ଖୋର୍ଦ୍ଧା-ଜଟଣୀ (ଓଡ଼ିଶା ତାଜା ନ୍ୟୁଜ୍) :- ଖୋର୍ଦ୍ଧାରୋଡ଼ ରେଲ୍ ମଣ୍ଡଳ ଦ୍ଵାରା ଭାରତ ରତ୍ନ ଡଃ ବାବା ସାହେବ ଆମ୍ବେଦକରଙ୍କ ଜନ୍ମ ବାର୍ଷିକୀ ପାଳନ କରାଯାଇଛି । ଏହି ଅବସରରେ ଖୋର୍ଦ୍ଧାରୋଡ଼ ମଣ୍ଡଳର ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଏଚ୍.ଏସ.ବାଜ୍ଵା, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଓପି)ଶ୍ରୀ ପି କେ ବେହେରା,

ଶ୍ରୀ ଶୁଭ୍ର ଜ୍ୟୋତି ମଣ୍ଡଳ, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଇନ୍ଫ୍ରା),ସମସ୍ତ ଶାଖା ଅଧିକାରୀ ଏବଂ କର୍ମଚାରୀ, ଭାରତୀୟ ସମ୍ବିଧାନର ପ୍ରଣେତାଙ୍କୁ ପୁଷ୍ପ ମାଲ୍ୟ ଅର୍ପଣ କରିଥିଲେ । ଡ଼ଃ ବି.ଆର.ଆମ୍ବେଦକ ର ଙ୍କ ଜନ୍ମ ବାର୍ଷିକୀ ଅବସରରେ "ଭାରତରେ ସାମାଜିକ ନ୍ୟାୟର ପ୍ରତୀକ" ବିଷୟରେ,ରେଳ କର୍ମଚାରୀଙ୍କ ମଧ୍ୟରେ ଏକ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା ।

ଖୋର୍ଦ୍ଧାରୋଡ଼ ମଣ୍ଡଳ ରେଳ ପ୍ରବନ୍ଧକ,ଶ୍ରୀ ଏଚ୍.ଏସ.ବାଜ୍ଵା, ବିଜେତାମାନଙ୍କୁ ପୁରସ୍କାର ବଣ୍ଟନ କରିଥିଲେ । ଶ୍ରୀ ଆର୍ ଏନ ଏ ପରିଡ଼ା ବରିଷ୍ଠ ମଣ୍ଡଳ କାର୍ମିକ ଅଧିକାରୀ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।