No Result
View All Result
୨ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ମାଲକାନଗିରି :- ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗଙ୍କ ନିର୍ଦ୍ଦେଶ ପ୍ରକାରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଜ଼ିଲ୍ଲା ପ୍ରଶାସନ ଦ୍ଵାରା ଅର୍ନ୍ତଜାତୀୟ ହ୍ଵିଲ ଚେୟାର ଦିବସ ପାଳନ କରାଯାଇଛି । ଏହି ଅବସରରେ ସ୍ଥାନୀୟ ବସ୍ ଷ୍ଟାଣ୍ଡ ଠାରୁ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ପଦଯାତ୍ରାର ଆୟୋଜନ କରାଯାଇଥିଲା । ଏଥିରେ ଜ଼ିଲ୍ଲାର ବିଭନ୍ନ ଅନୁଷ୍ଠାନ ବିଶେଷ ଭାବରେ ନାୟକଗୁଡା ସ୍ଥିତ ସ୍ୱତନ୍ତ୍ର ବିଦ୍ୟାଳୟ ର ଛାତ୍ର, ଛାତ୍ରୀ ଯୋଗ ଦେଇ ଏହି ସଚେତନତା ପଦଯାତ୍ରାକୁ ସଫଳ କରିଥିଲେ ।
ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସମସ୍ତ ଯୋଜନା ସମ୍ପର୍କରେ ମଧ୍ୟ ଏକ ସଭା ମଧ୍ୟ ଆୟୋଜନ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମ କୁ ଜ଼ିଲ୍ଲାର ସାମାଜିକ ସୁରକ୍ଷା ବିଭାଗ ର ସମସ୍ତ କର୍ମଚାରୀ ସହଯୋଗ କରିଥିବା ବେଳେ ଜ଼ିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନିର୍ମଳ ଧରୁଆ ଓ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସସ୍ମିତା ସ୍ୱାଇଁଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ହୋଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ସଦର ସାମାଜିକ ସୁରକ୍ଷା ଅଧିକାରୀ ରାଜୀବ ପୂଜାରୀ ଓ ବିଭାଗର କର୍ମଚାରୀ ଉପସ୍ଥିତ ଥିଲେ ।
No Result
View All Result