No Result
View All Result
୨୨ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) କଟକ :- କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ଶନିବାର ଦିନ ୭୩ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ – ୨୦୨୫ ଶୁଭାରମ୍ଭ ହୋଇ ଯାଇଛି । ରାଜ୍ୟ ପୋଲିସ ଗୁଇନ୍ଦା ବିଭାଗର ନିର୍ଦ୍ଦେଶ ଆଇପିଏସ ଆର ପି କୋଚେ କାର୍ଯ୍ୟକ୍ରମରେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରି କହିଲେ ଯେ , ଖେଳ ପରସ୍ପର ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଭାବନା ସୃଷ୍ଟି କରିଥାଏ। ଏଭଳି ଚାମ୍ପିୟନସିପ ପୋଲିସ ଅଧିକାରୀ,
କର୍ମଚାରୀଙ୍କ ଆତ୍ମବିଶ୍ଵାସ ବୃଦ୍ଧି, ଅନୁଶାସନ ତଥା କର୍ତ୍ତବ୍ୟ ପ୍ରତି ଉତ୍ସର୍ଗୀକୃତ ମନୋଭାବ ବୃଦ୍ଧି ପାଇଥାଏ ବୋଲି ଗୁଇନ୍ଦା ନିର୍ଦେଶକ ଶ୍ରୀ କୋଚେ ମତବ୍ୟକ୍ତ କରିଥିଲେ । ରାଜ୍ୟ, ଜିଲ୍ଲା, ରେଞ୍ଜ ସ୍ତରର ଖେଳାଳିମାନେ ଏହି ଟୁର୍ଣ୍ଣାମେଣ୍ଟରେ ସାମିଲ ହୋଇଥିବାରୁ ପରସ୍ପର ମଧ୍ୟରେ ଉତ୍ତମ ସମ୍ମନ୍ଵୟ ସୃଷ୍ଟିହେବ ବୋଲି ମଧ୍ୟ ସେ ମତବ୍ୟକ୍ତ କରିଥିଲେ। ଚାମ୍ପିୟନସିପ ଆୟୋଜନ ଓ ପରିଚାଳନା ନିମନ୍ତେ ସେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ମଧ୍ୟ ଧନ୍ଯବାଦ ଜଣାଇଥିଲେ।
ଏହି ଚମ୍ପିୟାନସିପରେ ସାରା ରାଜ୍ୟର ବିଭିନ୍ନ ରେଞ୍ଜ ଏବଂ ବାଟାଲିୟନରୁ ୪୧ ଟି ପୋଲିସ ଟିମ ଅଂଶ ଗ୍ରହଣ କରିଥିବା ବେଳେ ସମୁଦାୟ ୭୯୬ ଜଣ ଖେଳାଳି ସାମିଲ ହୋଇଥିଲେ । ସେଥିମଧ୍ୟରୁ ୬୬୫ ଜଣ ପୁରୁଷ ଓ ୧୩୨ ଜଣ ମହିଳା ଉକ୍ତ ଚାମ୍ପିୟନସିପରେ ସାମିଲ ହୋଇଥିଲେ । ଏହି ପ୍ରତିଯୋଗିତା ଆସନ୍ତା ୨୫ ତାରିଖ ମଙ୍ଗଳବାର ପର୍ଯ୍ୟନ୍ତ ଚାଲିବ।
କେନ୍ଦ୍ରାଞ୍ଚଳ ଡିଆଇଜି ଚରଣ ସିଂ ମୀନା ଏବଂ କଟକ ଡିସିପି ଜଗମୋହନ ମୀନା, ଷଷ୍ଠ ବାଟାଲିୟନ କମାଣ୍ଡାଣ୍ଟ ସୂର୍ଯ୍ୟନାରାୟଣ ମଲ୍ଲିକ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଆଇଜି( କାର୍ମିକ) ଏସ. ପ୍ରବୀଣ କୁମାର, ଏଆଇଜି ( ମୁଖ୍ୟାଳୟ) ସୁରେଶ କୁମାର ନାଏକଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।

No Result
View All Result