No Result
View All Result
୨୫ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନୟାଗଡ଼ :– ନୟାଗଡ଼ ସହରର ଗୁଣ୍ଡିଚା ମନ୍ଦିର ସମ୍ମୁଖ ଭାଗରେ ଆଜି ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ନୂତନ କାର୍ଯ୍ୟାଳୟ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉକ୍ତ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ଉଦଘାଟନୀ ପର୍ବରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ,
ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁମନ ବେହେରା, ଜିଲ୍ଲାର ସମସ୍ତ ଏନ.ଏ.ସି ଓ ପୌର ପରିଷଦର ନିର୍ବାହୀ ଅଧିକାରୀ ଗଣ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ । ସହରାଞ୍ଚଳର ବିକାଶ ନିମନ୍ତେ ଏହି କାର୍ଯ୍ୟାଳୟ ଏକ ପ୍ରମୁଖ ଦାୟିତ୍ଵ ନିର୍ବାହ କରିବ ବୋଲି ଜିଲ୍ଲାପାଳ ମହୋଦୟ ମତବ୍ୟକ୍ତ କରିଥିଲେ । ସୂଚନାଯୋଗ୍ୟ ଏହି କୋଠାଟି ପୂର୍ବରୁ ଉପ-ଜିଲ୍ଲାପାଳଙ୍କ ବାସଭବନ ଭାବେ ରହିଥିଲା ।
ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟାଳୟ ଉଦଘାଟନ ଯୋଗୁଁ ନୟାଗଡ଼, ଖଣ୍ଡପଡା, ରଣପୁର, ଦଶପଲ୍ଲା ଏବଂ ଓଡଗାଁ ସହରର ଭିତ୍ତିଭୂମି ଉନ୍ନୟନ କ୍ଷେତ୍ରରେ ଏଣିକି ଉକ୍ତ କାର୍ଯ୍ୟାଳୟ ଅଧିକ ତ୍ୱରାନ୍ୱିତ ହେବ ବୋଲି ସୂଚନା ଦିଆଯାଇଛି । କାର୍ଯ୍ୟକ୍ରମରେ ଜିଲ୍ଲା ପୌର ଉନ୍ନୟନ ସଂସ୍ଥାର ସର୍ବଶ୍ରୀ ପ୍ରଶାନ୍ତ କୁମାର ପରିଡା, ଅଦିତ୍ୟ ନାରାୟଣ ପ୍ରଧାନ, ନିଗମ ମହାପାତ୍ର, ସୁଭାଶିଷ ସେଠୀ, ପ୍ରଦୀପ କୁମାର ଦାସ ଓ ଚିରଞ୍ଜିବ ଦାସ ପ୍ରମୁଖ କର୍ମଚାରୀ ସହଯୋଗ କରିଥିଲେ । କାର୍ଯ୍ୟାଳୟ ଉଦଘାଟନ ଯୋଗୁଁ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ବେହେରା ସମସ୍ତଙ୍କୁ ସ୍ଵାଗତ କରିଛନ୍ତି ।

No Result
View All Result