ଓଡିଶା ତାଜା ନ୍ୟୁଜ୍ (୨୬ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :– ବିଜୁ ଯୁବ ଛାତ୍ର ଜନତା ଦଳର ଆନୁକୁଲ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଙ୍ଗଠନିକ ସମୀକ୍ଷା ସମ୍ପର୍କୀୟ ଭର୍ଚୁଆଲ୍ ମିଟିଙ୍ଗ ଅନୁଷ୍ଠିତ ହୋଇଯାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ଦକ୍ଷିଣ ଓଡିଶାର ୫ଜିଲ୍ଲା ଗଞ୍ଜାମ, ରାୟଗଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ବ୍ରହ୍ମପୁର ସାଂଗଠନିକ ଜିଲ୍ଲାର ସମସ୍ତ ଯୁବ ଓ ଛାତ୍ର ନେତା ଯୋଗଦେଇ ଦଳୀୟ ସଙ୍ଗଠନ ସମ୍ପର୍କରେ ନିଜର ମତ ପ୍ରଦାନ କରିଥିଲେ ।
ଏହି ସାଙ୍ଗଠନିକ ସମୀକ୍ଷା ଭର୍ଚୁଆଲ୍ ମିଟିଙ୍ଗ୍ ରେ ମୁଖ୍ୟ ଅତିଥି ରୂପେ ବିଜୁ ଜନତା ଦଳର ସଙ୍ଗଠନ ସମ୍ପାଦକ ତଥା ମାନ୍ୟବର ବିଧାୟକ ଯାଜପୁର ଶ୍ରୀ ପ୍ରଣବ ପ୍ରକାଶ ଦାସ ଯୋଗ ଦେଇ ଯୁବ ଛାତ୍ର ନେତୃତ୍ୱକୁ ସନ୍ଥକବି ଭିମଭୋଇ, ଉତ୍କଳ ଗୌରବ ମଧୁସୁଦନ ଦାସ, ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ବ୍ୟକ୍ତିତ୍ୱକୁ ଅନୁକରଣ କରି ସାମାଜିକ ସୁରକ୍ଷା ଦିଗରେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦୁରଦୃଷ୍ଟି ସମ୍ପନ୍ନ ନିତି ଏବଂ ନେତୃତ୍ୱର ସମାହାରରେ ଆଜି ଓଡିଆ ଜାତି ସମଗ୍ର ବିଶ୍ୱ ଦରବାରରେ ସାମାଜିକ ସୁରକ୍ଷା ପ୍ରଦାନ କରିବାରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଯେଉଁ ଆହ୍ୱାନ ରହିଛି “ପ୍ରତ୍ୟେକଟି ଜୀବନ ଆମପାଇଁ ମୁଲ୍ୟବାନ ସେହି ଆହ୍ୱାନକୁ ସଙ୍କଳ୍ପ ରୂପେ ଗ୍ରହଣ କରି କୋଭିଡ ପରିଚାଳନାରେ ଏକାଠି ହୋଇ କାମ କରିବା ପାଇଁ ଯୁବ ଛାତ୍ର ନେତୃତ୍ୱଙ୍କୁ ଶ୍ରୀ ଦାସ ପରାମର୍ଶ ଦେଇଥିଲେ ।
ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ( ଯୁବ ବ୍ୟାପାର) ତଥା ମାନ୍ୟବର ବିଧାୟକ ଧର୍ମଶାଳା ଶ୍ରୀ ପ୍ରଣବ କୁମାର ବଳବନ୍ତରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସାଧାରଣ ସମ୍ପାଦକ (ଛାତ୍ର ବ୍ୟାପାର) ତଥା ମାନ୍ୟବର ବିଧାୟକ ଚାନ୍ଦବାଲି ଶ୍ରୀଯୁକ୍ତ ବ୍ୟୋମକେଶ ରାୟ, ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ( ଯୁବ ବ୍ୟାପାର) ତଥା ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ଅମରେଶ ପତ୍ରୀ ଏବଂ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ରଣେନ୍ଦ୍ର ପ୍ରତାପ ପାତ୍ର ପ୍ରମୂଖ ପରିଚାଳନା କରିଥିଲେ ।