• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବଙ୍କ ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
March 27, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବଙ୍କ ସମୀକ୍ଷା ବୈଠକ
Share on FacebookShare on TwitterWhatsapp

ଜିଲ୍ଲାର ପ୍ରତ୍ୟେକ ବିଦ୍ୟାଳୟରେ ଆଦ୍ଵିକା କ୍ଲବ ଗଠନ ନିମନ୍ତେ ଗୁରୁତ୍ଵାରୋପ

ମାଲକାନଗିରି  (ଓଡ଼ିଶା ତାଜା ନ୍ୟୁଜ୍) :- ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ସଚିବ ଶୁଭା ଶର୍ମା ଦୁଇ ଦିନିଆ ମାଲକାନଗିରି ଜିଲ୍ଲା ଗସ୍ତ କରି ବିଭିନ୍ନ ବିଭାଗର ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ସ୍ୱାଗତ ଜଣାଇ ସମସ୍ତ ବିଭାଗର କାର୍ଯ୍ୟନ୍ଵୟନ ଉପରେ ଉପସ୍ଥାପନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଗତକାଲି କ୍ଷେତ୍ର ଗସ୍ତ କରି ବିଭିନ୍ନ ପ୍ରକଳ୍ପ କାମ ସବୁ ଭଲରେ ହୋଇଛି ବୋଲି ଶ୍ରୀମତି ଶର୍ମା ମତବ୍ୟକ୍ତ କରିଥିଲେ। ଜିଲ୍ଲା ନୋଡାଲ ସଚିବ ଭାବେ ଏହା ପ୍ରଥମ ବୈଠକ ଓ ଯେଉଁ ବିଭାଗରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସମସ୍ୟା ରହୁଛି ସେଗୁଡିକୁ ଉପସ୍ଥାପନ କରିବାକୁ ଜିଲ୍ଲାଧିକାରୀ ମାନଙ୍କୁ ସଚିବ ନିର୍ଦ୍ଦେଶ ଦେଇଥିଲେ ।

ଜନଜାତି ବିଦ୍ୟାଳୟ ଗୁଡିକର ଭିତ୍ତିଭୂମି ସୁଦୃଢ଼ୀକରଣ ଓ ବାଳିକା ମାନଙ୍କର ସୁରକ୍ଷିତ ଭବିଷ୍ୟତ ନେଇ ସମ୍ପୁକ୍ତ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଜିଲ୍ଲାର ପ୍ରତ୍ୟେକ ବିଦ୍ୟାଳୟରେ ଆଦ୍ଵିକା କ୍ଲବ ଗଠନ କରିବା ପାଇଁ ଶ୍ରୀମତି ଶର୍ମା ନିର୍ଦ୍ଦେଶ ଦେଇଛନ୍ତି। ଏନଜିଓ ସହଯୋଗରେ ଲେଡି ସୁପରଭାଇଜର, ବିଦ୍ୟାଳୟ କର୍ମଚାରୀ ଓ ଅଭିଭାବକ ମାନଙ୍କୁ ନେଇ ବାଳିକା ମାନଙ୍କର ସୁରକ୍ଷିତ ଭବିଷ୍ୟତ ନେଇ ସଚେତନତା ସୃଷ୍ଟି କରିବା ପାଇଁ କୁହାଯାଇଛି। ବଣ୍ଡାଘାଟି ସମେତ ଅନେକ ପାହାଡିଆ ଦୁର୍ଗମ ଜନଜାତି ଅଧ୍ୟୁଷିତ ଅଞ୍ଚଳ ମାନଙ୍କରେ ବିଦ୍ୟାଳୟ ଭିତ୍ତିଭୂମି ସହ ଶିକ୍ଷକ ମାନଙ୍କ ନିମନ୍ତେ କ୍ୱାଟର ବ୍ୟବସ୍ଥା କରିବା ପାଇଁ ଆଲୋଚନା କରାଯାଇଛି ।

ବାଲ୍ୟ ବିବାହ ମୁକ୍ତ ମାଲକାନଗିରି କରିବା ପାଇଁ ସ୍କୁଲ କଲେଜ ହସ୍ପିଟାଲ ଇତ୍ୟାଦି ସ୍ଥାନରେ ପେଣ୍ଟିଂ ମାଧ୍ୟମରେ ସଚେତନତା ସୃଷ୍ଟି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଜିଲ୍ଲାରେ ବାହାର ରାଜ୍ୟକୁ କର୍ମ ସନ୍ଧାନରେ ଯାଉଥିବା କର୍ମଜୀବିଙ୍କ ତଥ୍ୟ ଗୁରୁତ୍ବର ସହ ନିରୀକ୍ଷଣ କରିବା ପାଇଁ ଶ୍ରମ ଅଧିକାରୀଙ୍କୁ କୁହାଯାଇଛି । ମନରେଗା ଓ ଆଇଟିଡିଏ ମାଧ୍ୟମରେ ଜନଜାତି ଅଧ୍ୟୁଷିତ ଅଞ୍ଚଳ ମାନଙ୍କରେ ରୋଜଗାର ପନ୍ଥା ପ୍ରଦାନ କରିବା ପାଇଁ କୁହାଯାଇଛି। ସେହିପରି ସ୍ବାସ୍ଥ୍ୟ, କୃଷି, ବିଦ୍ୟୁତ୍, ପାନୀୟ ଜଳ, ଖାଦ୍ୟ ଯୋଗାଣ ଓ ସାମାଜିକ ସୁରକ୍ଷା ବିଭାଗର ସମୀକ୍ଷା କରି ସେମାନଙ୍କର ସମସ୍ୟା ସଂପର୍କରେ ଅବଗତ ହୋଇଛନ୍ତି।

ପରିଶେଷରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଗତକାଲି ଶ୍ରୀମତି ଶର୍ମା ନାକାମାମୁଡି ଗ୍ରାମ ପଞ୍ଚାୟତର ନିଲାପାରୀ ଆଦର୍ଶ ଗ୍ରାମ ଗସ୍ତ କରି ଇଣ୍ଟିଗ୍ରେଟେଡ ଫାର୍ମିଂ ସିଷ୍ଟମରେ ଆମ୍ବ ଓ ପରିବା ଚାଷ ପ୍ରଣାଳୀ ବୁଲି ଦେଖିଥିଲେ। ତା ସହିତ ପିଏମ ଜନମନ ହିତାଧିକାରୀଙ୍କ ସହ ଆଲୋଚନା କରିବା ସହ ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘର ଦେଖିଥିଲେ।

ସେହିପରି ଚିତ୍ରକୋଣ୍ଡା ଗସ୍ତ କରି ଟେମ୍ପରାରି କଲୋନୀ ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୁଲି ଦେଖିଥିଲେ। ଚିତ୍ରକୋଣ୍ଡା ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ସ୍ଵାସ୍ଥ୍ୟ ବ୍ୟବସ୍ଥା ପଚାରି ବୁଝିବା ସହ ଭିତ୍ତିଭୂମି ମଧ୍ୟ ଅନୁଧ୍ୟାନ କରିଥିଲେ । କମାରଗୁଡା ମା ଲକ୍ଷ୍ମୀ ସ୍ଵୟଂ ସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ ସଲାର କଲ୍ଡ଼ ରୁମ୍, ଜାନବାଇ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର, ବଡପଡ଼ା ମିନି ମେଗା ପାଇପ୍ ୱାଟର ସପ୍ଲାଏ, ଏଜୁକେସନାଲ କମ୍ପ୍ଲେକ୍ସ ପରିଦର୍ଶନ କରିବା ପରେ ସୁଭଦ୍ରା, ମମତା ଓ ଆଇସିଡିଏସ ହିତାଧୀକାରୀଙ୍କ ସହ ବଡପଡ଼ା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆଲୋଚନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version