୧୯ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶିକ୍ଷାନିକେତନର ୨୧ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼ଃ.ମଧୁସୂଦନ ମହାପାତ୍ର, ସମ୍ମାନିତ ଅତିଥି ଭାବେ ଏସ୍ଡ଼ିପିଓ ରାମେନ୍ଦ୍ର ପ୍ରସାଦ,

ବିଜେପି ର ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ୍ମ ଚରଣ ଦାସ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମହେନ୍ଦ୍ର ମଲ୍ଲ ଓ ବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ରାଜ କିଶୋର ପାଢ଼ୀ ପ୍ରମୁଖ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନେ କଠିନ ପରିଶ୍ରମ କରି ଜୀବନ କୁ ଉପଭୋଗ କରିବା ପାଇଁ ନିଜ ନିଜ ବକ୍ତବ୍ୟରେ କହିଥିଲେ l















