No Result
View All Result
ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ମୋହନା ବ୍ଲକର ଦୁର୍ଗମ ଅଂଚଳରେ ଥିବା ଗ୍ରାମ ଗୁଡିକୁ ଭଲ ରାସ୍ତା ଖଣ୍ଡେ ନଥିବାରୁ ୮ କିମି ଭାରରେ ବୁହାହେଲେ ଗର୍ଭବତୀ । ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ମୋହନା ବ୍ଲକ ଅନ୍ତର୍ଗତ ମାଣ୍ଡିମେରା ପଞ୍ଚାୟତ ଅଧିନ ଗବେଲ ଗ୍ରାମରେ।ଗାଁର ଗର୍ଭବତୀ ମହିଳା ଲଳିତା ମାଝୀଙ୍କ ଗର୍ଭ ଯନ୍ତ୍ରଣା ଅସହ୍ୟ ହେବାରୁ ପରିବାର ଲୋକେ ସ୍ଥାନୀୟ ଆଶାଦିଦି ମେରୀ ମାଝୀଙ୍କୁ ଖବର ଦେଇଥିଲେ ।

ସେ ପହଞ୍ଚି ୧୦୮କୁ ଫୋନ୍ କରିଥିଲେ । କିନ୍ତୁ ଗାଁର ରାସ୍ତା ଶୋଚ଼ନୀୟ ଥିବାରୁ ଆମ୍ବୁଲାନ୍ସ ଗାଁରେ ପହଞ୍ଚି ନପାରି ଜାତୀୟ ରାଜପଥରେ ଅଟକି ରହିଥିଲା । ମାଣ୍ଡିମେରା ପଞ୍ଚାୟତର ନାଏବ ସରପଞ୍ଚ ଜହନ ମାଝୀ ଓ ପରିବାର ଲୋକେ ଭାରକରି ଦୀର୍ଘ ୮ କିମି ପଥୁରିଆ ଜଙ୍ଗଲ ରାସ୍ତା ଅତିକ୍ରମ କରି ଆମ୍ବୁଲାନ୍ସ ନିକଟରେ ପହଞ୍ଚି ସେଠାରୁ ବିରିକୋଟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ । ସେଠାରେ ତାଙ୍କର ଏକ ଶିଶୁ କନ୍ୟା ଜନ୍ମ ହୋଇଥିଲା ।


No Result
View All Result