୨୫ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଚିଲିକା :- ଚିଲିକା ବ୍ଲକ ଅନ୍ତର୍ଗତ ସିଙ୍ଗେଶ୍ଵର କ୍ଲଷ୍ଟର ଅନ୍ତର୍ଗତ ଘିଅଖଲା-ମଠପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ୭୫ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଚିଲିକା ମଣ୍ଡଳ ଶିକ୍ଷା ଅଧିକାରୀ କିଶୋର ଚନ୍ଦ୍ର ଦାଶ, ମୁଖ୍ୟ ବକ୍ତା ଭାବେ ଚିଲିକା ବନ୍ୟପ୍ରାଣୀ ଡ଼ିଭିଜନ , ବାଲୁଗାଁ ର ଉପଖଣ୍ଡ ଅଧିକାରୀ ଅମ୍ଲାନ କୁମାର ନାୟକ, ସମ୍ମାନିତ ଅତିଥି ଭାବେ ଚିଲିକା ବି ଆର୍ ସି ସି ନୀଳାଦ୍ରି ଭୂଷଣ ଦାଶ,

ସହ ଗୋଷ୍ଠୀ ଶିକ୍ଷାଧିକାରୀ ଗୀତାଞ୍ଜଳି ନାୟକ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦ୍ ଵୋଧନ ଦେଇଥିଲେ।ସି ଆର୍ ସି ସି କୁଳମଣି ବାରିକଙ୍କ ସନ୍ ଯୋଜନା ଓ ମଞ୍ଚ ପରିଚାଳନା ରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବସୁଦେବ ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ପ୍ରଧାନ ଶିକ୍ଷୟତ୍ରୀ ମନ୍ଦାକିନୀ ଦାଶ ବାର୍ଷିକ ବିବରଣୀ ପଠନ କରିଥିଲେ ।















