୧୮ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ :-  ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ରେ ପୁରୀ ଜିଲ୍ଲା ରୁ ଆଜି ୧୨୭ ଜଣ ବରିଷ୍ଠ ନାଗରିକ ଙ୍କୁ ତୀର୍ଥଯାତ୍ରାରେ ପ୍ରେରଣ କରାଯାଇଛି । ଏହି ବରିଷ୍ଠ ନାଗରିକ ମାନେ ଅଯୋଧ୍ୟା ଓ ବାରଣାସୀ ଚଳିତ ମାସ ୧୯ ତାରିଖରେ ପରିଭ୍ରମଣ କରିବା ସହ ଚଳିତ ମାସ ୨୪ ତାରିଖରେ ଫେରିଆସିବାର କାର୍ଯ୍ୟକ୍ରମ ରହିଛି । ଆଜି ଅପରାହ୍ନ ରେ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ଠାରୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,

ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରୀ ମାନଙ୍କୁ ପୁଷ୍ପ ଗୁଛ ଦେଇ ଯାତ୍ରାର ଶୁଭ କାମନା କରିଥିଲେ । ଅତିଥି ମାନେ ନଡ଼ିଆ ବାଡେଇ ଯାତ୍ରା ର ସଫଳତା କାମନା କରିବା ସହ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ ।

ନିଜ ନିଜର ଦାୟିତ୍ୱ ଓ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ସହ ସହାୟତା ପାଇଁ ଯାଇଥିବା କର୍ମଚାରୀ ମାନଙ୍କ ସୂଚନା ଅନୁସାରେ ପରିଭ୍ରମଣ କରିବାକୁ ତୀର୍ଥଯାତ୍ରୀ ଙ୍କୁ ଅନୁରୋଧ କରା ଯାଇଥିଲା ।ଏହି ଯାତ୍ରା ରେ ଯାତ୍ରୀ ମାନଙ୍କ ସୁବିଧା ପାଇଁ ୪ ଜଣ ସହାୟକ ଙ୍କୁ ମଧ୍ୟ ପ୍ରେରଣ କରାଯାଇଛି ।ଏହି ଯାତ୍ରୀ ମାନେ ଆଜି ଭୁବନେଶ୍ୱର ରେ ରହି କାଲି ସ୍ବତନ୍ତ୍ର ଟ୍ରେନ ଯୋଗେ ଅଯୋଧ୍ୟା ଓ ବାରଣାସୀ ଅଭିମୁଖେ ଯାତ୍ରା କରିବେ ।