No Result
View All Result
୨୬ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ରାମନାଗୁଡ଼ା :- ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ପଞ୍ଚାୟତ ସମିତି ସଭାଗୃହ ଠାରେ ସାଧାରଣ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା । ପଞ୍ଚାୟତ ସମିତି ଅଧ୍ୟକ୍ଷ ରବି ଶଙ୍କର ଗମାଙ୍ଗ ସଭାପତିତ୍ୱରେ ଆୟୋଜିତ ବୈଠକରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ, ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ,ସାଂସଦ ପ୍ରତିନିଧି ଗର୍ଜନା ପ୍ରସାଦ ରାଓ, ଉପାଧ୍ୟକ୍ଷା ଜାନକୀ ନିମାଲା , ଜିଲ୍ଲା ପରିଷଦ ସଭ୍ୟ(କ)ତାଙ୍ଗୁଡୁ ଶ୍ରୀଧର, ଜିଲ୍ଲା ପରିଷଦ (ଖ)ସୁରେଶ ଗମାଙ୍ଗ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ପ୍ରକାଶ କଣ୍ଡାଗରୀ ପ୍ରମୁଖ ମଞ୍ଚାସୀନ ରହିଥିଲେ ।
ସହକାରୀ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ମିଶ୍ର ସମସ୍ତ ଅଧିକାରୀ ଓ ଲୋକ ପ୍ରତିନିଧି ସ୍ୱାଗତ କରିବା ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା । ଏହା ପରେ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଗୋପାଳ ଚନ୍ଦ୍ର ମିଶ୍ର ଙ୍କ ଦ୍ଵାରା ପୂର୍ବ ବୈଠକର ବିବରଣୀ ପାଠ କରାଯାଇଥିଲା ।ପଞ୍ଚାୟତ ସମିତି ସାଧାରଣ ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ ମାନେ ନିଜ ନିଜ ବିଭାଗୀୟ କାର୍ଯ୍ୟପନ୍ଥା ଗୁଡ଼ିକ ଉପସ୍ଥାପନା କରିଥିବା ବେଳେ ତୃଣମୂଳ ସ୍ତରରେ ଉପୁଜିଥିବା ସମସ୍ୟା ସମ୍ପର୍କରେ ଆଲୋଚନା କରି ସମାଧାନ କରାଯାଇଥିଲା ।
ତେବେ ଏଥିରେ ବିଶେଷ କରି ସ୍ବାସ୍ଥ୍ୟ,ଶିକ୍ଷା,ପରିମଳ, ଜଳଯୋଗାଣ,ଗ୍ରାମ୍ୟ ଉନ୍ନୟନ, କ୍ଷୁଦ୍ର ଜଳସେଚନ,ଉଦ୍ୟାନ ବିଭାଗ,କୃଷି ବିଭାଗ,ପଶୁ ସମ୍ପଦ ଓ ଶିଶୁ ବିକାଶ ଆଦି ସମ୍ପର୍କରେ ଆଲୋଚନା ହୋଇଥିଲା । ଆଗକୁ ଗ୍ରୀଷ୍ମ ଋତୁର ପ୍ରଚଣ୍ଡ ପ୍ରଭାବ ଥିବା ରୁ ଗ୍ରାମାଞ୍ଚଳରେ ଗୁଡିକରେ ଟ୍ୟୁ ବଲ ମରାମତି ସହିତ ପାନୀୟ ଜଳ ଯୋଗାଣ କୁ ସଠିକ ପରିଚାଳନା କରିବା, ସମସ୍ୟା ର ସମାଧାନ କରିବାକୁ ମତ ପ୍ରକାଶ ପାଇଛି । ସେହିପରି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଗୁଡ଼ିକ ସଠିକ ଭାବେ ହୋଇ ପାରିବ ସେ ସମ୍ପର୍କରେ ଆଲୋଚନା କରିଥିଲେ । ଉକ୍ତ ବୈଠକରେ ବିଭାଗୀୟ ଅଧିକାରୀ ମାନଙ୍କ ସହ ଆଲୋଚନା କରିବା ପାଇଁ ,ସମସ୍ତ ସରପଞ୍ଚ, ସମିତି ସଭ୍ୟ ସଭ୍ୟା ଉପସ୍ଥିତ ରହି ଥିଲେ ।
ସେହିପରି ବିଭିନ୍ନ ବିଭାଗର ଅଧିକାରୀ ମାନେ ନିଜ ନିଜ ବିଭାଗର କାର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ବୈଠକରେ ରାମନାଗୁଡା ବ୍ଲକର ୧୨ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ସଭ୍ୟା,ସମସ୍ତ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ପଞ୍ଚାୟତ ରାଜ ସହକାରୀ ଯନ୍ତ୍ରୀ ପ୍ରତାପ କୁମାର ମିଶ୍ର, ଜଳ ପରିମଳ ବିଭାଗ ସହକାରୀ ଯନ୍ତ୍ରୀ ଦୀପ୍ତିରାଣୀ ମୁନି, ଶିଶୁ ବିକାଶ ଯୋଜନା ଅଧିକାରୀ ଅଞ୍ଜଳି ମହାପାତ୍ର,ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ସୁସ୍ମିତା ରଥ,ଯୋଗଣ ନିରୀକ୍ଷକଙ୍କ, ସମେତ ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

No Result
View All Result