No Result
View All Result
କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲ୍ଲା ସଦର ବ୍ଲକ ବଇଡା ସ୍ଥିତ ଦିନାରସିଂ ସ୍ମୃତି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଥମ ପି ଏମ ଶ୍ରୀ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜୟଲାଲ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ସମ୍ୱନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଫୁଲବାଣୀର ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ସଦସ୍ୟ ମୁଖ୍ୟଅତିଥି ଭାବେ ଯୋଗଦେଇ ସମୟର ସଦୁପଯୋଗ କରି ଶିକ୍ଷାଗ୍ରହଣ କରି ଛାତ୍ରଛାତ୍ରୀ ନିଜକୁ ଦେଶମାତୃକାର ସେବାରେ ଉତ୍ସର୍ଗୀକୃତ କରିବାକୁ ଆହ୍ୱାନ ଦେଇଥିଲେ।
ସରପଞ୍ଚ ଆଲୋକ କହଁର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶୃଙ୍ଖଳିତ ଶିକ୍ଷାଗ୍ରହଣ ଉପରେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ଦିନାରସିଂ ସ୍ମୃତି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାରପ୍ରାପ୍ତ ଅଧକ୍ଷ ଜଗନ୍ନାଥ ପ୍ରଧାନ ଯୋଗଦେଇଥିବା ବେଳେ ଅନ୍ୟ ଅଥିତି ମାନଙ୍କ ମଧ୍ୟରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିଶ୍ୱମ୍ବର ପ୍ରଧାନ, ପୂର୍ବତନ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବେଲାଳସେନ କହଁର, ବରିଷ୍ଠ ଶିକ୍ଷକ ସାନନ୍ଦ ବେହେରା ପ୍ରମୁଖ ଯୋଗ ଦେଇଥିଲେ।
ପ୍ରାରମ୍ଭରେ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରାଯଇଥିବା ବେଳେ କ୍ରୀଡା ଶିକ୍ଷକ କୃଷ୍ଣ ଚନ୍ଦ୍ର ଗୌଡ଼ ଏବଂ ଧନ୍ଦାମୂଳକ ପ୍ରଶିକ୍ଷକ କୃପା ମୁଖୀ ମଞ୍ଚ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତୀତ୍ୱ ହାସଲ କରିଥିବା କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିଗଣ ପୁରସ୍କୃତ କରିଥିଲେ। ଏଥିସହ ବିଭିନ୍ନ କ୍ଷେତ୍ରରେ ଶ୍ରେଷ୍ଠତ୍ୱ ପ୍ରତିପାଦନ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନଙ୍କୁ ମଧ୍ୟ ଉପଢୌକନ ଦେଇ ସମ୍ବର୍ଦ୍ଧିିତ କରାଯାଇଥିଲା। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଚିତ୍ତାକର୍ଷକ ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।

No Result
View All Result