୦୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା :- ଓଡ଼ିଶାର ନୂଆ ସରକାରଙ୍କର ଅଭିନଵ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶାର ଆସନ୍ତାକାଲି ୫ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝିଙ୍କ କର କମଳରେ ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଠାରେ ସକାଳ ୧୧ ଘଣ୍ଟା ସମୟରେ ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହେବ। ଏହି ଯୋଜନା ରେ ଗ୍ରାମୀଣ ଭିତ୍ତିଭୂମି ଏବଂ ଅର୍ଥନୀତି ସୁଦୃଢ ହେବାସହ ଗ୍ରାମୀଣ ଜୀବନ ସୁଗମ ହୋଇପାରିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏହି ଅଭିନଭ ଯୋଜନାର ଲକ୍ଷ୍ୟ ରଖା ଯାଇଛି । ଏହା ଦ୍ୱାରା ନୂତନ ସରକାରଙ୍କର ଉତ୍କର୍ଷ ଓଡିଶା – ୨୦୩୬ ର ରୂପାନ୍ତରଣରେ ଏହା ସହଯୋଗ କରିଵା ସହ ନୂତନ ଦିଗଦର୍ଶନର ବାର୍ତ୍ତା ଦେବ। ଏହି ଯୋଜନାରେ ୫ ବର୍ଷ ପାଇଁ ୫ କୋଟି ଖର୍ଚ କରାଯିବା ପାଇଁ ଲକ୍ଷ୍ୟ ରଖା ଯାଇଛି ।

ପ୍ରତି ବର୍ଷ ୧ କୋଟି ଟଙ୍କା ଗ୍ରାମର ଉନ୍ନତିକାରଣ ପାଇଁ ଖର୍ଚ୍ଚ କରାଯିବା ପାଇଁ ଲକ୍ଷ ରଖା ଯାଇଛି। ଖୋର୍ଦ୍ଧା ଜିଲ୍ଲାରେ ଏହି କାର୍ଯ୍ୟକ୍ରମର ବିଷୟରେ ଖୋର୍ଦ୍ଧା ବାସୀଙ୍କୁ ଅବଗତ କରାଇବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳରାଣା ୧୧ ହଜାର ଲୋକଙ୍କ ର ସମାଗମ ପାଇଁ ବ୍ୟାପକ ବ୍ୟବସ୍ଥା କରିଛନ୍ତି।ସେମାନଙ୍କ ଖାଦ୍ୟ ପାନୀୟ ର ବ୍ୟବସ୍ଥା କରାଯାଉଛି କାର୍ଯ୍ୟକ୍ରମ ପାଇଁ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।















