୦୫ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼ :- ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ଗେଡିଆପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ପ୍ରଧାନ ଶିକ୍ଷୟତ୍ରୀ ପ୍ରଣତି ମହାପାତ୍ରଙ୍କ ସଭାପତିତ୍ୱରେ ମୁଖ୍ୟତିଥି ଭାବେ ବୋଲଗଡ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ବଳନ କରି ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ବୋଲଗଡ ବିଇଓ ଗୋକୁଳ ଚନ୍ଦ୍ର ବଳବନ୍ତରାୟ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉପରେ ବକ୍ତବ୍ୟ ଦେଇଥିଲେ। ସେହିପରି ସମ୍ମାନିତ ଅତିଥିଭାବେ ସ୍ଥାନୀୟ ସରପଞ୍ଚ କବିତା ମଞ୍ଜରୀ ତ୍ରିପାଠୀ,

ସମିତସଭ୍ୟ ରଞ୍ଜନ କୁମାର ପଣ୍ଡା,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଦିଲ୍ଲୀପ କୁମାର ପଣ୍ଡା , ବିଦ୍ୟାଳୟ ପ୍ରତିଷ୍ଠାତା ପ୍ରଧାନ ଶିକ୍ଷକ ସୁଦର୍ଶନ ଦାସ , ପ୍ରାକ୍ତନ ପ୍ରଧାନ ଶିକ୍ଷକ ନୀଳମଣି ବରାଳ , ପ୍ରାକ୍ତନ ପ୍ରଧାନ ଶିକ୍ଷକ ପୀତବାସ ପଟ୍ଟନାୟକ , ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ଗଣେଶ୍ୱର ପଣ୍ଡା, ପ୍ରାକ୍ତନ ପ୍ରଧାନ ଶିକ୍ଷକ ହରେକୃଷ୍ଣ ବେହେରା, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଲକ୍ଷ୍ମୀଧର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଆର୍ଶୀବାଦ ଦେବା ସହିତ ଉଜ୍ଜ୍ବଳ ଭବିଷ୍ୟତ ପାଇଁ କାମନା କରିଥିଲେ। ଏହି କାର୍ଯ୍ୟକ୍ରମରେ 200 ଜଣ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।
















