢ କରିବାପାଇଁ ପ୍ରତି ପଂଚାୟତରେ ଗୋଟିଏ ଲେଖାଏଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଜାତୀୟ ଶିକ୍ଷାନୀତି ୨୦୨୦ ଏବଂ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଆମ ଶିକ୍ଷା ବ୍ୟବସ୍ଥାକୁ ଆହୁରି ବଳିଷ୍ଠ କରିବ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, ମହାବିଦ୍ୟାଳୟର ନବନିର୍ମିତ ନୂତନ ଶ୍ରେଣୀଗୃହ ଓ ପ୍ରଶାସନିକ ଗୃହର ଉଦଘାଟନ କରିବା ସହିତ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଗୃହ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଏହି ଅବସରରେ, ମୁଖ୍ୟମନ୍ତ୍ରୀ, ମହାବିଦ୍ୟାଳୟର ନେପାଳର କାଠମାଣ୍ଡୁ ଠାରେ ଆୟୋଜିତ South Asian Combat Championship ରେ ମେଡାଲ ହାସଲ କରିଥିବା ଓ ସର୍ବ ଭାରତୀୟ କୋଷ୍ଟାଲ ଟ୍ରେକିଙ୍ଗ ଓ ମାଉଣ୍ଟେନ କୋର୍ସ ରେ ସଫଳତା ହାସଲ କରିଥିବା ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟ ଉଚ୍ଚ ଶିକ୍ଷମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ, ମୁଖ୍ୟବକ୍ତା ଭାବେ ଯୋଗଦେଇ କହିଲେଯେ, ବିଶିଷ୍ଟ ସମାଜସେବୀ ସୁରଜମଲ ସାହା, ସାହସ, ତ୍ୟାଗ, ସମର୍ପଣ ଓ ତିତିକ୍ଷାର ପ୍ରତୀକ ଥିଲେ। ସେ ପ୍ରତ୍ୟକ୍ଷ ରାଜନୀତିରେ ନଥାଇ ମଧ୍ୟ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ପାଇଁ ସଦା ସର୍ବଦା ଚେଷ୍ଟିତ ଥିଲେ। ଏହି ମହାବିଦ୍ୟାଳୟର ପ୍ରାୟ ୫୦ ଜଣ ଛାତ୍ର ଛାତ୍ରୀ ହେଉଛନ୍ତି, ଜାତୀୟ ସ୍ତରର ଖେଳାଳୀ, ଏହା ଏକ ଗୌରବର କଥା। ଛାତ୍ରଛାତ୍ରୀ ମାନଙ୍କୁ ଆହ୍ୱାନ ଦେଇ ସେ କହିଥିଲେଯେ, ରାଜ୍ୟର ବିକାଶ ଓ ସମୃଦ୍ଧି, ତୁମକୁ ମାନଙ୍କ ଉପରେ ନିର୍ଭର କରୁଛି। ନିଜର ଉଜ୍ଜ୍ୱଳ ଭବିଷ୍ୟତ ଜରିଆରେ ରାଜ୍ୟ ତଥା ଦେଶର ବିକାଶ ପ୍ରତି ସମସ୍ତେ ଯତ୍ନବାନ ହେବାପାଇଁ ସେ ସମସ୍ତ ଛାତ୍ର ଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ସତ୍ୟବାଦୀ ବିଧାୟକ ଶ୍ରୀ ଓମ ପ୍ରକାଶ ମିଶ୍ର, ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ ଏବଂ ପୁରୀର ପୂର୍ବତନ ବିଧାୟକ ଶ୍ରୀ ଜୟନ୍ତ କୁମାର ଷଡ଼ଙ୍ଗୀ ପିଲା ମାନଙ୍କୁ ପ୍ରେରଣାଦାୟୀ ବକ୍ତବ୍ୟ ଦେବା ସହିତ, ଆଗାମୀ ଭବିଷ୍ୟତରେ ନିଜ ଶିକ୍ଷା ମହତ୍ୱକୁ ଶୀର୍ଷ ସ୍ଥାନରେ ସ୍ଥାନିତ କରିବା ପାଇଁ କହିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ର. ବ୍ରହ୍ମ।ନନ୍ଦ ସାହୁ ଏହି କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେବା ସହିତ ବାର୍ଷିକ ବିବରଣୀ ପାଠ କରିଥିଲେ ଏବଂ ଅଧ୍ୟାପକ ନଳିନୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

August 7, 2026
ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

August 7, 2026
ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

ମାଲକାନଗିରି ଜିଲ୍ଲା ଗସ୍ତରେ ଆଇପିଆର ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ ପ୍ରଧାନ : କାର୍ଯ୍ୟର ସମୀକ୍ଷା ସହ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

August 7, 2026
Vedanta Aluminium Coal Mines Strengthen Rural Education Across Jharsuguda and Sundargarh Districts Through Project Vidya

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

August 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

ହିରୋସୀମା ଦିବସ ପାଳିତ, ଶାନ୍ତି ର ବାର୍ତ୍ତା ବଣ୍ଟନ

August 7, 2026
ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

ବ୍ରହ୍ମାନନ୍ଦ ସ୍ବାଇଁଙ୍କ ପରଲୋକ

August 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version