• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଆ ପକ୍ଷ ୨୦୨୫ ପାଳନ ଅବସରରେ ମହାବିଦ୍ୟାଳୟରେ ଓଡ଼ିଆ ମାହୋଲ୍ : ପରିବେଶ ଉତ୍ସବ ମୁଖର

Proprietor Abhimanyu Maharana by Proprietor Abhimanyu Maharana
April 18, 2025
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ହୋମ୍
0
ଓଡ଼ିଆ ପକ୍ଷ ୨୦୨୫ ପାଳନ ଅବସରରେ ମହାବିଦ୍ୟାଳୟରେ ଓଡ଼ିଆ ମାହୋଲ୍ : ପରିବେଶ ଉତ୍ସବ ମୁଖର
Share on FacebookShare on TwitterWhatsapp

ବାଣପୁର  (ଓଡ଼ିଶା ତାଜା ନ୍ୟୁଜ୍) :- ଓଡ଼ିଆ ପକ୍ଷ ୨୦୨୫ ପାଳନ ଅବସରରେ ନାଚୁଣୀ ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷ ଉତ୍ସବ ର ୧୨ଶ ଦିବସରେ ବେଶ୍ ବର୍ଣ୍ଣାଢ଼୍ୟ ଓ ଉତ୍ସବ ମୁଖର ହୋଇ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକାମାନଙ୍କୁ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତିର ସୁରକ୍ଷା ପାଇଁ ଅନେକ ପ୍ରତିଶ୍ରୁତି ଆଣି ଦେଇଛି। ଅଧିବେଶନ ର ପ୍ରାରମ୍ଭରେ ଅଧ୍ୟାପିକା ମିଲି ବେହେରା ଙ୍କ ଶ୍ରୀଜଗନ୍ନାଥାଷ୍ଟକ ଓ ଵେଦପାଠ ଗାନ ମଧ୍ୟରେ ଜଗନ୍ନାଥ ଙ୍କ ବିଗ୍ରହ ସମ୍ମୁଖରେ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ ମୁଖ୍ୟ ଅତିଥି ଭାବେ ନାଚୁଣୀ ମହାବିଦ୍ୟାଳୟ ର ପ୍ରତିଷ୍ଠାତା ତଥା ପ୍ରାକ୍ତନ ଚିଲିକା ବିଧାୟକ ଡାକ୍ତର ବିଭୂତି ଭୂଷଣ ହରିଚନ୍ଦନ , ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ତଥା ନାଟ୍ୟକାର ଭିକାରୀ ଚରଣ ପ୍ରଧାନ, ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ଇଂରାଜୀ ବିଭାଗୀୟ ମୁଖ୍ୟ ପ୍ରଫେସର ଗଙ୍ଗାଧର ପ୍ରଧାନ, ଅଧ୍ୟାପକ ଦିଲ୍ଲୀପ କୁମାର ବେହେରା ଏବଂ ମହାବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫେସର ରାଜକିଶୋର ସାହୁ। ଅଧ୍ୟକ୍ଷ ଙ୍କ ସ୍ଵାଗତ ଭାଷଣ ଓ ଉଦ୍ଦେଶ୍ୟ ଜ୍ଞାପନ ପରେ ନାଟ୍ୟକାର ଭିକାରୀ ଚରଣ ପ୍ରଧାନ ସରକାରଙ୍କ ପ୍ରବର୍ତ୍ତିତ ଓଡ଼ିଆ ପକ୍ଷ ପାଳନର ବିଭିନ୍ନ ଦିଵସର ଆଭିମୁଖ୍ୟ ସହ ଓଡ଼ିଆ ଭାଷା ସାହିତ୍ୟ, ଲୋକକଳା, ଓଡ଼ିଆ ଚଳଣି ଓ ପରମ୍ପରା ଉପରେ ଆଲୋକପାତ କରିଥିଲେ।ପ୍ରଫେସର ଗଙ୍ଗାଧର ପ୍ରଧାନ ଓଡ଼ିଆ ଭାଷା ସାହିତ୍ୟ ର ବିଭିନ୍ନ ଦିଗନ୍ତ ଉପରେ ଆଲୋଚନା ରଖି ଓଡ଼ିଆ ଅସ୍ମିତା କେବଳ ଭାଷା ଭିତ୍ତିରେ ସମ୍ରୃଦ୍ଧ ହୋଇ ପାରିବ ବୋଲି ମନ୍ତବ୍ୟ ଦେଇଥିଲେ। ମୁଖ୍ୟ ଅତିଥି ଡ଼ାଃ ହରିଚନ୍ଦନ ଓଡ଼ିଆ ର ସ୍ଵାଭିମାନ ହିଁ ତା’ର ଅସ୍ମିତା ବୋଲି ବର୍ଣନା କରି ଆଗାମୀ ପିଢ଼ି ଙ୍କୁ ସ୍ପର୍ଦ୍ଧିତ ଓଡ଼ିଆ ର ଭୂମିକା ନିର୍ବାହ କରିବାକୁ ଆହ୍ବାନ ଦେଇ ଥିଲେ। ଅଧ୍ୟାପକ ଦିଲ୍ଲୀପ କୁମାର ବେହେରା ଆ‌ମର ଦିନଚର୍ଯ୍ୟା ଓ ଚାଲି ଚଳଣର ପ୍ରତି ଛତ୍ରେଛତ୍ରେ ଓଡ଼ିଆ ଅସ୍ମିତା ପ୍ରକାଶ ପାଇବା ଉପରେ ଗୁରୁତ୍ବ ଆରୋପ କରିଥିଲେ। ଅଧ୍ୟାପିକା ଲୀନା ନଦୀଜା ଙ୍କ ସୁ ମଞ୍ଚ ସଞ୍ଚାଳନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ସଭା କାର୍ଯ୍ୟକ୍ରମ ର ସମାପ୍ତି ଘୋଷଣା ପୂର୍ବରୁ ମଞ୍ଚାସୀନ ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପକ ଅଶୋକ କୁମାର ବେହେରା। ଦ୍ଵିତୀୟ ପର୍ଯ୍ୟାୟର ର ଆକର୍ଷଣ ଥିଲା ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ପରିବେଷିତ ଦଣ୍ଡ ନ୍ରୃତ୍ୟ, ପାରମ୍ପରିକ ଓଡ଼ିଆ ପୋଷାକ ପରିଧାନ, ଛାତ୍ରୀ ମାନଙ୍କ ଓଡ଼ିଆଣୀ ରୂପ ସଜ୍ଜା, ବିଭିନ୍ନ ପ୍ରକାରର ଖାଦ୍ୟ ଓ ପାନୀୟ ପରିବେଷଣ ସହ ସଙ୍ଗୀତ ନିର୍ଦେଶକ ଅଜିତ କୁମାର ମିଶ୍ର ଙ୍କ ନିର୍ଦ୍ଦେଶନାରେ ଛାତ୍ରୀ ସୋଜାଲିନ୍ ଅରିସଲ ଓ ସାଥୀ ଙ୍କ ପ୍ରାଚୀନ ଓଡ଼ିଆ ଶାସ୍ତ୍ରୀୟ ସଙ୍ଗୀତ ଛାନ୍ଦ,ଚମ୍ପୂ ଓ ଚଉତିଶା ଗାୟନ। କାର୍ଯ୍ୟକ୍ରମ କୁ ସଫଳ କରିବାରେ ସହଯୋଗ କରିଥିଲେ ଅଧ୍ୟାପକ ସଂଗ୍ରାମ କେଶରୀ ହରିଚନ୍ଦନ, ପ୍ରାଧ୍ୟାପକ ଗୋଲକ ଚନ୍ଦ୍ର ବାରିକ, ଅଧ୍ୟାପିକା ମିଲି ବେହେରା,ସି ମଞ୍ଜୁଲତା, ରଶ୍ମିତା ଜେନା ଓ ଲୋପାମୁଦ୍ରା ମିଶ୍ର।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version