No Result
View All Result
ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଓକିଲ ସଙ୍ଘର କର୍ମକର୍ତ୍ତା ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି । ସଂଘର ମୁଖ୍ୟ ପଦବୀ ସଭାପତି ଭାବେ ପ୍ରଦୀପ କୁମାର ସାହୁ ନିର୍ବାଚିତ ହୋଇଥିବା ବେଳେ ସାଧାରଣ ସମ୍ପାଦକ ଭାବେ ଇନ୍ଦ୍ରମଣୀ ପ୍ରଧାନ ନିର୍ବାଚିତ ହୋଇଛନ୍ତି । ଏହି ଉଭୟ ପଦ ପାଇଁ ତ୍ରିମୁଖୀ ଲଢେଇ ହୋଇଥିବା ବେଳେ ଦୁହେଁ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀଙ୍କ ଠାରୁ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି ।
ସେହିପରି କୋଷାଧ୍ୟକ୍ଷ ଭାବେ ରାମଚନ୍ଦ୍ର ବେହେରା ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ବେଳେ ଉପସଭାପତି ଭାବେ ସନ୍ତୋଷ କୁମାର ସାହୁ, ସହ ସମ୍ପାଦକ ହରେନ କୁମାର ସାହୁ, ପାଠାଗାର ସମ୍ପାଦକ ଭାବେ ଏଲିୟାସ ମାଝୀ, କାର୍ଯ୍ୟକାରୀ ସଦସ୍ୟ ଭାବେ ମନୋଜ କୁମାର ପଣ୍ଡା ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିଲେ। ଏହି ନିର୍ବାଚନକୁ ବରିଷ୍ଠ ଆଇନଜୀବୀ ଉମେଶ କର ନିର୍ବାଚନ ପରିଚାଳନା କରିଥିଲେ । ଶାନ୍ତିପୂର୍ଣ୍ଣ ଭାବରେ ନିର୍ବାଚନ ସମ୍ପନ୍ନ ହୋଇଥିବା ବରିଷ୍ଠ ଓକିଲ ଉମେଶ କର କହିଛନ୍ତି । ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ନିର୍ବାଚନ ସମୟରେ ସମସ୍ତ ଓକିଲ ଉପସ୍ଥିତ ରହି ନିର୍ବାଚନରେ ସାମିଲ ହୋଇଥିଲେ ।
No Result
View All Result