• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର : ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
February 22, 2025
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ହୋମ୍
0
ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର : ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

୨୧ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା-ଜଟଣୀ :- ଗତକାଲି ଦିଲ୍ଲୀରେ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟିଥିଲେ ମୁଖ୍ୟମନ୍ତ୍ରୀ, ଯୋଡ଼ା-ବଡ଼ବିଲ, ବଡ଼ବିଲ – ବରଷୁଆଁ ରେଳ ଲାଇନ ସମ୍ପର୍କରେ ଆଲୋଚନା କରିଥିଲେ।ଏହି ଦୁଇଟି ରେଳ ଲାଇନ ନିର୍ମାଣର ସମ୍ଭାବନା ଉଜ୍ଜ୍ୱଳ। କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱ ପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ମଞ୍ଜୁର କରାଯାଇଛି।୨୫୦ କିଲୋମିଟର ଦୀର୍ଘ ଗୋପାଳପୁର- ରାୟଗଡା ନୂଆ ରେଳ ଲାଇନ ଓ ନୂଆପଡା- ଗୁଣୁପୁର- ଥେରୁବାଲି ରେଳ ଲାଇନର ଦୋହରୀ କରଣ ପାଇଁ ଫାଇନାଲ ଲୋକେସନ ସର୍ଭେ ମଞ୍ଜୁର କରାଯାଇଛି ।

ଏହି ଦୁଇଟି ପ୍ରକଳ୍ପ ଦ୍ୱାରା ଓଡ଼ିଶା, ବିଶେଷକରି ଦକ୍ଷିଣ ଓଡିଶାରେ ରେଳ ଭିତ୍ତିଭୂମି ସହିତ ଅର୍ଥନୈତିକ ବିକାଶ ଆହୁରି ବ୍ୟାପକ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କର ଫୋକସ୍‍ ଜାରି ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଦିଗ୍‍ଦର୍ଶନରେ ଓଡ଼ିଶା ବିକାଶର ଯେଉଁ ଲକ୍ଷ୍ୟ ରଖିଛି ତାହା ନିଶ୍ଚୟ ହାସଲ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ଯେ,ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ଗତକାଲି କେନ୍ଦ୍ର ରେଳ ଯୋଗାଯୋଗ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରି ଓଡ଼ିଶାର ରେଳ ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ।

ବିଭିନ୍ନ ନୂଆ ପ୍ରକଳ୍ପ ସହିତ ମଞ୍ଜୁର ହୋଇଥିବା ପ୍ରକଳ୍ପ ଗୁଡ଼ିକର ଆଲୋଚନା ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଯୋଡ଼ା-ବଡ଼ବିଲ ଓ ଯୋଡ଼ା-ବରଷୁଆଁ ରେଳ ଲାଇନ୍‍ ନିର୍ମାଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହାଦ୍ୱାରା ବଡ଼ବିଲ,ଯୋଡ଼ା ଓ କେନ୍ଦୁଝରକୁ ନେଇ ଏକ ଇଣ୍ଡଷ୍ଟ୍ରିଆଲ କରିଡର ନିର୍ମାଣ ପାଇଁ ରାଜ୍ୟ ସରକାର ଯେଉଁ ଯୋଜନା କରୁଛନ୍ତି, ସେଥିରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଏହି ଦୁଇଟି ରେଳ ଲାଇନ ନିର୍ମାଣର ସମ୍ଭାବନା ମଧ୍ୟ ଉଜ୍ୱଳ ହୋଇଛି।

ଏହାସହିତ ରାଜ୍ୟର ଅନ୍ୟାନ୍ୟ ପ୍ରକଳ୍ପ ସହିତ ଦକ୍ଷିଣ ଓଡ଼ିଶାର ପ୍ରକଳ୍ପ ଗୁଡ଼ିକୁ ମଧ୍ୟ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ। ଅର୍ଥନୈତିକ ଅଭିବୃଦ୍ଧିରେ ରେଳ ଯୋଗାଯୋଗର ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ବିକାଶର ଗତି ବହୁଗୁଣିତ ହେବା ସହିତ ଅନେକ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହୋଇପାରିବ। ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଥିଲେ ଯେ, ଏହି ଦୁଇଟି ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ସକରାତ୍ମକ ଦୃଷ୍ଟି ରଖି ପଦକ୍ଷେପ ନେଉଛନ୍ତି। ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କର ସ୍ୱତନ୍ତ୍ର ଫୋକସ୍‍ ରହିଛି ବୋଲି ସେ କହିଥିଲେ। ଆଗାମୀ ୨୫ ବର୍ଷର ଅମୃତ କାଳରେ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟର ପରିକଳ୍ପନାରେ ଓଡ଼ିଶାକୁ ଦେଶର ଅର୍ଥନୀତିର ଇଞ୍ଜିନ ଭାବେ ବିକଶିତ କରିବା ପାଇଁ ପଦକ୍ଷେପ ନିଆଯାଉଛି।

ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ରେଳ ଭିତ୍ତିଭୂମିର ବ୍ୟାପକ ବିକାଶ କରାଯାଉଛି ବୋଲି ସେ କହିଥିଲେ। ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ ଶ୍ରୀ ବୈଷ୍ଣବ କହିଥିଲେ ଯେ ଓଡ଼ିଶାରେ ବର୍ତ୍ତମାନ ୭୩ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଜାରି ରହିଛି।୨୦୧୪ ରୁ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨୦୪୬ କି.ମି. ନୂଆ ରେଳ ଲାଇନ ନିର୍ମାଣ ହୋଇ ସାରିଛି ଯାହା କି ମାଲେସିଆର ସମ୍ପୂର୍ଣ୍ଣ ରେଳ ନେଟୱର୍କ ଠାରୁ ଅଧିକ। ଶ୍ରୀ ବୈଷ୍ଣବ କହିଥିଲେ ଯେ ଓଡ଼ିଶାର ଜନଜାତି ବହୁଳ ଓ ଆକାଂକ୍ଷୀ ଜିଲ୍ଲା ଗୁଡ଼ିକରେ ରେଳ ଭିତ୍ତିଭୂମିର ବିକାଶ ଉପରେ କେନ୍ଦ୍ର ସରକାରଙ୍କ ଫୋକସ୍‍ ରହିଛି।

ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳରେ ବର୍ତ୍ତମାନ ସୁଦ୍ଧା ୨୦ ହଜାର କୋଟି ଟଙ୍କାର ୮ ଟି ନୂଆ ରେଳ ଲାଇନ ନିର୍ମାଣ ପାଇଁ ମଞ୍ଜୁରୀ ଦିଆଯାଇଥିବା ବେଳେ ୫୯ ଟି ରେଳ ଷ୍ଟେସନକୁ ଅମୃତ ଷ୍ଟେସନ ଭାବେ ବିକଶିତ କରାଯାଉଛି। ଏଥିରୁ ୧୬ ଟି ଷ୍ଟେସନ ଆକାଂକ୍ଷୀ ଜିଲ୍ଲାରେ ରହିଛି ବୋଲି ସେ କହିଥିଲେ।ଏହା ସହିତ ପ୍ରଧାନମନ୍ତ୍ରୀ ନିକଟରେ ରାୟଗଡ଼ା ଡିଭିଜନ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି ବୋଲି ଶ୍ରୀ ବୈଷ୍ଣବ କହିଥିଲେ। ଆହୁରି ମଧ୍ୟ ଓଡ଼ିଶାରେ ବର୍ତ୍ତମାନ ୬ ଟି ବନ୍ଦେ ଭାରତ ଟ୍ରେନ୍‍ ଚାଲୁଛି ବୋଲି ସେ କହିଥିଲେ। ଆଗାମୀ ଦିନରେ ରେଳ ଭିତ୍ତିଭୂମି କ୍ଷେତ୍ରରେ ଓଡ଼ିଶାରେ ଆହୁରି ବ୍ୟାପକ ପଦକ୍ଷେପ ନିଆଯିବ ବୋଲି ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

August 13, 2026
ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

August 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version