No Result
View All Result
ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍ ) ବାଙ୍କୀ :- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟ ରସାୟନିକ ବିଭାଗ ଆନୁକୁଲ୍ୟରେ + ୩ ଶେଷ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ଦେଇ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଉତ୍ସବରେ ବିଭାଗୀୟ ମୁଖ୍ୟ ଅଧ୍ୟାପିକା ଶୁଭଶ୍ରୀ ଦାସ ସଭାପତିତ୍ୱ କରିବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଅଧ୍ୟକ୍ଷ ଡକ୍ଟର ନିରଞ୍ଜନ ମହାନ୍ତି ଯୋଗଦାନ କରିଥିଲେ । ମୁଖ୍ୟବକ୍ତା ଭାବେ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଯୋଗଦାନ କରି ଛାତ୍ରଛାତ୍ରୀମାନେ ଭଲ ପାଠ ପଢ଼ିବା ସହିତ କଲେଜର ସୁନାମ ରଖିବା ପାଇଁ ପରାମର୍ଶ ଦେଇଥିଲେ ।
ସମ୍ମାନିତ ଅତିଥି ଭାବେ ଅଧ୍ୟାପିକା ସୁଦିକ୍ଷା ଲେଙ୍କା, ଡକ୍ଟର ଶଶିଭୂଷଣ ମହାପାତ୍ର, ଅଧ୍ୟାପିକା ବିନୋଦିନୀ ପଣ୍ଡା, ଅଧ୍ୟାପିକା ଲକ୍ଷ୍ମୀପ୍ରିୟା ମିଶ୍ର, କିଶୋର ଚନ୍ଦ୍ର ସ୍ୱାଇଁ, ପଦାରବିନ୍ଦ ମହାନ୍ତି, ଭୂପତି ଭୂଷଣ ପ୍ରଧାନ ପ୍ରମୁଖ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଦିବ୍ୟରଞ୍ଜନ ସାହୁ ଓ ସୁମିତ୍ରା ସାହୁ ପରଚାଳନା କରିଥିଲେ । ପଦାରବିନ୍ଦ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
No Result
View All Result