• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ଜିଲ୍ଲା ରେ ଆୟୁଷ୍ମାନ କାର୍ଡ ବଣ୍ଟନ ର ଶୁଭାରମ୍ଭ : ୧୩୮୫୪୧୫ ଜଣ ହିତାଧିକାରୀ ଙ୍କୁ ବଣ୍ଟା ହେବ କାର୍ଡ

Proprietor Abhimanyu Maharana by Proprietor Abhimanyu Maharana
April 13, 2025
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ ଜିଲ୍ଲା ରେ ଆୟୁଷ୍ମାନ କାର୍ଡ ବଣ୍ଟନ ର ଶୁଭାରମ୍ଭ : ୧୩୮୫୪୧୫ ଜଣ ହିତାଧିକାରୀ ଙ୍କୁ ବଣ୍ଟା ହେବ କାର୍ଡ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍ ) :- ସମଗ୍ର ଓଡ଼ିଶାରେ ଆରମ୍ଭ ହୋଇଛି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା।ଏଥି ସହ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ମଧ୍ୟ ଶୁଭାରମ୍ଭ ହୋଇଛି।ପୁରୀ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହାତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହାର ଶୁଭାରମ୍ଭ କରିବା ସହ ହିତାଧିକାରୀ ଙ୍କୁ କାର୍ଡ ବଣ୍ଟନ କରିଥିଲେ ।

 ଅପରାହ୍ନ ରେ ଟାଉନ ହଲ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ସୂରଜ ସ୍ବାସ୍ଥ୍ୟ କ୍ଷେତ୍ରରେ ଓଡିଶା ପାଇଁ ଆଜି ଏକ ଐତିହାସିକ ଦିନ ବୋଲି କହିଥିଲେ । ଓଡ଼ିଶାର ୧.୦୩ କୋଟି ପରିବାର ର ୩.୫ କୋଟି ହିତାଧିକାରୀ ଏଥିରେ ଉପକୃତ ହେଉଥିବା ବେଳେ ପୁରୀ ଜିଲ୍ଲାର ୧୩୮୫୪୧୫ ହିତାଧିକାରୀ ଏହା ଦ୍ଵାରା ଉପକୃତ ହେବେ।ଦେଶର ବିଭିନ୍ନ ସ୍ଥାନରେ ଥିବା ୨୯ ହଜାର ହସପିଟାଲରେ ଏହି କାର୍ଡ ମାଧ୍ୟମରେ ଚିକିତ୍ସା ସୁବିଧା ପାଇ ପାରିବେ।

ପୁରୁଷ ହିତାଧିକାରୀଙ୍କ ପାଇଁ ୫ ଲକ୍ଷ, ମହିଳା ହିତାଧିକାରୀ ଅତିରିକ୍ତ ୫ ଲକ୍ଷ ଅର୍ଥାତ ୧୦ଲକ୍ଷ ର ଚିକିତ୍ସା ସୁବିଧା ପାଇ ପାରିବେ।ସେହିପରି ୭୦ ବର୍ଷ ରୁ ଉର୍ଦ୍ଧ୍ବ ସମସ୍ତ ବ୍ୟକ୍ତି ଙ୍କୁ ଆର୍ଥିକ ବାଛ ବିଚାର ବିନା ୫ ଲକ୍ଷ ଟଙ୍କା ର ଚିକିତ୍ସା ସୁବିଧା ମିଳିବ।ଆଜି ପ୍ରତୀକାତ୍ମକ ଭାବେ ୫ ଜଣ ହିତାଧିକାରୀ ଙ୍କୁ ଏଠାରେ କାର୍ଡ ବଣ୍ଟନ ହୋଇ ଥିବା ବେଳେ ଆସନ୍ତା କାଲି ଠାରୁ ହିତାଧିକାରୀଙ୍କ ଘରେ କାର୍ଡ ପ୍ରଦାନ ର ବ୍ୟବସ୍ଥା ହୋଇଛି । ପୂର୍ବରୁ ପରିବାର ପିଛା ଗୋଟିଏ କାର୍ଡ ଥିବା ବେଳେ ଏବେ ସମସ୍ତ ହିତାଧିକାରୀ ଙ୍କୁ ଏହି କାର୍ଡ ଦିଆଯିବ।

ଯାହା ଫଳରେ ଦେଶର ଯେ କୌଣସି ସ୍ଥାନରେ ଏହି କାର୍ଡ ମାଧ୍ୟମରେ ଜଣେ ଚିକିତ୍ସା ସୁବିଧା ପାଇ ପାରିବେ ବୋଲି ମନ୍ତ୍ରୀ ସୂଚନା ଦେଇଥିଲେ।ଅନ୍ୟତମ ଅତିଥି ଭାବେ ପୁରୀ ଲୋକ ସଭା ସାଂସଦ ଡା ସମ୍ବିତ ପାତ୍ର ଯୋଗ ଦେଇ ପ୍ରଧାନମନ୍ତ୍ରୀ ମୋଦି ଙ୍କ ର ଏହା ଏକ ମହତ୍ତ୍ୱଙ୍କାକ୍ଷୀ ଯୋଜନା । ଦେଶର ପ୍ରତ୍ୟେକ ଲୋକ ଙ୍କୁ ନୀରୋଗ ଓ ସୁସ୍ଥ ରଖିବା ସଂକଳ୍ପ ନେଇ ଏହି ଯୋଜନା ଆରମ୍ଭ ହୋଇଛି।ଏହାର ସୁଫଳ ସମସ୍ତ ହିତାଧିକାରୀ ପାଇବେ ବୋଲି ସେ କହିଥିଲେ।ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି ଦୈନନ୍ଦିନ ଜୀବନରେ ନିଜକୁ ସୁସ୍ଥ ରଖିବା ପାଇଁ ଉଦ୍ୟମ କରିବା ସହ ଅସୁସ୍ଥ କ୍ଷେତ୍ରରେ ଏହି କାର୍ଡର ସହାୟତା ନେବା ଉପରେ ସେ ମତ ଦେଇଥିଲେ।

ହିତାଧିକାରୀ ମାନଙ୍କୁ କାର୍ଡ ବଣ୍ଟନ ସହ ଉପଯୋଗିତା ସମ୍ପର୍କରେ ସଚେତନ କରାଇବାକୁ ସେ ପରାମର୍ଶ ଦେଇଥିଲେ।ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା ରୂପଭାନୁ ମିଶ୍ର ସ୍ବାଗତ ଭାଷଣ ଓ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ । ହିତାଧିକାରୀ ବାସନ୍ତୀ ବିଶୋଇ,ଗୋଲକ ମୁଦୁଲି,ମଧୁସୂଦନ ପଲେଇ, ମଞ୍ଜୁ ନାୟକ ଓ ସରୋଜିନୀ ବେୱ୍ବା ଙ୍କୁ ଅତିଥି ମାନେ କାର୍ଡ ବଣ୍ଟନ କରିଥିଲେ । ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶେଷରେ ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ଅତିଥି ମାନେ ଏହି କାର୍ଡ ବଣ୍ଟନ ସଚେତନତା ଉଦ୍ଦେଶ୍ୟ ରେ ଏକ ରଥର ଶୁଭାରମ୍ଭ କରିଥିଲେ ।ଜିଲ୍ଲାର ୫୧ ଟି ଯାକ ସ୍ଥାନରୁ ମଧ୍ୟ ଏହି ରଥର ଶୁଭାରମ୍ଭ ହୋଇଥିଲା । ଏହା ୭ ଦିନ ଧରି ଜିଲ୍ଲାରେ ସଚେତନତା ସୃଷ୍ଟି କରିବ । କାର୍ଯ୍ୟକ୍ରମ ରେ ଡିପିଏମ ଟି. ନାରାୟଣ ରାଓ ଏବଂ ସ୍ବାସ୍ଥ୍ୟ ବିଭାଗର ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ । ଜିଲ୍ଲାର ୫୧ଗୋଟି ସ୍ବାସ୍ଥ୍ୟ କେନ୍ଦ୍ରରେ ଆଜି ଏହି ବ୍ୟବସ୍ଥା ର ଶୁଭାରମ୍ଭ ସହ ୫ଜଣ ଲେଖାଏଁ ହିତାଧିକାରୀ ଙ୍କୁ କାର୍ଡ ବଣ୍ଟନ କରାଯାଇଛି । କାର୍ଡ ନ ପାଇଥିଲେ ମଧ୍ୟ ହିତାଧିକାରୀ ନିଜର ଆଧାର କାର୍ଡ ଦର୍ଶାଇ ଚିକିତ୍ସା ସୁବିଧା ଆଜି ଠାରୁ ପାଇ ପାରିବେ ବୋଲି ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ସୂଚନା ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026
ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡ କ୍ରସ୍ ଦିବସ ପାଳିତ

May 9, 2026
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version