No Result
View All Result
୪ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ରାମନାଗୁଡା :- ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ପାରୀକ୍ଷିତି ପଞ୍ଚାୟତ ଅଧୀନରେ ଥିବା ପୁରୁଟିଗୁଡ଼ା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ କରୁଣାକର ସେନାପତି ଙ୍କ ଆବାହନ କ୍ରମେ ପାରୀକ୍ଷିତି ସରପଞ୍ଚ ସୂର୍ଯ୍ୟରାଓ କୁମ୍ବ୍ରିକା ଙ୍କ ସଭାପତିତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ,ମୁଖ୍ୟବକ୍ତା ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲ୍ଲିକ,ସମ୍ମାନିତ ଅତିଥି ଭାବରେ ପଂଚାୟତ ସମିତି ଅଧ୍ୟକ୍ଷ ରବି ଶଙ୍କର ଗମାଙ୍ଗ, ପାରୀକ୍ଷିତି ସମିତି ସଭ୍ୟା ଲଷ୍ମୀ କାଡ୍ରାକା, ଗୁଲୁଣ୍ଠି ସମିତି ସଭ୍ୟା ମାଝୀଗୌରୀ କଣ୍ଡାଗରୀ,
ସ୍ୱତନ୍ତ୍ର ଅତିଥି ଭାବେ ମଣ୍ଡଳ ସଭାପତି ଶ୍ରୀନିବାସ ପଣ୍ଡା,ମଣ୍ଡଳ ପ୍ରତିନିଧି ଶିବ ପ୍ରସାଦ ବ୍ରହ୍ମା, ଚିନା କଣ୍ଡାଗରୀ, ସୁଧୀର ମିଶାଲ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଜଗାରାଓ ବିଡ଼ିକା ପ୍ରମୁଖ ଯୋଗ ଦେଇଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ସହକାରୀ ଶିକ୍ଷକ ମୀନକେତନ ଶବର,ମାତୃଭାଷା ଶିକ୍ଷା ଶିକ୍ଷକ ଗାଙ୍ଗାରାଓ ପାତିକା,ମଣ୍ଡଳ ସାଧନ ସଂଯୋଜକ ଙ୍କ ସମେତ ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ।
କାର୍ଯ୍ୟକ୍ରମ ପ୍ରାରରମ୍ଭରେ ଜଗତର ନାଥ ଜଗନ୍ନାଥଙ୍କ ଫୋଟଚିତ୍ର ନିକଟରେ ଅତିଥି ମାନଙ୍କ ଦ୍ୱାରା ଦୀପ ପ୍ରଜ୍ଜ୍ୱଳନ କରିଥିବା ବେଳେ ବିଦ୍ୟାଳୟର ଛାତ୍ରୀ ବିଦ୍ୟାଶ୍ରୀ ରଥଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ଗାନ ସହିତ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଯାଇଥିଲା। ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଭାଗ୍ୟବତୀ ପାଢ଼ୀ ବାର୍ଷିକ ବିବରଣୀ ପାଠ କରିଥିଲେ। କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀକୁ ନେଇ ସଙ୍ଗୀତ ଓ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା । ବିଭିନ୍ନ ପ୍ରତିଯୋଗିତାରେ କୃତି ଅର୍ଜନ କରିଥିବା ବିଜୟୀ ଛାତ୍ର ଛାତ୍ରୀ କୁ ଅତିଥି ମାନେ ପୁରସ୍କୃତ କରିଥଲେ।କାର୍ଯ୍ୟକ୍ରମ ପରିଶେଷରେ ଶିକ୍ଷୟିତ୍ରୀ ଭାଗ୍ୟବତୀ ପାଢ଼ୀ ସମସ୍ତ ଅତିଥି ମାନଙ୍କୁ ଧନ୍ୟବାଦ୍ ଦେଇ ସଭାସାଙ୍ଗ କରିଥିଲେ ।
No Result
View All Result