• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାନ୍ୟବର ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
March 19, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମାନ୍ୟବର ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

କଣ୍ଟିଲୋ ନୀଳମାଧବ ପରିଦର୍ଶନ କରିବେ ରାଷ୍ଟ୍ରପତି ଭାରତୀୟ ବିଶ୍ୱାବସୁ ଶବର ସମାଜ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେବେ l

୧୮ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର  :- ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କର ଆସନ୍ତା ମାର୍ଚ୍ଚ ୨୪ ଓ ୨୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ସଂଧ୍ୟାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ରାଷ୍ଟ୍ରପତି ମାର୍ଚ୍ଚ ୨୪ ତାରିଖ ଦିନ ୧୨.୩୦ ରେ ବାୟୁସେବା ବିମାନ ଯୋଗେ ସ୍ୱାମୀ ବିବେକାନନ୍ଦ ବିମାନ ବନ୍ଦର, ରାୟପୁର, ଛତିଶଗଡ଼ରୁ ବାହାରି ଦିନ ୧.୩୦ ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଁଚିବେ ଏବଂ ସେଠାରୁ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡରେ ଅବତରଣ କରି ସଡ଼କ ପଥରେ ଯାଇ କଣ୍ଟିଲୋ ସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ କରିବେ ।

ପରେ ପରେ ସେଦିନ ସେ ଅପରାହ୍ଣ ୩.୦୫ ମି. ସମୟରେ ପ୍ରଭୁ ନୀଳମାଧବ ମନ୍ଦିର ଦର୍ଶନ କରି ପୂଜାର୍ଚ୍ଚନା କରିବେ । ପରେ ପରେ ମାନ୍ୟବର ରାଷ୍ଟ୍ରପତି ଅପରାହ୍ଣ ୩.୩୫ ସମୟରେ ନୟାଗଡ଼ର କାଳିଆପଲ୍ଲୀ ଠାରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେସନର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ । ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ରାଜଭବନରେ ରାତ୍ରି ରହଣୀ କରିବେ ଏବଂ ତହିଁ ପରଦିନ ୨୫ ତାରିଖ ସକାଳେ ବାୟୁସେବା ବିମାନ ଯୋଗେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟସୂଚୀ ପରିପ୍ରେକ୍ଷୀରେ ପ୍ରସ୍ତୁତି ସମୀକ୍ଷା କରିବା ସହିତ ଆବଶ୍ୟକ ସମସ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି ।

ଅନୁ​‌ଷ୍ଠିତ ଏହି ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ରାଜ୍ୟ ପୁଲିସ ମହା ନିର୍ଦ୍ଦେଶକ ଓ୍ୱାଇ.ବି. ଖୁରାନିଆ, ଅଗ୍ନିଶମ ସେବା ବିଭାଗ ଡିଜି ଡଃ. ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପ୍ରଶାସନର ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବ ଏବଂ ରାଜ୍ୟ ପୁଲିସ ପ୍ରଶାସନର ବରି​ଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ବୈଠକରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ, ଖୋର୍ଦ୍ଧା ଏବଂ ନୟାଗଡ ଆଭାସୀ ମାଧ୍ୟମରେ ଉପସ୍ଥିତ ରହି ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ ।

ବୈଠକରେ ନୀଳମାଧବ ପୀଠରେ ପ୍ରସ୍ତୁତି ଏବଂ ମୁଖ୍ୟ କାର୍ଯ୍ୟକ୍ରମ ସ୍ଥଳ କାଳିଆପଲ୍ଲୀଠାରେ ସୁରକ୍ଷା ଏବଂ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥଇଲା । ଉତ୍ସବ ସ୍ଥଳରେ ବେରକେଡ୍‌ ବ୍ୟବସ୍ଥା, ସଂଲଗ୍ନ ରାସ୍ତା ମରାମତି ଏବଂ ଏହି ପରିପ୍ରେକ୍ଷୀରେ ମାନ୍ୟବର ରାଜ୍ୟପାଳ ଓ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ମଧ୍ୟ ରହୁଥିବାରୁ ସେଥିପାଇଁ ମଧ୍ୟ ଅସ୍ଥାୟୀ ହେଲିପ୍ୟାଡ୍‌ ବ୍ୟବସ୍ଥା କରାଯିବା ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା । ପ୍ରତିଥର ଭଳି ଚଳିତ ଥର ମଧ୍ୟ ଗୃହ ବିଭାଗ ପକ୍ଷରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବ ବୋଳି ବୈଠକରୁ ଜଣାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

June 28, 2026
ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

ବାଲିଗୁଡା ରେ ହିନ୍ଦୁ ସାମ୍ରାଜ୍ୟ ଦିବସ ପାଳିତ

June 28, 2026
ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version