No Result
View All Result
୦୩ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଙ୍କୀ :- ବାଙ୍କୀ ବ୍ଲକରେ କଟକ ଜିଲ୍ଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉ ସାହେବ ସିନ୍ଦେ ଯୋଗଦେଇ ୧୦୩ଟି ଅଭିଯୋଗର ଜନଅଭିଯୋଗ ଶୁଣାଣି କରି ଉପସ୍ଥିତ ବିଭାଗୀୟ ଅଧିକାରୀମାନଙ୍କୁ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ପ୍ରଦାନ କରିଥିଲେ । ବାଙ୍କୀ ବ୍ଲକର ଜନସାଧାରାଣ ଯୋଗଦେଇ ନିଜ ନିଜର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ସଂପର୍କରେ ସମାଧାନ ନିମନ୍ତେ ଜିଲ୍ଲାପାଳଙ୍କୁ ଅବଗତ କରାଇଥିଲେ ।
ବିଭିନ୍ନ ଅଭିଯୋଗ ମଧ୍ୟରେ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ବିଧବା ଓ ଭିନ୍ନକ୍ଷମ ଭତ୍ତା, କୃଷି, ରାଜସ୍ୱ, ଫୌଜଦାରୀ, ସ୍ୱାସ୍ଥ୍ୟ, ଶିକ୍ଷା ପ୍ରଭୃତି ସମସ୍ୟାର ଶୁଣାଣି କରିଥିଲେ । ଏହି ଶୁଣାଣି ଶିବିରରେ କଟକ ଜିଲ୍ଲା ଗ୍ରାମାଞ୍ଚଳ ଆରକ୍ଷୀ ଅଧିକ୍ଷକ ପ୍ରତିକ ସିଂହ, ଅତିରିକ୍ତ ଜିଲ୍ଲାପାଳ ଶିବଟପୋ, କଟକ ଜିଲ୍ଲା ପରିଷଦ ମୁଖ୍ୟଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ନାୟକ,
Aଜିଲ୍ଲା ସ୍ୱାସ୍ଥ୍ୟଅଧିକାରୀ ଡକ୍ଟର ପ୍ରସନ୍ନ କୁମାର ହୋତା, ବାଙ୍କୀ ଉପଜିଲ୍ଲାପାଳ ପ୍ରହଲାଦ ନାରାୟଣ ଶର୍ମାଙ୍କ ସମେତ ବାଙ୍କୀ ଉପଖଣ୍ଡ ପୋଲିସ୍ ଅଧିକାରୀ, ବାଙ୍କୀ ବ୍ଲକ ବିଡିଓ, ବାଙ୍କୀ ତହସିଲଦାର, ବାଙ୍କୀ ଏନ୍.ଏ.ସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ସମେତ ଜିଲ୍ଲା ଓ ଉପଖଣ୍ଡର ସମସ୍ତ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଶୁଣାଣିରେ ସହଯୋଗ କରିଥିଲେ ।
No Result
View All Result